ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ବଢିଲା ଚିନ୍ତା, ଫେସବୁକରେ ଭାଇରାଲ ହେଉଛି ରତ୍ନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ
ପୁରୀ: ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ବଢିଲା ଚନ୍ତା। ଶ୍ରୀମନ୍ଦିର ଗର୍ଭଗୃହର ଫଟୋ ଭାଇରାଲ। ଫେସବୁକରେ ଭାଇରାଲ ହେଉଛି ରତ୍ନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ । କୋଲକାତାର ଅରଜିତ ଚନ୍ଦ୍ରା ନାମକ ଜଣେ ବ୍ୟକ୍ତି ନିଜ ଫେସବୁକ ଆକାଉଣ୍ଟରେ ଶ୍ରୀଜିଉଙ୍କ ରତ୍ନ ସିଂହାସନର ଫଟୋ ପୋଷ୍ଟ କରିଛନ୍ତି। ଗତ ନୃସିଂହ ଚତୁର୍ଦ୍ଦଶୀରେ ଏହି ଫଟୋ ଅପଲୋଡ଼ ହୋଇଥିବା ଜଣାପଡିଛି। ଯାହା ଏବେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଚି। ଏ ଘଟଣା ନଜରକୁ ଆସିବା ପରେ ଶ୍ରୀମନ୍ଦିର ପ୍ରଶାସନ […]
ପୁରୀ: ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ବଢିଲା ଚନ୍ତା। ଶ୍ରୀମନ୍ଦିର ଗର୍ଭଗୃହର ଫଟୋ ଭାଇରାଲ। ଫେସବୁକରେ ଭାଇରାଲ ହେଉଛି ରତ୍ନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ । କୋଲକାତାର ଅରଜିତ ଚନ୍ଦ୍ରା ନାମକ ଜଣେ ବ୍ୟକ୍ତି ନିଜ ଫେସବୁକ ଆକାଉଣ୍ଟରେ ଶ୍ରୀଜିଉଙ୍କ ରତ୍ନ ସିଂହାସନର ଫଟୋ ପୋଷ୍ଟ କରିଛନ୍ତି। ଗତ ନୃସିଂହ ଚତୁର୍ଦ୍ଦଶୀରେ ଏହି ଫଟୋ ଅପଲୋଡ଼ ହୋଇଥିବା ଜଣାପଡିଛି। ଯାହା ଏବେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଚି। ଏ ଘଟଣା ନଜରକୁ ଆସିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ସବୁଠୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଏବେ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିଛି । ଗତ ନୃସିଂହ ଚତୁର୍ଦ୍ଦଶୀ ବେଳକୁ ରାଜ୍ୟରେ ଲକଡାଉନ ଜାରି ରହିଛି । ଏଭଳି ପରିସ୍ଥିତିରେ କିଭଳି ଶ୍ରୀମନ୍ଦିର ଭିତରକୁ କିଏ ପ୍ରବେଶ କଲା ଏବଂ ଫଟୋ ଉଠାଗଲା ତାକୁ ନେଇ ବଡ଼ ପ୍ରଶ୍ନ ସୃଷ୍ଟି ହୋଇଛି ।
ଶ୍ରୀମନ୍ଦିର ଉପରେ ଆତଙ୍କବାଦୀଙ୍କ ଆକ୍ରମଣର ଭୟ ରହିଥିବା ଯୋଗୁଁ ବାରମ୍ବାର ଶ୍ରୀମନ୍ଦିର ସୁରକ୍ଷା ନେଇ ଚିନ୍ତା ପ୍ରକଟ କରାଯାଉଛି । କିନ୍ତୁ ବାରମ୍ବାର ଏହିଭଳି ଘଟଣା ଶ୍ରୀମନ୍ଦିର ଭିତର ଫଟୋ ଭାଇରଲ ହେବା କଥା ଏବେ ବଡ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି ।