ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା: ସମସ୍ତ ଜିଲ୍ଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ସତର୍କ ରହିବାକୁ ‘ଏସଆରସି’ଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ଆଗକୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ସମସ୍ତ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର – ଏସଆରସି । ଏହା ସହ ସମସ୍ତ କ୍ଷେତ୍ରସ୍ତରୀୟ ଅଫିସର ଓ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ପ୍ରବଳ ବର୍ଷା ଯୋଗୁ ବନ୍ୟା ଓ ଜଳବନ୍ଦୀ ସମସ୍ୟା ଏବଂ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବା […]
ଭୁବନେଶ୍ୱର: ରାଜ୍ୟରେ ଆଗକୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ସମସ୍ତ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର – ଏସଆରସି । ଏହା ସହ ସମସ୍ତ କ୍ଷେତ୍ରସ୍ତରୀୟ ଅଫିସର ଓ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ପ୍ରବଳ ବର୍ଷା ଯୋଗୁ ବନ୍ୟା ଓ ଜଳବନ୍ଦୀ ସମସ୍ୟା ଏବଂ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ କହିଛନ୍ତି ।
ଆସନ୍ତା ୧୫ରୁ ୧୯ ତାରିଖ ଯାଏଁ ପ୍ରବଳ ବର୍ଷା ଅନୁମାନ କରାଯାଇଛି । ଏଥିଯୋଗୁଁ ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ଉପୁଜିବା ଆଶଙ୍କା ରହିଛି । ହେଡକ୍ୱାର୍ଟର ନଛାଡିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯେକୌଣସି ସ୍ଥିତିର ସାମ୍ନା କରିବା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି । ସହରର ତଳିଆ ଅଞ୍ଚଳରେ ପାଣି ଜମିଲେ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପମ୍ପ୍ ଲଗାଇ ବର୍ଷା ଜଳ ନିଷ୍କାସନ କରିବାକୁ କୁହାଯାଇଛି। ଜଳ ନିଷ୍କାସନ ଲାଗି ଡ୍ରେନ୍ ଗୁଡିକୁ ସଫା ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ନଦୀ ଓ କେନାଲର ଦୁର୍ବଳ ବନ୍ଧ ଉପରେ ନଜର ରଖିବା ସହ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ଥାନରେ ଆବଶ୍ୟକ ସାମଗ୍ରୀ ରଖିବାକୁ ପରାମର୍ଶ ଦେଇଛନ୍ତି ।
ତେବେ ଆଜି ସକାଳୁ ଟ୍ୱିନ୍ ସିଟି ସମେତ ଉପକୂଳ ଓଡ଼ିଶା ତଥା ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ଷା ଲାଗି ରହିଛି। ତଳୁଆ ଅଞ୍ଚଳ ଓ ଅଣ୍ଡରପାସ ରୋଡରେ ପାଣିଜମିବା ସମ୍ଭାବନା ରହୁଥିବାରୁ ଆବଶ୍ୟକ ନଥିଲେ ଯାତାୟାତରୁ ନିବୃତ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।