ରାଜ୍ୟ କ୍ୟାବିନେଟ ବୈଠକରେ ୧୭ ପ୍ରସ୍ତାବକୁ ମୋହର, ମିଶନଶକ୍ତି ସ୍କୁଟର ଯାେଜନାକୁ ମିଳିଲା ଅନୁମୋଦନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‍ ବୈଠକରେ ୧୭ପ୍ରସ୍ତାବକୁ  ମଞ୍ଜୁରୀ ମିଳିଛି। ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମିଶନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୭ପ୍ରସ୍ତାବକୁ  ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌‌ ବୈଠକରେ ମିଶନଶକ୍ତି ସ୍କୁଟର ଯାେଜନାକୁ ଅନୁମୋଦନ ମିଳିଛି। […]

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‍ ବୈଠକରେ ୧୭ପ୍ରସ୍ତାବକୁ  ମଞ୍ଜୁରୀ ମିଳିଛି। ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମିଶନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୭ପ୍ରସ୍ତାବକୁ  ମଞ୍ଜୁରୀ ମିଳିଛି।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌‌ ବୈଠକରେ ମିଶନଶକ୍ତି ସ୍କୁଟର ଯାେଜନାକୁ ଅନୁମୋଦନ ମିଳିଛି। ମହିଳା ସଶକ୍ତିକରଣ ସାଙ୍ଗକୁ ଗମନାଗମନ ସୁବିଧା ପାଇଁ ମିଶନ ଶକ୍ତି ସ୍କୁଟର ଯୋଜନା କରାଯାଇଛି। କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଏବଂ ଇସି ସଦସ୍ୟାମାନଙ୍କ ପାଇଁ ବୈଦ୍ୟୁତିକ ସ୍କୁଟର ପାଇଁ ସହାୟତା ଯୋଗାଇ ଦିଆଯିବ । ଏହି ଯୋଜନା ଅଧିନରେ ସ୍କୁଟର କ୍ରୟ ପାଇଁ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି । ଏଥିପାଇଁ ୨୦୨୩-୨୪ ଆର୍ଥିକ ବର୍ଷରେ ୫୦କୋଟି ଟଙ୍କାର ବଜେଟ୍‌ ଆବଣ୍ଟନ ପ୍ରସ୍ତାବ ରଖାଯାଇଛି ।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ସେହିପରି ଆଜିର କ୍ୟାବିନେଟ୍‌‌ ବୈଠକରେ ବନ ସୁରକ୍ଷା ସମିତି ପାଇଁ କୋଠା ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥି ସହିତ ବକେୟା ଜଳକର ଆଦାୟ କରିବାକୁ OTS ବ୍ୟବସ୍ଥା କରାଯାଇଛି । ଏଥି ସହିତ କର୍କଟ ରୋଗୀଙ୍କ ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା । ଓଡ଼ିଶା କମ୍ପ୍ରିହେନସିଭ କ୍ୟାନସର ପ୍ଲାନକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ମିଳିଛି ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩ପାୱାର ବୋଟ୍‌ ସହ ୮୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

ଅନ୍ୟପଟେ ଆଜିର କ୍ୟାବିନେଟ୍‌‌ ବୈଠକରେ ଚାଷୀ ମାନଙ୍କ ଆର୍ଥିକ ବିକାଶ ପାଇଁ ହାତ ଖୋଲି ଦେଇଛନ୍ତି ସରକାର । ୫ ପ୍ରତିଶତ ସୁଧରେ ସମବାୟ ବ୍ୟାଙ୍କ ଓ ପ୍ରାଥମିକ ସମବାୟ ସମିତିରୁ ଫସଲ ଋଣ ନେଉଥିବା ଚାଷୀଙ୍କ ଋଣ ଉପରେ ସୁଧ ଛାଡ କରାଯିବ। ଚଳିତ ଆର୍ଥିକ ବର୍ଷରୁ ଆଗାମୀ ୫ ବର୍ଷ ପାଇଁ ଏହି ସୁଧ ଛାଡ ବ୍ୟବସ୍ଥା ଲାଗୁ ହେବ । ସେହିପରି ରାଜ୍ୟରେ ସେମିକଣ୍ଡକ୍ଚର ଓ ଇଲେକଟ୍ରୋନିକ୍ସ ଚିପ ନିର୍ମାଣ ପାଇଁ ଆସିଛି ନୂଆ ନୀତି । ଯେଉଁମାନେ ଏହି କମ୍ପାନୀ ଶିଳ୍ପ ପ୍ରତିଷ୍ଠା କରିବେ ସେମାନଙ୍କୁ ନୂଆ ନୀତି ଆଧାରରେ ଦିଆଯିବ ପ୍ରୋତ୍ସାହନ । ଯାହାକୁ ଆଜି କ୍ୟାବିନେଟ ଅନୁମୋଦନ ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର