ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା, କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟକୁ ପୁଣି ଆସୁଛି ବଡ଼ ବର୍ଷା। ଗୋଟିଏ ଲଘୁଚାପ ଯିବା ପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପାଇଁ ପାଗ ଅନୁକୂଳ ହେଉଛି। ଏହା ଦ୍ୱାରା ରାଜ୍ୟରେ ବର୍ଷାର ବିସ୍ତୃତି ପୁଣି ବୃଦ୍ଧି ପାଇବା ସହ ଆସନ୍ତା ୧୯ ତାରିଖରୁ ୨୨ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ଏହି ବର୍ଷା ପରେ ରାଜ୍ୟରେ ଆଗେଇ ଥିବା ଚାଷ କାର୍ଯ୍ୟ ଆହୁରି ଆଗକୁ ବଢିବା […]

ଭୁବନେଶ୍ୱର: ରାଜ୍ୟକୁ ପୁଣି ଆସୁଛି ବଡ଼ ବର୍ଷା। ଗୋଟିଏ ଲଘୁଚାପ ଯିବା ପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପାଇଁ ପାଗ ଅନୁକୂଳ ହେଉଛି। ଏହା ଦ୍ୱାରା ରାଜ୍ୟରେ ବର୍ଷାର ବିସ୍ତୃତି ପୁଣି ବୃଦ୍ଧି ପାଇବା ସହ ଆସନ୍ତା ୧୯ ତାରିଖରୁ ୨୨ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ଏହି ବର୍ଷା ପରେ ରାଜ୍ୟରେ ଆଗେଇ ଥିବା ଚାଷ କାର୍ଯ୍ୟ ଆହୁରି ଆଗକୁ ବଢିବା ସହିତ ବର୍ତ୍ତମାନ ପର୍ଯ୍ୟନ୍ତ ଥିବା ନିଅଣ୍ଟିଆ ବର୍ଷାର ପରିମାଣ ଭରଣା ହୋଇଯିବାର ସମ୍ଭାବନା ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଯାହା ପ୍ରଭାବରେ ରାଜ୍ୟରେ ୧୯ରୁ ୨୨ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୧୯ରୁ ୨୨ ତାରିଖ ମଧ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିଭଳି ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖ ଦିନ ରାଜ୍ୟରେ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢ଼ିବ। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ଉପକୂଳ ସହ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୧ ତାରିଖ ଦିନ ବି ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର