ବରଗଡ ଜିଲ୍ଲାରେ ହେବ ୩ ନୂଆ ବୃହତ୍ ସେତୁ: ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୭ ଲକ୍ଷ ୨୫ ହଜାର ଲୋକ

The Sakala Picture
Published On

ଭୁବନେଶ୍ୱର: ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ […]

ଭୁବନେଶ୍ୱର: ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

16 Aug 2023 By The Sakala

ବରଗଡ ଜିଲ୍ଲାରେ ହେବ ୩ ନୂଆ ବୃହତ୍ ସେତୁ: ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୭ ଲକ୍ଷ ୨୫ ହଜାର ଲୋକ

ଭୁବନେଶ୍ୱର: ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।

ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର