ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗତକାଲି ଦେହାନ୍ତ ଘଟିଛି । ୭୪ ବର୍ଷ ବୟସରେ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ଅନେକ ଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ ସୂର୍ଯ୍ୟ । ଗତକାଲି ସନ୍ଧ୍ୟା ୭ଟା ୨୧ ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିଛନ୍ତି । ସେ ପରିବାର ଲୋକଙ୍କୁ ସମବେଦନା […]
ଭୁବନେଶ୍ବର: ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗତକାଲି ଦେହାନ୍ତ ଘଟିଛି । ୭୪ ବର୍ଷ ବୟସରେ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ଅନେକ ଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ ସୂର୍ଯ୍ୟ । ଗତକାଲି ସନ୍ଧ୍ୟା ୭ଟା ୨୧ ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିଛନ୍ତି । ସେ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ପ୍ରଦାନ କରାଯିବ । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ କରାଯିବ ।