ଆସୁଛି ବଡ଼ ବର୍ଷା; ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା, ଆଜିଠାରୁ ୩ ଦିନ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

The Sakala Picture
Published On

ଭୁବନେଶ୍ୱର: ଆଗକୁ ଆସୁଛି ବଡ଼ ବର୍ଷା। ମଙ୍ଗଳବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ। ଲାଗଲାଗ ଦୁଇଟି ଲଘୁଚାପ ଯୋଗୁଁ ପ୍ରଥମେ ଦକ୍ଷିଣ ଓଡ଼ିଶା ଓ ପରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ବଙ୍ଗୋପସାଗରରେ ବର୍ତ୍ତମାନ ମେଘଖଣ୍ଡ ପ୍ରବଳ ମାତ୍ରାରେ ଏକତ୍ରିତ ହେଉଥିବା ବେଳେ ମୌସୁମୀ ଟ୍ରଫ୍‌‌ ସକ୍ରିୟ ରହିଛି। ଏଥିପାଇଁ ମଙ୍ଗଳବାର ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରାଯାଉଥିବା ବେଳେ […]

ଭୁବନେଶ୍ୱର: ଆଗକୁ ଆସୁଛି ବଡ଼ ବର୍ଷା। ମଙ୍ଗଳବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ। ଲାଗଲାଗ ଦୁଇଟି ଲଘୁଚାପ ଯୋଗୁଁ ପ୍ରଥମେ ଦକ୍ଷିଣ ଓଡ଼ିଶା ଓ ପରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ବଙ୍ଗୋପସାଗରରେ ବର୍ତ୍ତମାନ ମେଘଖଣ୍ଡ ପ୍ରବଳ ମାତ୍ରାରେ ଏକତ୍ରିତ ହେଉଥିବା ବେଳେ ମୌସୁମୀ ଟ୍ରଫ୍‌‌ ସକ୍ରିୟ ରହିଛି। ଏଥିପାଇଁ ମଙ୍ଗଳବାର ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରାଯାଉଥିବା ବେଳେ ସୋମବାର ବିଳମ୍ବିତ ରାତି ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହୋଇଯାଇଛି। ଏହି ଲଘୁଚାପ ଶକ୍ତିଶାଳୀ ହେବା ପାଇଁ ପରିସ୍ଥିତି ଅନୁକୂଳ ହେଉଥିବା ବେଳେ ଆସନ୍ତା ୨୬ ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଯଦି ଏହା ହୁଏ ତେବେ ଏହା ଚଳିତ ମୌସୁମୀ ଋତୁର ପ୍ରଥମ ଅବପାତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ସୂଚନା ଅନୁଯାୟୀ ପଶ୍ଚିମ କେନ୍ଦ୍ରୀୟ ତତ୍‌‌ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨୬ ସୁଦ୍ଧା ଏହା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଏହାର ପ୍ରଭାବରେ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗଡ଼ିକରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରିଛି। ମଙ୍ଗଳବାର ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଆଦିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ବୁଧବାର ମଧ୍ୟ ଦକ୍ଷିଣ ଓଡ଼ିଶା ସମେତ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

ଅନ୍ୟପଟେ ସୋଆ ପରିବେଶ ଜଳବାୟୁ କେନ୍ଦ୍ର କହିଛି ଯେ ଏହି ଲଘୁଚାପ ପ୍ରଭାବରେ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ ଓ ଜୁଲାଇ ୨୬ ବେଳକୁ ଏହି ଲଘୁଚାପ ଅବପାତର ରୂପ ନେବା ପରେ ଜୁଲାଇ ୨୮ ତାରିଖରୁ ଉତ୍ତର ଓଡ଼ିଶା ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହିତ ଜୁଲାଇ ୩୦ ସୁଦ୍ଧା ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଜୁଲାଇ ୩୧ ରୁ ଅଗଷ୍ଟ ୩ ତାରିଖ ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ସୋଆ ଜଳବାୟୁ କେନ୍ଦ୍ର କହିଛି।

ଲଘୁଚାପ ଯୋଗୁଁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ମୂଷଳ ଧାରା ବର୍ଷା ପ୍ରଭାବରେ ମାଟିକାନ୍ଥ ପଡ଼ିବାର ଆଶଙ୍କା ରହିଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ପ୍ରଭାବରେ ଉଭୟ କଚ୍ଚା ଘର ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବାର ଆଶଙ୍କା ରହିଛି। ଅସୁରକ୍ଷିତ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଏବଂ କଳାହାଣ୍ଡି ପ୍ରଭୂତି ଜିଲ୍ଲାରେ ଭୂସ୍ଖଳନ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ମୌସୁମୀ ପ୍ରବାହ ହେତୁ ଓଡ଼ିଶା ଉପକୂଳର ଆଖପାଖ ଅଞ୍ଚଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୫ ରୁ ୨୭ ତାରିଖ ଯାଏଁ ଝଡ଼ପବନ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ବେଗରେ ସମ୍ଭାବନା ରହିଛି। ତେଣୁ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ୨୫ ରୁ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର