ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଜି ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ୨୪ ତାରିଖରେ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ବିପର୍ଯ୍ୟୟ ମୁକାବିଲାରେ ସବୁବେଳେ ରାଜ୍ୟସରକାର ଆଗୁଆ ପଦକ୍ଷେପ ନେଇଥାନ୍ତି। ସମ୍ଭାବ୍ୟା ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ପ୍ରସ୍ତୁତି ନେଇ ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିବେ।  ଅପରାହ୍ନରେ ହେବାକୁ […]

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଜି ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ୨୪ ତାରିଖରେ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ବିପର୍ଯ୍ୟୟ ମୁକାବିଲାରେ ସବୁବେଳେ ରାଜ୍ୟସରକାର ଆଗୁଆ ପଦକ୍ଷେପ ନେଇଥାନ୍ତି। ସମ୍ଭାବ୍ୟା ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ପ୍ରସ୍ତୁତି ନେଇ ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିବେ। 

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ଅପରାହ୍ନରେ ହେବାକୁ ଥିବା ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିହ, ଏସଆରସି, ବାତ୍ୟା ପ୍ରଭାବିତ ହେବାକୁ ଥିବା ଉପକୂଳ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଏହା ପୂର୍ବରୁ ଗତ ୨ ଦିନ ହେଲା ଏସଆରସି ନିୟମିତ ବୈଠକ କରିବା ସହ ସମ୍ଭାବ୍ୟ ବାତ୍ୟା ନେଇ ବିଭିନ୍ନ ବିଭାଗ ଓ ଜିଲ୍ଲାପାଳମାନଙ୍କୁ ଆଲର୍ଟରେ ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ପାଣିପାଗ ବିଭାଗର ଆକଳନ ଅନୁସାରେ ସମ୍ଭାବ୍ୟ ବାତ୍ୟା ୟଶ୍ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଦେଇ ଅତିକ୍ରମ କରିବ । ୨୬ ତାରିଖ ସକାଳେ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ନେଇ ଆକଳନ କରାଯାଉଥିଲେ ସୁଦ୍ଧା ସ୍ପଷ୍ଟ ଚିତ୍ର ଆସିନାହିଁ ।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର