ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ପରଲୋକ; ମୁଖ୍ୟମନ୍ତ୍ରୀ ଓ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କ ଶୋକ

The Sakala Picture
Published On

ଭୁବନେଶ୍ୱର: କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ । ୮୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କୋଭିଡରେ ଆକ୍ରାନ୍ତ ହୋଇ ହୋମ୍ ଆଇେସୋଲେସନରେ ଥିଲେ । ୩ଦିନ ତଳେ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଓଡିଶା ସମ୍ବାଦିକତା କ୍ଷେତ୍ରରେ ୫ ଦଶନ୍ଧୀ […]

ଭୁବନେଶ୍ୱର: କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ । ୮୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କୋଭିଡରେ ଆକ୍ରାନ୍ତ ହୋଇ ହୋମ୍ ଆଇେସୋଲେସନରେ ଥିଲେ । ୩ଦିନ ତଳେ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଓଡିଶା ସମ୍ବାଦିକତା କ୍ଷେତ୍ରରେ ୫ ଦଶନ୍ଧୀ ଧରି ସକ୍ରିୟ ଭାବେ କାର୍ଯ୍ୟ କରିଆସୁଥିଲେ ସାମ୍ବାଦିକଙ୍କ ମହଲରେ ପରିଚିତ ବସନ୍ତ ଭାଇ। ଓଡିଶା ରାଜନୀତି ଓ ସମ୍ବାଦିକତାକୁ ନେଇ ଅନେକ ବହି ମଧ୍ୟ ଲେଖିଛନ୍ତି ସେ । ‘ଜେ ଦେଶ ଯାଇ ସେ ଫଲ୍ ଖାଏ’ ପୁସ୍ତକ ତାଙ୍କରି ଅବଦାନ । ଏଥିପାଇଁ ସେ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ । ଅମ୍ରିତ ବଜାର ପତ୍ରିକାର ବ୍ୟୁରୋ ମୁଖ୍ୟ ଭାବେ କାର୍ଯ୍ୟ କରି ୧୯୯୬ରେ ଅବସର ନେଇଥିଲେ । ୧୯୬୫ରୁ ସାମ୍ବାଦିକତା ବୃତ୍ତି ଆରମ୍ଭ କରିଥିଲେ ସ୍ବର୍ଗତ ବସନ୍ତ ଦାସ । ତାଙ୍କ ବିୟୋଗରେ ସାମ୍ବାଦିକତା ଜଗତରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ରାଜନୈତିକ ଦଳର ନେତା ବସନ୍ତଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଏଥିସହିତ ରାଜ୍ୟର ଏହି ବରିଷ୍ଠ ସାମ୍ୱାଦିକଙ୍କ ଦେହାନ୍ତରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି ଓ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି।

29 May 2021 By The Sakala

ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ପରଲୋକ; ମୁଖ୍ୟମନ୍ତ୍ରୀ ଓ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କ ଶୋକ

ଭୁବନେଶ୍ୱର: କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ । ୮୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କୋଭିଡରେ ଆକ୍ରାନ୍ତ ହୋଇ ହୋମ୍ ଆଇେସୋଲେସନରେ ଥିଲେ । ୩ଦିନ ତଳେ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି।

ଓଡିଶା ସମ୍ବାଦିକତା କ୍ଷେତ୍ରରେ ୫ ଦଶନ୍ଧୀ ଧରି ସକ୍ରିୟ ଭାବେ କାର୍ଯ୍ୟ କରିଆସୁଥିଲେ ସାମ୍ବାଦିକଙ୍କ ମହଲରେ ପରିଚିତ ବସନ୍ତ ଭାଇ। ଓଡିଶା ରାଜନୀତି ଓ ସମ୍ବାଦିକତାକୁ ନେଇ ଅନେକ ବହି ମଧ୍ୟ ଲେଖିଛନ୍ତି ସେ । ‘ଜେ ଦେଶ ଯାଇ ସେ ଫଲ୍ ଖାଏ’ ପୁସ୍ତକ ତାଙ୍କରି ଅବଦାନ । ଏଥିପାଇଁ ସେ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ । ଅମ୍ରିତ ବଜାର ପତ୍ରିକାର ବ୍ୟୁରୋ ମୁଖ୍ୟ ଭାବେ କାର୍ଯ୍ୟ କରି ୧୯୯୬ରେ ଅବସର ନେଇଥିଲେ । ୧୯୬୫ରୁ ସାମ୍ବାଦିକତା ବୃତ୍ତି ଆରମ୍ଭ କରିଥିଲେ ସ୍ବର୍ଗତ ବସନ୍ତ ଦାସ । ତାଙ୍କ ବିୟୋଗରେ ସାମ୍ବାଦିକତା ଜଗତରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ରାଜନୈତିକ ଦଳର ନେତା ବସନ୍ତଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏଥିସହିତ ରାଜ୍ୟର ଏହି ବରିଷ୍ଠ ସାମ୍ୱାଦିକଙ୍କ ଦେହାନ୍ତରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି ଓ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର