ଲଘୁଚାପ ଆଣିବ ବର୍ଷା, ଆଜି ରାଜ୍ୟର ୯ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ସତର୍କତା

The Sakala Picture
Published On

ଭୁବନେଶ୍ୱର: ପ୍ରାୟ ଦୁଇ ସପ୍ତାହ ଧରି ନିୟମିତ ବର୍ଷା ଅଭାବରୁ ରାଜ୍ୟରେ ମରୁଡ଼ି ଆଶଙ୍କା ସୃଷ୍ଟି ହୋଇଥିବା ବେଳେ ଆସନ୍ନ ଲଘୁଚାପ ବର୍ଷାର ଆଶା ବଢ଼଼ାଇଛି। ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍‌‌ ଯୋଗେ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ […]

ଭୁବନେଶ୍ୱର: ପ୍ରାୟ ଦୁଇ ସପ୍ତାହ ଧରି ନିୟମିତ ବର୍ଷା ଅଭାବରୁ ରାଜ୍ୟରେ ମରୁଡ଼ି ଆଶଙ୍କା ସୃଷ୍ଟି ହୋଇଥିବା ବେଳେ ଆସନ୍ନ ଲଘୁଚାପ ବର୍ଷାର ଆଶା ବଢ଼଼ାଇଛି। ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍‌‌ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩ ତାରିଖରୁ ପାଗର ପରିବର୍ତ୍ତନ ଆସିବ। ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ ରାଜ୍ୟରେ ୩ ତାରିଖରୁ ବର୍ଷାର ବିସ୍ତୃତି ବଢ଼଼ିବ। ଆସନ୍ତା ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି କେନ୍ଦ୍ର କହିଛି। ଯଦିଓ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ କି ନାହିଁ ସେନେଇ ପାଣିପାଗ କେନ୍ଦ୍ର ସ୍ପଷ୍ଟ କରି ନାହିଁ; ତଥାପି କିଛି ଘରୋଇ ସଂସ୍ଥା ଲଘୁଚାପ ହେବା ନେଇ ପୂର୍ବାନୁମାନ କରିଛନ୍ତି। ତେଣୁ କିଛି ଜିଲ୍ଲାରେ ଭଲ ବର୍ଷା ନେଇ ଆକଳନ କରାଯାଉଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସିହତ ବର୍ଷା ଆଶଙ୍କା ରହିଛି। ଶନିବାର କିଛି ଜିଲ୍ଲାରେ ବର୍ଷା ବଢ଼଼ିବା ସହିତ ରିବାରଠାରୁ ବର୍ଷାର ବିସ୍ତୃତି ସହିତ ଅଞ୍ଚଳୱାରୀ ମଧ୍ୟ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ଗୁରୁବାର ପ୍ରକାଶ ପାଇଥିବା ବିସ୍ତାରିତ ପରିସର ଆକଳନରେ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରଥମ ସପ୍ତାହରେ ଲଘୁଚାପ ସୃଷ୍ଟି ହେବା ସହିତ ଦ୍ୱିତୀୟ ସପ୍ତାହରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର