ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ, ଆଜି ଦିଗପହଣ୍ଡିରେ ହେବ ଶେଷକୃତ୍ୟ

The Sakala Picture
Published On

ଭୁବନେଶ୍ବର: ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗତକାଲି ଦେହାନ୍ତ ଘଟିଛି । ୭୪ ବର୍ଷ ବୟସରେ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ଅନେକ ଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ ସୂର୍ଯ୍ୟ । ଗତକାଲି ସନ୍ଧ୍ୟା ୭ଟା ୨୧ ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିବେ । ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ […]

ଭୁବନେଶ୍ବର: ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗତକାଲି ଦେହାନ୍ତ ଘଟିଛି । ୭୪ ବର୍ଷ ବୟସରେ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ଅନେକ ଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ ସୂର୍ଯ୍ୟ । ଗତକାଲି ସନ୍ଧ୍ୟା ୭ଟା ୨୧ ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିବେ । ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ପ୍ରଦାନ କରାଯିବ । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ କରାଯିବ ।

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି

ପୂର୍ବତନ  ବାଚସ୍ପତି ତଥା ବର୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ର ଜଣେ ଦକ୍ଷ  ପ୍ରଶାସକ ଓ ସଂଗଠକ  ଭାବରେ ବର୍ଣ୍ଣନା କରିଛନ୍ତି  । ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ । ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଲୋକ ପ୍ରତିନିଧି ଭାବେ ଆଜୀବନ ସେବା ପାଇଁ ସେ ସ୍ମରଣୀୟ ହୋଇ ରହିବେ ବୋଲି ରାଜ୍ୟପାଳ କହିଛନ୍ତି । ଅନ୍ୟପଟେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ ।  ସେ କହିଛନ୍ତି ସୂର୍ଯ୍ୟ ନାରାୟଣ ପାତ୍ର ଦେହାନ୍ତ କେବଳ ବିଜୁ ଜନତା ଦଳ ପାଇଁ ନୁହେଁ ସମଗ୍ର ଓଡ଼ିଶା ରାଜନୀତି ପାଇଁ ଅପୂରଣୀୟ କ୍ଷତି । ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗଭୀର ଶୋକପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସେ କହିଛନ୍ତି ଆମ ଦଳର ଜଣେ ଉତ୍ସର୍ଗୀକୃତ ନେତା, ଗଞ୍ଜାମର ଟାଣୁଆ ସଂଗଠକ । ତୃଣମୂଳ ସ୍ତରରୁ ଆସି ଓଡ଼ିଶାର ବାଚସ୍ପତି ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ପ୍ରରଣାର ଉତ୍ସ ହେବ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର