ସିବିଆଇ କୋର୍ଟରେ ହାଜର ହେଲେ ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ଗିରଫ ହୋଇଥିବା ୩ ଅଭିଯୁକ୍ତ

The Sakala Picture
Published On

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ୩ ଜଣ ରେଳ କର୍ମଚାରୀଙ୍କୁ ଗିରଫ କରିଛି ସିବିଆଇ । ବାଲେଶ୍ୱର ଜିଲା ବାହାନଗାର ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ମାମଲାର ତଦନ୍ତ କରୁଥିବା ସିବିଆଇ ଆଜି ବରିଷ୍ଠ ​ସେକ୍ସନ୍‌ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ୍‌ ଇଂଜିନିୟର ମହମ୍ମଦ ଅମୀର ଖାନ ଏବଂ ଟେକ୍‌ନିସିଆନ୍‌ ପପୁ କୁମାରଙ୍କୁ ଗିରଫ କରିଥିଲା । ଏହି ତିନି ଅଭିଯୁକ୍ତଙ୍କୁ ପ୍ରଥମେ କଡ଼ା ସୁରକ୍ଷା ମଧ୍ୟରେ କ୍ୟାପିଟାଲ ଡାକ୍ତରଖାନାରେ ଡାକ୍ତରୀ ଯାଞ୍ଚ ପରେ ସିବିଆଇ […]

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ୩ ଜଣ ରେଳ କର୍ମଚାରୀଙ୍କୁ ଗିରଫ କରିଛି ସିବିଆଇ । ବାଲେଶ୍ୱର ଜିଲା ବାହାନଗାର ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ମାମଲାର ତଦନ୍ତ କରୁଥିବା ସିବିଆଇ ଆଜି ବରିଷ୍ଠ ​ସେକ୍ସନ୍‌ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ୍‌ ଇଂଜିନିୟର ମହମ୍ମଦ ଅମୀର ଖାନ ଏବଂ ଟେକ୍‌ନିସିଆନ୍‌ ପପୁ କୁମାରଙ୍କୁ ଗିରଫ କରିଥିଲା । ଏହି ତିନି ଅଭିଯୁକ୍ତଙ୍କୁ ପ୍ରଥମେ କଡ଼ା ସୁରକ୍ଷା ମଧ୍ୟରେ କ୍ୟାପିଟାଲ ଡାକ୍ତରଖାନାରେ ଡାକ୍ତରୀ ଯାଞ୍ଚ ପରେ ସିବିଆଇ କୋର୍ଟରେ ହାଜର କରାଯାଇଛି । ତିନି ଅଭିଯୁକ୍ତଙ୍କୁ ୫ ଦିନ ରିମାଣ୍ଡରେ ନେବାପାଇଁ କୋର୍ଟରେ ଆବେଦନ କରିଛି ସିବିଆଇ । ଦୁର୍ଘଟଣାର ଠିକ୍ ୩୫ ଦିନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସିବିଆଇ । ସିଆରପିସି ୩୦୪ ଓ ୨୦୧ ଧାରାରେ ସେମାନଙ୍କୁ ଗିରଫ କରାଯାଇଛି । ମାମଲାରେ ସିବିଆଇ ତଦନ୍ତ କରୁଥିବା ବେଳେ ଏହା ପ୍ରଥମ କାର୍ଯ୍ୟାନୁଷ୍ଠାନ । ସେମାନଙ୍କ ବିରୋଧରେ ଗୁରୁତର ଅବହେଳାରୁ ସଙ୍ଗୀନ ଦୁର୍ଘଟଣା ଏବଂ ପ୍ରମାଣ ନଷ୍ଟ କରିଥିବା ଅଭିଯୋଗ ରହିଛି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ସିଗନାଲିଂ ତ୍ରୁଟି ଯୋଗୁଁ ଏଭଳି ଘଟଣା ଘଟିପାରେ ବୋଲି ତିନି ଅଭିଯୁକ୍ତ ପୂର୍ବରୁ ଜାଣିଥିଲେ । ତଥାପି ଏହାର ଠିକ୍ ପରିଚାଳନା ନେଇ ଦାୟିତ୍ବବାନ ନଥିଲେ । ଗତ ଜୁନ ୨ ତାରିଖ ସଂଧ୍ୟାବେଳେ କରମଣ୍ଡଳ ଏକ୍ସପ୍ରେସ ବାହାନଗାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ସିଗନାଲିଂ ଭୁଲ ଥିବାରୁ ଏକ ମାଲଗାଡିକୁ ଧକ୍କା ଦେଇଥିଲା ଟ୍ରେନ୍ । ଏଥିରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିଲା । ଦେଶର ସବୁଠୁ ବଡ଼ ଦୁର୍ଘଟଣା ମଧ୍ୟରୁ ଏହି ଦୁର୍ଘଟଣା ଅତି ଭୟଙ୍କର ଥିଲା । ଏଭଳି ଘଟଣାର ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ସୁପାରିସ କରିଥିଲା । ତାପରଠାରୁ ସିବିଆଇ ବାହାନଗା ଆସିବା ସହ ବିଭିନ୍ନ ଦିଗରୁ ତଦନ୍ତ ଜାରି ରହିଥିଲା ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

07 Jul 2023 By The Sakala

ସିବିଆଇ କୋର୍ଟରେ ହାଜର ହେଲେ ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ଗିରଫ ହୋଇଥିବା ୩ ଅଭିଯୁକ୍ତ

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ୩ ଜଣ ରେଳ କର୍ମଚାରୀଙ୍କୁ ଗିରଫ କରିଛି ସିବିଆଇ । ବାଲେଶ୍ୱର ଜିଲା ବାହାନଗାର ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ମାମଲାର ତଦନ୍ତ କରୁଥିବା ସିବିଆଇ ଆଜି ବରିଷ୍ଠ ​ସେକ୍ସନ୍‌ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ୍‌ ଇଂଜିନିୟର ମହମ୍ମଦ ଅମୀର ଖାନ ଏବଂ ଟେକ୍‌ନିସିଆନ୍‌ ପପୁ କୁମାରଙ୍କୁ ଗିରଫ କରିଥିଲା । ଏହି ତିନି ଅଭିଯୁକ୍ତଙ୍କୁ ପ୍ରଥମେ କଡ଼ା ସୁରକ୍ଷା ମଧ୍ୟରେ କ୍ୟାପିଟାଲ ଡାକ୍ତରଖାନାରେ ଡାକ୍ତରୀ ଯାଞ୍ଚ ପରେ ସିବିଆଇ କୋର୍ଟରେ ହାଜର କରାଯାଇଛି । ତିନି ଅଭିଯୁକ୍ତଙ୍କୁ ୫ ଦିନ ରିମାଣ୍ଡରେ ନେବାପାଇଁ କୋର୍ଟରେ ଆବେଦନ କରିଛି ସିବିଆଇ । ଦୁର୍ଘଟଣାର ଠିକ୍ ୩୫ ଦିନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସିବିଆଇ । ସିଆରପିସି ୩୦୪ ଓ ୨୦୧ ଧାରାରେ ସେମାନଙ୍କୁ ଗିରଫ କରାଯାଇଛି । ମାମଲାରେ ସିବିଆଇ ତଦନ୍ତ କରୁଥିବା ବେଳେ ଏହା ପ୍ରଥମ କାର୍ଯ୍ୟାନୁଷ୍ଠାନ । ସେମାନଙ୍କ ବିରୋଧରେ ଗୁରୁତର ଅବହେଳାରୁ ସଙ୍ଗୀନ ଦୁର୍ଘଟଣା ଏବଂ ପ୍ରମାଣ ନଷ୍ଟ କରିଥିବା ଅଭିଯୋଗ ରହିଛି ।

ସିଗନାଲିଂ ତ୍ରୁଟି ଯୋଗୁଁ ଏଭଳି ଘଟଣା ଘଟିପାରେ ବୋଲି ତିନି ଅଭିଯୁକ୍ତ ପୂର୍ବରୁ ଜାଣିଥିଲେ । ତଥାପି ଏହାର ଠିକ୍ ପରିଚାଳନା ନେଇ ଦାୟିତ୍ବବାନ ନଥିଲେ । ଗତ ଜୁନ ୨ ତାରିଖ ସଂଧ୍ୟାବେଳେ କରମଣ୍ଡଳ ଏକ୍ସପ୍ରେସ ବାହାନଗାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ସିଗନାଲିଂ ଭୁଲ ଥିବାରୁ ଏକ ମାଲଗାଡିକୁ ଧକ୍କା ଦେଇଥିଲା ଟ୍ରେନ୍ । ଏଥିରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିଲା । ଦେଶର ସବୁଠୁ ବଡ଼ ଦୁର୍ଘଟଣା ମଧ୍ୟରୁ ଏହି ଦୁର୍ଘଟଣା ଅତି ଭୟଙ୍କର ଥିଲା । ଏଭଳି ଘଟଣାର ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ସୁପାରିସ କରିଥିଲା । ତାପରଠାରୁ ସିବିଆଇ ବାହାନଗା ଆସିବା ସହ ବିଭିନ୍ନ ଦିଗରୁ ତଦନ୍ତ ଜାରି ରହିଥିଲା ।

https://www.thesakala.in/latest-odisha-news/bahanaga-train-accident-three-accused-appeared-in-cbi-court/article-23295
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର