ବାହାନଗା ଟ୍ରେନ ଟ୍ରାଜେଡି: ଚନ୍ଦକା ଥାନାରେ ଗିରଫ ୩ ଅଭିଯୁକ୍ତଙ୍କୁ ଜେରା କରୁଛି ସିବିଆଇର ୫ ଜଣିଆ ଟିମ୍

The Sakala Picture
Published On

ଭୁବେନଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ଗିରଫ ହୋଇଥିବା ୩ ଅଭିଯୁକ୍ତଙ୍କୁ ଚନ୍ଦକା ଥାନାରେ ଜେରା କରୁଛି ସିବିଆଇ ଟିମ୍ । ଗିରଫ ୩ ରେଳବାଇ କର୍ମଚାରୀଙ୍କୁ ସିବିଆଇର ୫ ଜଣିଆ ଟିମ୍ ପଚରାଉଚରା କରୁଛନ୍ତି । ୫ ଦିନିଆ ରିମାଣ୍ଡରେ ଅଛନ୍ତି ୩ ଅଭିଯୁକ୍ତ । ଭୁବନେଶ୍ବର ସିବିଆଇ କୋର୍ଟ ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡ ଅନୁମତି ଦେଇଥିଲେ । ଗତକାଲି ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର […]

ଭୁବେନଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ଗିରଫ ହୋଇଥିବା ୩ ଅଭିଯୁକ୍ତଙ୍କୁ ଚନ୍ଦକା ଥାନାରେ ଜେରା କରୁଛି ସିବିଆଇ ଟିମ୍ । ଗିରଫ ୩ ରେଳବାଇ କର୍ମଚାରୀଙ୍କୁ ସିବିଆଇର ୫ ଜଣିଆ ଟିମ୍ ପଚରାଉଚରା କରୁଛନ୍ତି । ୫ ଦିନିଆ ରିମାଣ୍ଡରେ ଅଛନ୍ତି ୩ ଅଭିଯୁକ୍ତ । ଭୁବନେଶ୍ବର ସିବିଆଇ କୋର୍ଟ ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡ ଅନୁମତି ଦେଇଥିଲେ । ଗତକାଲି ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାନ୍ ଏବଂ ଟେକନିସିଆନ ପପୁ କୁମାରଙ୍କୁ ଗିରଫ କରିଥିଲା ସିବିଆଇ ।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ଦୁର୍ଘଟଣା ଦିନ କଣ ଘଟିଥିଲା? ସିଗନାଲରେ କେତେବେଳେ ତ୍ରୁଟି ଦେଖାଯାଇଥିଲା? ଏନେଇ ଅଧିକାରୀ ମାନେ କେତେବେଳେ ଜାଣିଲେ? ସମସ୍ୟାର ସମାଧାନ ପାଇଁ କଣ ପଦକ୍ଷେପ ନେଇଥିଲେ? ଏପରି ଅନେକ ପ୍ରଶ୍ନକୁ ନେଇ ଜେରା କରିପାରନ୍ତି ସିବିଆଇ ଅଧିକାରୀ । ୧୧ ତାରିଖରେ ଏମାନଙ୍କୁ ପୁଣି କୋର୍ଟରେ ହାଜର କରିବ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

କୋର୍ଟଙ୍କ ଅନୁମତି ମିଳିବା ପରେ କଡ଼ା ସୁରକ୍ଷାରେ ତିନି ଅଭିଯୁକ୍ତଙ୍କୁ ଭୁବନେଶ୍ୱର ସିବିଆଇ ଅଫିସକୁ ନିଆଯାଇଛି । ସେମାନଙ୍କ ବିରୋଧରେ ଗୁରୁତର ଅବହେଳାରୁ ସଙ୍ଗୀନ ଦୁର୍ଘଟଣା ଏବଂ ପ୍ରମାଣ ନଷ୍ଟ କରିଥିବା ଅଭିଯୋଗ ରହିଛି । ସିଗନାଲିଂ ତ୍ରୁଟି ଯୋଗୁଁ ଏଭଳି ଘଟଣା ଘଟିପାରେ ବୋଲି ତିନି ଅଭିଯୁକ୍ତ ପୂର୍ବରୁ ଜାଣିଥିଲେ । ତଥାପି ଏହାର ଠିକ୍ ପରିଚାଳନା ନେଇ ଦାୟିତ୍ବବାନ ନଥିଲେ । ଜୁନ ୨ରେ ସଂଧ୍ୟା ବେଳେ କରମଣ୍ଡଳ ଏକ୍ସପ୍ରେସ ବାହାନଗାରେ ଦୁର୍ଘଟଣା ଗସ୍ତ ହୋଇଥିଲା । ସିଗନାଲିଂ ଭୁଲ ଥିବାରୁ ଏକ ମାଲଗାଡିକୁ ଧକ୍କା ଦେଇଥିଲା ଟ୍ରେନ୍ । ଏଥିରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିଲା । ଦେଶର ସବୁଠୁ ବଡ଼ ଦୁର୍ଘଟଣା ମଧ୍ୟରୁ ଏହି ଦୁର୍ଘଟଣା ଅତି ଭୟଙ୍କର ଥିଲା । ଏଭଳି ଘଟଣାର ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ସୁପାରିସ କରିଥିଲା । ତା’ପରଠାରୁ ସିବିଆଇ ବାହାନଗା ଆସିବା ସହ ବିଭିନ୍ନ ଦିଗରୁ ତଦନ୍ତ ଜାରି ରହିଥିଲା ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର