ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି, ୫ ଦିନ ଯାଏଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ଯୋଗୁଁ ୨ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ବିସ୍ତୃତି ବୃଦ୍ଧି ପାଇଛି। ଶୁକ୍ରବାର ରାତିଠାରୁ ବର୍ଷାର ପ୍ରକୋପ ବଢ଼଼ିଥିବା ବେଳେ ଗତ ୨୪ ଘଣ୍ଟାରେ ହୋଇଥିବା ବର୍ଷା ଯୋଗୁଁ ନିଅଣ୍ଟିଆ ଥିବା ବର୍ଷା ୫ ପ୍ରତିଶତ ଭରଣା ହୋଇଯାଇଛି। ହଠାତ୍‌‌ ବର୍ଷାର ପରିମାଣ ବୃଦ୍ଧି ହେବା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି। ରାଜ୍ୟର […]

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ଯୋଗୁଁ ୨ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ବିସ୍ତୃତି ବୃଦ୍ଧି ପାଇଛି। ଶୁକ୍ରବାର ରାତିଠାରୁ ବର୍ଷାର ପ୍ରକୋପ ବଢ଼଼ିଥିବା ବେଳେ ଗତ ୨୪ ଘଣ୍ଟାରେ ହୋଇଥିବା ବର୍ଷା ଯୋଗୁଁ ନିଅଣ୍ଟିଆ ଥିବା ବର୍ଷା ୫ ପ୍ରତିଶତ ଭରଣା ହୋଇଯାଇଛି। ହଠାତ୍‌‌ ବର୍ଷାର ପରିମାଣ ବୃଦ୍ଧି ହେବା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ତ୍ତମାନ ରାସ୍ତା ଉପରେ ପାଣି ପ୍ରବାହିତ ହେଉଥିବା ବେଳେ ଅନେକ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଉଛି। ଅନ୍ୟପଟେ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୫ ଦିନ ମଧ୍ୟରେ ବର୍ଷା ସ୍ଥିତି ଜାରି ରହିବା ସହିତ ୧୯ ତାରିଖରୁ ବର୍ଷାର ପ୍ରକୋପ ଆହୁରି ବଢ଼଼ିବ ବୋଲି ଆକଳନ କରାଯାଉଛି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଉତ୍ତର ଓଡ଼ିଶା-ପାର୍ଶ୍ବବର୍ତ୍ତୀ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯଦିଓ ଏହି ଲଘୁଚାପ ଏବେ ଓଡ଼ିଶାଠାରୁ ଦୂରକୁ ଗତି କରୁଛି। ମାତ୍ର ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭.୩ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ୱାଭାବିକ ବର୍ଷା ୧୩.୫ ମିମି ତୁଳନାରେ ୧୦୩ ପ୍ରତିଶତ ଅଧିକ ରହିଛ। ମୌସୁମୀ ଋତୁରେ ଶନିବାର ସୁଦ୍ଧା ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ରବିବାର ସୁଦ୍ଧା ଏହା ହ୍ରାସ ହୋଇ ୨୩ ପ୍ରତିଶତକୁ ଖସି ଆସିଛି। ସେହିପରି ୧ ଜୁନରୁ ୧୬ ଜୁଲାଇ ମଧ୍ୟରେ ରାଜ୍ୟରେ ୨୮୫.୧ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ୱାଭାବିକ ବର୍ଷା ୩୭୦.୯ ମିମି ତୁଳନାରେ ୨୩ ପ୍ରତିଶତ କମ ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି। ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ା କିରମରାରେ ରାଜ୍ୟର ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ରାଜ୍ୟରେ ୧୧ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ୧୮ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ସେହିପରି ଲାଇକେରାରେ ୧୮୪.୮, ଭଦ୍ରକରେ ୧୬୬, ସମ୍ୱଲପୁରରେ ୧୬୦ ଓ ଜଗତସିଂହପୁରରେ ୧୩୨. ୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏସ୍‌‌ଆରସିଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟର ୧୫ ଟି ବ୍ଲକରେ ୧୦୦ ମିମିରୁ ଅଧିକ ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ସୋମବାର ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର, ସୋନପୁର, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ୧୮ ତାରିଖରେ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହିତ ଏହା ପ୍ରଭାବରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୯ ତାରିଖରୁ ବର୍ଷାର ପ୍ରକୋପ ବଢ଼଼ିବା ସହିତ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ଏହାର ପରବର୍ତ୍ତି ସମୟରେ ବଙ୍ଗୋପସାଗର ସକ୍ରିୟ ସହିତ ରାଜ୍ୟକୁ ମାସ ଶେଷ ପର୍ଯ୍ୟନ୍ତ ଭଲ ବର୍ଷା ମିଳିବାର ସମ୍ଭାବନା ରହିଛି। ବର୍ଷା ଓ ଏଥିପାଇଁ ସୃଷ୍ଟି ହେବାକୁ ଥିବା ସମସ୍ୟାର ମୁକାବିଲା ସମସ୍ତ ପ୍ରକାର ଭିତ୍ତିଭୂମୀ ପ୍ରସ୍ତୁତ ରଖିବାକୁ ଏସ୍‌‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

17 Jul 2023 By The Sakala

ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି, ୫ ଦିନ ଯାଏଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ଯୋଗୁଁ ୨ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ବିସ୍ତୃତି ବୃଦ୍ଧି ପାଇଛି। ଶୁକ୍ରବାର ରାତିଠାରୁ ବର୍ଷାର ପ୍ରକୋପ ବଢ଼଼ିଥିବା ବେଳେ ଗତ ୨୪ ଘଣ୍ଟାରେ ହୋଇଥିବା ବର୍ଷା ଯୋଗୁଁ ନିଅଣ୍ଟିଆ ଥିବା ବର୍ଷା ୫ ପ୍ରତିଶତ ଭରଣା ହୋଇଯାଇଛି। ହଠାତ୍‌‌ ବର୍ଷାର ପରିମାଣ ବୃଦ୍ଧି ହେବା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ତ୍ତମାନ ରାସ୍ତା ଉପରେ ପାଣି ପ୍ରବାହିତ ହେଉଥିବା ବେଳେ ଅନେକ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଉଛି। ଅନ୍ୟପଟେ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୫ ଦିନ ମଧ୍ୟରେ ବର୍ଷା ସ୍ଥିତି ଜାରି ରହିବା ସହିତ ୧୯ ତାରିଖରୁ ବର୍ଷାର ପ୍ରକୋପ ଆହୁରି ବଢ଼଼ିବ ବୋଲି ଆକଳନ କରାଯାଉଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଉତ୍ତର ଓଡ଼ିଶା-ପାର୍ଶ୍ବବର୍ତ୍ତୀ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯଦିଓ ଏହି ଲଘୁଚାପ ଏବେ ଓଡ଼ିଶାଠାରୁ ଦୂରକୁ ଗତି କରୁଛି। ମାତ୍ର ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭.୩ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ୱାଭାବିକ ବର୍ଷା ୧୩.୫ ମିମି ତୁଳନାରେ ୧୦୩ ପ୍ରତିଶତ ଅଧିକ ରହିଛ। ମୌସୁମୀ ଋତୁରେ ଶନିବାର ସୁଦ୍ଧା ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ରବିବାର ସୁଦ୍ଧା ଏହା ହ୍ରାସ ହୋଇ ୨୩ ପ୍ରତିଶତକୁ ଖସି ଆସିଛି। ସେହିପରି ୧ ଜୁନରୁ ୧୬ ଜୁଲାଇ ମଧ୍ୟରେ ରାଜ୍ୟରେ ୨୮୫.୧ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ୱାଭାବିକ ବର୍ଷା ୩୭୦.୯ ମିମି ତୁଳନାରେ ୨୩ ପ୍ରତିଶତ କମ ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି। ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ା କିରମରାରେ ରାଜ୍ୟର ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ରାଜ୍ୟରେ ୧୧ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ୧୮ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ସେହିପରି ଲାଇକେରାରେ ୧୮୪.୮, ଭଦ୍ରକରେ ୧୬୬, ସମ୍ୱଲପୁରରେ ୧୬୦ ଓ ଜଗତସିଂହପୁରରେ ୧୩୨. ୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏସ୍‌‌ଆରସିଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟର ୧୫ ଟି ବ୍ଲକରେ ୧୦୦ ମିମିରୁ ଅଧିକ ବର୍ଷା ରେକର୍ଡ କରାଯାଇଛି।

ସୋମବାର ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର, ସୋନପୁର, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ୧୮ ତାରିଖରେ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହିତ ଏହା ପ୍ରଭାବରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୯ ତାରିଖରୁ ବର୍ଷାର ପ୍ରକୋପ ବଢ଼଼ିବା ସହିତ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ଏହାର ପରବର୍ତ୍ତି ସମୟରେ ବଙ୍ଗୋପସାଗର ସକ୍ରିୟ ସହିତ ରାଜ୍ୟକୁ ମାସ ଶେଷ ପର୍ଯ୍ୟନ୍ତ ଭଲ ବର୍ଷା ମିଳିବାର ସମ୍ଭାବନା ରହିଛି। ବର୍ଷା ଓ ଏଥିପାଇଁ ସୃଷ୍ଟି ହେବାକୁ ଥିବା ସମସ୍ୟାର ମୁକାବିଲା ସମସ୍ତ ପ୍ରକାର ଭିତ୍ତିଭୂମୀ ପ୍ରସ୍ତୁତ ରଖିବାକୁ ଏସ୍‌‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର