ବାତ୍ୟା ୟଶକୁ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା : ‘ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର, ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା’

The Sakala Picture
Published On

ଭୁବନେଶ୍ୱର: ବାତ୍ୟା ୟଶକୁ ନେଇ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର । ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ଲୋକମାନଙ୍କ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ସତର୍କ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମେ ଏକା ସମୟରେ ଦୁଇଟି ବଡ ବିପଦର ସାମ୍‌ନା କରୁଛୁ – […]

ଭୁବନେଶ୍ୱର: ବାତ୍ୟା ୟଶକୁ ନେଇ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର । ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ଲୋକମାନଙ୍କ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ସତର୍କ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମେ ଏକା ସମୟରେ ଦୁଇଟି ବଡ ବିପଦର ସାମ୍‌ନା କରୁଛୁ – କୋଭିଡ ଓ ବାତ୍ୟା ୟଶ । ତେଣୁ ସମସ୍ତେ ପ୍ରଶାସନକୁ ସ୍ଥାନାନ୍ତରରେ ସହଯୋଗ କରନ୍ତୁ ଓ ଡବଲ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ଲୋକଙ୍କୁ ନିରାପଦ ସ୍ଥାନରେ ପହଞ୍ଚାଇବା ଆମର ଲକ୍ଷ୍ୟ । ତେଣୁ ସମସ୍ତେ ବାତ୍ୟା ଆଶ୍ରୟସ୍ଥଳ ତଥା ପକ୍କା ଘର ଆଦି ନିରାପଦ ସ୍ଥାନକୁ ଚାଲି ଆସିବା ପାଇଁ ସେ ଅନୁରୋଧ କରିଛନ୍ତି । କୋଭିଡ ପାଇଁ ପ୍ରଶାସନ ଗତ ଦୁଇ ମାସ ଧରି ଚାପରେ ଅଛି । ତେଣୁ ବାତ୍ୟାର ମୁକାବିଲା ପାଇଁ ଜନସାଧାରଣ ସ୍ଥାନାନ୍ତରରେ ପ୍ରଶାସନକୁ ପୁରା ସହଯୋଗ କରିବା ପାଇଁ ସେ ନିବେଦନ କରିଛନ୍ତି । ଯେହେତୁ ଏବେ କୋଭିଡ ସମୟ, ତେଣୁ ଆମକୁ ଅଧିକ ସାବଧାନ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଆପଣମାନେ ବାତ୍ୟା ଆଶ୍ରୟସ୍ଥଳ ବା ପକ୍କା ଘର, ଯେଉଁଠାରେ ବି ଥାଆନ୍ତୁ, ଦୁଇଟି ମାସ୍କ ଏକ ସମୟରେ ପିନ୍ଧନ୍ତୁ । ବର୍ତ୍ତମାନ ପରିସ୍ଥିତିରେ ଗୋଟିଏ ନୁହେଁ, ଦୁଇଟି ମାସ୍କ ପିନ୍ଧିବା ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଜରୁରୀ । ଡବଲ ବିପଦ ପାଇଁ ଡବଲ ମାସ୍କ। ତା ସହିତ ସାବୁନ ଓ ସାନିଟାଇଜରରେ ହାତ ମଧ୍ୟ ଧୋଇବା ପାଇଁ ସେ ନିବେଦନ କରିଛନ୍ତି। ସାରା ମାନବ ଜାତି ବର୍ତ୍ତମାନ ଏକ କଷ୍ଟକର ସମୟ ଦେଇ ଗତି କରୁଛି ଏବଂ ଗତ ଏକ ବର୍ଷରୁ ଅଧିକ ସମୟ ଧରି କୋଭିଡ ବିରୁଦ୍ଧରେ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ୟଶ ବର୍ତ୍ତମାନ ଆମ ପାଇଁ ଆହୁରି ଏକ ବଡ ବିପଦ ଭାବରେ ଦେଖା ଦେଇଛି । ଏକ ସମୟରେ ଦୁଇ ଦୁଇଟି ବଡ ବିପଦ ବାତ୍ୟା ଓ କୋଭିଡ ର ମୁକାବିଲା ଆମକୁ କରିବାକୁ ହେବ ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

ଗତ ବର୍ଷ ମେ ମାସରେ ମଧ୍ୟ ଆମେ କୋଭିଡ ସହ ବାତ୍ୟା ଅମ୍ଫନର ସାମ୍ନା କରିଥିଲେ ଏବଂ ଲୋକଙ୍କ ସହଯୋଗରେ ଆମେ ସଫଳତାର ସହ ସେ ପରିସ୍ଥିତିର ମୁକାବିଲା କରିଥିଲେ ବୋଲି ସେ ମନେପକାଇ ଦେଇଥିଲେ। ବାତ୍ୟା ଓଡିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସତର୍କ ରହିବାକୁ ହେବ। ସାମାନ୍ୟ ହେଳା ବଡ ବିପଦ ସୃଷ୍ଟି କରିପାରେ ବୋଲି ସେ ସତର୍କ କରିଥିଲେ। ସରକାର ବାତ୍ୟା ଓ କୋଭିଡ ଦୁଇଟି ଯାକ ପରିସ୍ଥିତିର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଜନସାଧାରଣଙ୍କ ସହଯୋଗ ହିଁ ଆମର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ ବୋଲି ସେ ଆଶାପ୍ରକାଶ କରିଥିଲେ।

ଜନସାଧାରଣଙ୍କୁ ଆହୁରି ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ସମୟରେ ଓ ବାତ୍ୟା ପରେ ଆମେ କୋଭିଡ ପାଇଁ ଅଧିକ ସାବଧାନ ରହିବାକୁ ହେବ । ଆବଶ୍ୟକତାକୁ ଦେଖି ମିଶନ୍ ଶକ୍ତି ଗୋଷ୍ଠୀ ଜରିଆରେ ଲୋକଙ୍କୁ ମାସ୍କ ଯୋଗାଇବା ପାଇଁ ସେ କଲେକ୍ଟର ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡିଶା ସବୁବେଳେ ଭଲ କାମ କରିଆସିଛି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବିପଦ ସମୟରେ ସାଧାରଣଙ୍କ ଠାରୁ ଆରମ୍ଭ କରି ପଞ୍ଚାୟତ ପ୍ରତିନିଧି ବନ୍ଧୁମାନେ ଓ ନାଗରିକ ସମାଜର (Civil society) ବନ୍ଧୁମାନେ ସମସ୍ତେ ସରକାରଙ୍କୁ ପୁରା ସହଯୋଗ ଦେଇ ଆସିଛନ୍ତି । ତେଣୁ ଏଥର ମଧ୍ୟ, ଆମେ ସମସ୍ତେ ମିଶି ଏ ଦୁଇ ବିପଦ ବିରୁଦ୍ଧରେ ଏକାଠି ଲଢିବା ଓ ନିଶ୍ଚୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ୱାସ ପ୍ରକାଶ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର