ଜୁଲାଇ ୪ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ପ୍ରଭାବରେ ୩ରୁ ୫ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଗତ ୨ ଦିନ ଧରି ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଆଜିଠୁ ପାଗରେ ପରିବର୍ତ୍ତନ ହେବ। ୨ ତାରିଖଠାରୁ ୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଜୁଲାଇ ୪ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ଥିବାବେଳେ ଏହାର ପ୍ରଭାବରେ ୩ରୁ ୫ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଉପକୂଳର ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର […]

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଗତ ୨ ଦିନ ଧରି ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଆଜିଠୁ ପାଗରେ ପରିବର୍ତ୍ତନ ହେବ। ୨ ତାରିଖଠାରୁ ୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଜୁଲାଇ ୪ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ଥିବାବେଳେ ଏହାର ପ୍ରଭାବରେ ୩ରୁ ୫ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଉପକୂଳର ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ କାଳବୈଶାଖୀ ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ତେବେ ୩ ତାରିଖଠାରୁ ବର୍ଷାର ପରିମାଣ ବଢ଼଼ିବ। ୩ ତାରିଖରେ ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୪ ତାରିଖରେ ବର୍ଷାର ପରିମାଣ ବିସ୍ତୃତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

02 Jul 2023 By The Sakala

ଜୁଲାଇ ୪ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ପ୍ରଭାବରେ ୩ରୁ ୫ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଗତ ୨ ଦିନ ଧରି ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଆଜିଠୁ ପାଗରେ ପରିବର୍ତ୍ତନ ହେବ। ୨ ତାରିଖଠାରୁ ୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଜୁଲାଇ ୪ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ଥିବାବେଳେ ଏହାର ପ୍ରଭାବରେ ୩ରୁ ୫ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଉପକୂଳର ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ କାଳବୈଶାଖୀ ସମ୍ଭାବନା ରହିଛି।

ତେବେ ୩ ତାରିଖଠାରୁ ବର୍ଷାର ପରିମାଣ ବଢ଼଼ିବ। ୩ ତାରିଖରେ ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୪ ତାରିଖରେ ବର୍ଷାର ପରିମାଣ ବିସ୍ତୃତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

https://www.thesakala.in/latest-odisha-news/low-pressure-likely-over-bay-of-bengal-on-july-4/article-23120
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର