ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଆ ଧାବିକା ଦୂତୀ ଚାନ୍ଦଙ୍କୁ ହୋଇଥିଲା କ୍ୟାନସର । ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତୀ ଚାନ୍ଦ । ପ୍ରାରମ୍ଭିକ ଅବସ୍ଥାରେ ଚାଲିଥିଲା ଚିକିତ୍ସା । କ୍ୟାନସର ହୋଇଥିବା ଯୋଗୁଁ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ ଏବଂ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିଥିଲେ । ଚିକିତ୍ସା ସମୟରେ ଖେଳ ଛାଡ଼ିଦେବାକୁ ପରାମର୍ଶ ଦେଇଥିଲେ ଡାକ୍ତର । ଔଷଧ ସେବନ ପରେ ଯନ୍ତ୍ରଣା ଉପଶମ ହେବା ସହ କ୍ୟାନସର ଭଲ ହୋଇଯିବ […]

ଭୁବନେଶ୍ୱର: ଓଡ଼ିଆ ଧାବିକା ଦୂତୀ ଚାନ୍ଦଙ୍କୁ ହୋଇଥିଲା କ୍ୟାନସର । ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତୀ ଚାନ୍ଦ । ପ୍ରାରମ୍ଭିକ ଅବସ୍ଥାରେ ଚାଲିଥିଲା ଚିକିତ୍ସା । କ୍ୟାନସର ହୋଇଥିବା ଯୋଗୁଁ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ ଏବଂ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିଥିଲେ । ଚିକିତ୍ସା ସମୟରେ ଖେଳ ଛାଡ଼ିଦେବାକୁ ପରାମର୍ଶ ଦେଇଥିଲେ ଡାକ୍ତର । ଔଷଧ ସେବନ ପରେ ଯନ୍ତ୍ରଣା ଉପଶମ ହେବା ସହ କ୍ୟାନସର ଭଲ ହୋଇଯିବ ବୋଲି ଡାକ୍ତର କହିଥିଲେ । କିନ୍ତୁ ସେହି ଔଷଧରେ ନିଷିଦ୍ଧ ସାମଗ୍ରୀ ଥିବା ତାଙ୍କୁ ଜଣା ନଥିଲା ବୋଲି ଡୋପ୍ ଟେଷ୍ଟରେ ବିଫଳ ହୋଇଥିବା ଆଥଲେଟ୍ ଦୂତୀ ଚାନ୍ଦ କହିଛନ୍ତି । ଏଥିପାଇଁ ତାଙ୍କୁ ୪ବର୍ଷ ପାଇଁ ବ୍ୟାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଡୋପିଂ ଟେଷ୍ଟରେ ବିଫଳ ହେବା ନେଇ ଧାବିକା ଦୂତୀ ଚାନ୍ଦ ଦୁଃଖିତ । ସେ କହିଛନ୍ତି, ଏହି ଖବର ଶୁଣିବା ପରେ ଅତ୍ୟନ୍ତ ମର୍ମାହତ । ମୁଁ ଅଲିମ୍ପିକ, ଏସିଆନ ଗେମ୍ସ ଆଦି ଖେଳିଛି । ସବୁ କ୍ଷେତ୍ରରେ ମୁଁ ସଫଳ ହୋଇଛି । ତେବେ ଛୁଟିରେ ମୁଁ ଘରେ ଥିବାବେଳେ ଗତବର୍ଷ ନଭେମ୍ବରରେ ମୋର ସାମ୍ପୁଲ ନିଆଯାଇଥିଲା ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଏଥିରେ ମୋର ପଜିଟିଭ ଆସିଥିଲା । ମୁଁ ଜାଣି ପାରି ନଥିଲି ଏହାର କାରଣ । ପରେ ମୁଁ ପୁନର୍ବାର ସାମ୍ପୁଲ ନେବାକୁ କହିଥିଲି । ଗତ ମାର୍ଚ୍ଚରେ ପୁଣି ଥରେ ମୋର ସାମ୍ପୁଲ ନିଆଯାଇଥିଲା । ସେତେବେଳେ ଶରୀରରେ ଯନ୍ତ୍ରଣା ହେଉଥିବାରୁ ସେ ପେନ୍ କିଲର ଖାଉଥିଲେ । ଏଥିଲାଗି ଫିଜିଓଥେରାପିଷ୍ଟ ତାଙ୍କୁ ହ୍ବାଟସଆପରେ ମେଡିସିନ ଖାଇବାକୁ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ଫାର୍ମାସିଷ୍ଟଙ୍କଠାରୁ ମେଡିସିନ ଆଣିଥିବାରୁ ନ୍ୟାସନାଲ ଆଣ୍ଟି ଡୋପିଂ ଏଜେନ୍ସି ଏହାକୁ ଅଗ୍ରାହ୍ୟ କରିବା ସହ ତାଙ୍କୁ ଚାରି ବର୍ଷ ବ୍ୟାନ କରିଛି ବୋଲି ଦୂତୀ କହିଛନ୍ତି । ଏନେଇ ନାଡା କହିଥିଲା ସାର୍ଟିଫିକେଟ ପ୍ରସ୍ତୁତ କରିବା ଜରୁରୀ ଥିଲା । ଗତ ୧୦ ବର୍ଷ ଧରି ସେ ବହୁ ଜାତୀୟ କ୍ରୀଡ଼ାରେ ଭାଗ ନେଇଛନ୍ତି । ମାତ୍ର ଡୋପିଂ ଟେଷ୍ଟରେ କେବେ ଫେଲ୍ ହୋଇ ନଥିଲି ।

19 Aug 2023 By The Sakala

ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ

ଭୁବନେଶ୍ୱର: ଓଡ଼ିଆ ଧାବିକା ଦୂତୀ ଚାନ୍ଦଙ୍କୁ ହୋଇଥିଲା କ୍ୟାନସର । ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତୀ ଚାନ୍ଦ । ପ୍ରାରମ୍ଭିକ ଅବସ୍ଥାରେ ଚାଲିଥିଲା ଚିକିତ୍ସା । କ୍ୟାନସର ହୋଇଥିବା ଯୋଗୁଁ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ ଏବଂ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିଥିଲେ । ଚିକିତ୍ସା ସମୟରେ ଖେଳ ଛାଡ଼ିଦେବାକୁ ପରାମର୍ଶ ଦେଇଥିଲେ ଡାକ୍ତର । ଔଷଧ ସେବନ ପରେ ଯନ୍ତ୍ରଣା ଉପଶମ ହେବା ସହ କ୍ୟାନସର ଭଲ ହୋଇଯିବ ବୋଲି ଡାକ୍ତର କହିଥିଲେ । କିନ୍ତୁ ସେହି ଔଷଧରେ ନିଷିଦ୍ଧ ସାମଗ୍ରୀ ଥିବା ତାଙ୍କୁ ଜଣା ନଥିଲା ବୋଲି ଡୋପ୍ ଟେଷ୍ଟରେ ବିଫଳ ହୋଇଥିବା ଆଥଲେଟ୍ ଦୂତୀ ଚାନ୍ଦ କହିଛନ୍ତି । ଏଥିପାଇଁ ତାଙ୍କୁ ୪ବର୍ଷ ପାଇଁ ବ୍ୟାନ କରାଯାଇଛି ।

ଡୋପିଂ ଟେଷ୍ଟରେ ବିଫଳ ହେବା ନେଇ ଧାବିକା ଦୂତୀ ଚାନ୍ଦ ଦୁଃଖିତ । ସେ କହିଛନ୍ତି, ଏହି ଖବର ଶୁଣିବା ପରେ ଅତ୍ୟନ୍ତ ମର୍ମାହତ । ମୁଁ ଅଲିମ୍ପିକ, ଏସିଆନ ଗେମ୍ସ ଆଦି ଖେଳିଛି । ସବୁ କ୍ଷେତ୍ରରେ ମୁଁ ସଫଳ ହୋଇଛି । ତେବେ ଛୁଟିରେ ମୁଁ ଘରେ ଥିବାବେଳେ ଗତବର୍ଷ ନଭେମ୍ବରରେ ମୋର ସାମ୍ପୁଲ ନିଆଯାଇଥିଲା ।

ଏଥିରେ ମୋର ପଜିଟିଭ ଆସିଥିଲା । ମୁଁ ଜାଣି ପାରି ନଥିଲି ଏହାର କାରଣ । ପରେ ମୁଁ ପୁନର୍ବାର ସାମ୍ପୁଲ ନେବାକୁ କହିଥିଲି । ଗତ ମାର୍ଚ୍ଚରେ ପୁଣି ଥରେ ମୋର ସାମ୍ପୁଲ ନିଆଯାଇଥିଲା । ସେତେବେଳେ ଶରୀରରେ ଯନ୍ତ୍ରଣା ହେଉଥିବାରୁ ସେ ପେନ୍ କିଲର ଖାଉଥିଲେ । ଏଥିଲାଗି ଫିଜିଓଥେରାପିଷ୍ଟ ତାଙ୍କୁ ହ୍ବାଟସଆପରେ ମେଡିସିନ ଖାଇବାକୁ ପରାମର୍ଶ ଦେଇଥିଲେ ।

ଫାର୍ମାସିଷ୍ଟଙ୍କଠାରୁ ମେଡିସିନ ଆଣିଥିବାରୁ ନ୍ୟାସନାଲ ଆଣ୍ଟି ଡୋପିଂ ଏଜେନ୍ସି ଏହାକୁ ଅଗ୍ରାହ୍ୟ କରିବା ସହ ତାଙ୍କୁ ଚାରି ବର୍ଷ ବ୍ୟାନ କରିଛି ବୋଲି ଦୂତୀ କହିଛନ୍ତି । ଏନେଇ ନାଡା କହିଥିଲା ସାର୍ଟିଫିକେଟ ପ୍ରସ୍ତୁତ କରିବା ଜରୁରୀ ଥିଲା । ଗତ ୧୦ ବର୍ଷ ଧରି ସେ ବହୁ ଜାତୀୟ କ୍ରୀଡ଼ାରେ ଭାଗ ନେଇଛନ୍ତି । ମାତ୍ର ଡୋପିଂ ଟେଷ୍ଟରେ କେବେ ଫେଲ୍ ହୋଇ ନଥିଲି ।

https://www.thesakala.in/latest-odisha-news/dutee-chand-was-diagnosed-with-level-one-cancer/article-24589
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର