ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି, ଆଜି ୧୯ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଉପକୂଳ ସମେତ ଆଭ୍ୟନ୍ତରୀଣରେ ବି ପ୍ରବଳ ବର୍ଷା ହୋଇଛି । ଆଜି ବି ୭ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହାକୁୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ଦକ୍ଷିଣ ଓଡ଼ିଶାର ମାଲକାନଗିରି, […]

ଭୁବନେଶ୍ୱର: ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଉପକୂଳ ସମେତ ଆଭ୍ୟନ୍ତରୀଣରେ ବି ପ୍ରବଳ ବର୍ଷା ହୋଇଛି । ଆଜି ବି ୭ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହାକୁୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଗୋକୁଳ ନାଟକରେ ଯବନିକା ଟାଣିଲେ ବିକ୍ରମ ଆରୁଖ: କହିଲେ, ନବୀନ ମୋ ନେତା; ବିଜେଡିରେ ଅଛି ଓ ରହିବି

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ପଶ୍ଚିମ ଓଡ଼ିଶାର ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରୀ କରାଯାଇଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା କରାଯାଇଛି। ଶନିବାରକୁ ବର୍ଷାର ପ୍ରକୋପ କମିବାର ଥିଲେ ମଧ୍ୟ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଘୁଚାପ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ସାମୟିକ ଭାବେ ପାଣି ଜମିବା ଆଶଙ୍କା ରହିଥିବା ବେଳେ ଚାଷ ଜମିରୁ ଜନ ନିଷ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଚାଷୀଙ୍କୁ ମରାମର୍ଶ ଦିଆଯାଇଛି। ପାହାଡ଼ିଆରେ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଥିବାରୁ ସତର୍କତା ଅବଲମ୍ବନ ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

ଭୁବନେଶ୍ବରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ଲଗୁଚାପକୁ ନଜରରେ ରଖି ସମୁଦ୍ର ମଧ୍ୟକୁ ମାତ୍ସଜୀବିଙ୍କୁ ଯିବାକୁ ବାରଣ କରାଯାଇଛି । ଅନ୍ୟପଟେ ଶନିବାର ଠାରୁ ବର୍ଷା ପରିମାଣ କମିପାରେ ବୋଲି କହିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଇଣ୍ଡିଆକୁ ଶକ୍ତ ଝଟକା: ଓଡ଼ିଶାର ୧୦୯୧ ଗାଁରେ ନାହିଁ ମୋବାଇଲ୍‌ ନେଟ୍‌ୱର୍କ, ରାୟଗଡ଼ାରେ ସର୍ବାଧିକ

18 Aug 2023 By The Sakala

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି, ଆଜି ୧୯ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଉପକୂଳ ସମେତ ଆଭ୍ୟନ୍ତରୀଣରେ ବି ପ୍ରବଳ ବର୍ଷା ହୋଇଛି । ଆଜି ବି ୭ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହାକୁୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ପଶ୍ଚିମ ଓଡ଼ିଶାର ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରୀ କରାଯାଇଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା କରାଯାଇଛି। ଶନିବାରକୁ ବର୍ଷାର ପ୍ରକୋପ କମିବାର ଥିଲେ ମଧ୍ୟ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଘୁଚାପ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ସାମୟିକ ଭାବେ ପାଣି ଜମିବା ଆଶଙ୍କା ରହିଥିବା ବେଳେ ଚାଷ ଜମିରୁ ଜନ ନିଷ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଚାଷୀଙ୍କୁ ମରାମର୍ଶ ଦିଆଯାଇଛି। ପାହାଡ଼ିଆରେ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଥିବାରୁ ସତର୍କତା ଅବଲମ୍ବନ ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଭୁବନେଶ୍ବରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ଲଗୁଚାପକୁ ନଜରରେ ରଖି ସମୁଦ୍ର ମଧ୍ୟକୁ ମାତ୍ସଜୀବିଙ୍କୁ ଯିବାକୁ ବାରଣ କରାଯାଇଛି । ଅନ୍ୟପଟେ ଶନିବାର ଠାରୁ ବର୍ଷା ପରିମାଣ କମିପାରେ ବୋଲି କହିଛି ପାଣିପାଗ ବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର