ନବୀନ ନିବାସରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ, ଦଳୀୟ ସଂଗଠନକୁ ଆହୁରି ମଜଭୁତ କରିବା ଉପରେ ଆଲୋଚନା

The Sakala Picture
Published On

ଭୁବନେଶ୍ୱର: ନବୀନ ନିବାସରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ଦଳର ଜିଲ୍ଲା ପର୍ଯ୍ୟବେକ୍ଷକ, ଛାମୁଆ ସଂଗଠନର ସଭାପତି ଓ ବରିଷ୍ଠ ନେତାମାନେ ଉପସ୍ଥିତ ଅଛନ୍ତି । ବୈଠକରେ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ପ୍ରଦୀପ ଅମାତ, ପ୍ରଫୁଲ୍ଲ ମଲ୍ଲିକ, ପ୍ରମିଳା ମଲ୍ଲିକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିଧାୟକ ପ୍ରଣବ ବଳବନ୍ତରାୟ, ସୁଧୀର ସାମଲ, ବ୍ୟୋମକେଶ ରାୟ, ପଦ୍ମନାଭ ବେହେରା, ଦେବେଶ ଆଚାର୍ଯ୍ୟ, […]

ଭୁବନେଶ୍ୱର: ନବୀନ ନିବାସରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ଦଳର ଜିଲ୍ଲା ପର୍ଯ୍ୟବେକ୍ଷକ, ଛାମୁଆ ସଂଗଠନର ସଭାପତି ଓ ବରିଷ୍ଠ ନେତାମାନେ ଉପସ୍ଥିତ ଅଛନ୍ତି । ବୈଠକରେ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ପ୍ରଦୀପ ଅମାତ, ପ୍ରଫୁଲ୍ଲ ମଲ୍ଲିକ, ପ୍ରମିଳା ମଲ୍ଲିକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିଧାୟକ ପ୍ରଣବ ବଳବନ୍ତରାୟ, ସୁଧୀର ସାମଲ, ବ୍ୟୋମକେଶ ରାୟ, ପଦ୍ମନାଭ ବେହେରା, ଦେବେଶ ଆଚାର୍ଯ୍ୟ, ଅରୁଣ ସାହୁ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଜେନା, ଦେବୀ ରଞ୍ଜନ ତ୍ରିପାଠୀ, ସୁଶାନ୍ତ ସିଂହଙ୍କ ସମେତ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଈଶ୍ୱର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ଦଳୀୟ ସଂଗଠନକୁ ମଜଭୁତ କରିବା, ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ, ଗାନ୍ଧୀ ଜୟନ୍ତୀରୁ ବିଜେଡିର ପଦଯାତ୍ରା ସମ୍ପର୍କରେ ଆଲୋଚନା ହେଉଥିବା ସୂଚନା ମିଳିଛି । ଆଗାମୀ ଦିନର କାର୍ଯ୍ୟଖସଡ଼ା, ବିରୋଧୀଙ୍କୁ କାଉଣ୍ଟର ଆଦି ପ୍ରସଙ୍ଗରେ ଆଲୋଚନା ହେଉଛି । ନିଜ ନିଜ ଜିଲ୍ଲାରେ ଦଳର ସ୍ଥିତି ଓ ସଂଗଠନ ବାବଦରେ ସୁପ୍ରିମୋଙ୍କ ନିକଟରେ ତଥ୍ୟ ରଖିଛନ୍ତି ଜିଲ୍ଲା ପର୍ଯ୍ୟବେକ୍ଷକ। ଆଗକୁ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅଛି । କାର୍ଯ୍ୟକ୍ରମର ରୂପରେଖ ନେଇ ପ୍ରସ୍ତୁତ କରାଯାଉଛି ରଣନୀତି । ପର୍ଯ୍ୟବେକ୍ଷକଙ୍କ ଜରିଆରେ ଏହାକୁ ତୃଣମୂଳ ସ୍ତରକୁ ନିଆଯିବ । ତୃଣମୂଳ ସ୍ତରର ବିଜେଡି ନେତା ଓ କର୍ମୀମାନଙ୍କୁ ପାଇଁ ବାର୍ତ୍ତା କ’ଣ ରହିବ ତା’ର ମନ୍ତ୍ର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

04 Sep 2023 By The Sakala

ନବୀନ ନିବାସରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ, ଦଳୀୟ ସଂଗଠନକୁ ଆହୁରି ମଜଭୁତ କରିବା ଉପରେ ଆଲୋଚନା

ଭୁବନେଶ୍ୱର: ନବୀନ ନିବାସରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ଦଳର ଜିଲ୍ଲା ପର୍ଯ୍ୟବେକ୍ଷକ, ଛାମୁଆ ସଂଗଠନର ସଭାପତି ଓ ବରିଷ୍ଠ ନେତାମାନେ ଉପସ୍ଥିତ ଅଛନ୍ତି । ବୈଠକରେ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ପ୍ରଦୀପ ଅମାତ, ପ୍ରଫୁଲ୍ଲ ମଲ୍ଲିକ, ପ୍ରମିଳା ମଲ୍ଲିକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିଧାୟକ ପ୍ରଣବ ବଳବନ୍ତରାୟ, ସୁଧୀର ସାମଲ, ବ୍ୟୋମକେଶ ରାୟ, ପଦ୍ମନାଭ ବେହେରା, ଦେବେଶ ଆଚାର୍ଯ୍ୟ, ଅରୁଣ ସାହୁ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଜେନା, ଦେବୀ ରଞ୍ଜନ ତ୍ରିପାଠୀ, ସୁଶାନ୍ତ ସିଂହଙ୍କ ସମେତ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଈଶ୍ୱର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।

ଦଳୀୟ ସଂଗଠନକୁ ମଜଭୁତ କରିବା, ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ, ଗାନ୍ଧୀ ଜୟନ୍ତୀରୁ ବିଜେଡିର ପଦଯାତ୍ରା ସମ୍ପର୍କରେ ଆଲୋଚନା ହେଉଥିବା ସୂଚନା ମିଳିଛି । ଆଗାମୀ ଦିନର କାର୍ଯ୍ୟଖସଡ଼ା, ବିରୋଧୀଙ୍କୁ କାଉଣ୍ଟର ଆଦି ପ୍ରସଙ୍ଗରେ ଆଲୋଚନା ହେଉଛି । ନିଜ ନିଜ ଜିଲ୍ଲାରେ ଦଳର ସ୍ଥିତି ଓ ସଂଗଠନ ବାବଦରେ ସୁପ୍ରିମୋଙ୍କ ନିକଟରେ ତଥ୍ୟ ରଖିଛନ୍ତି ଜିଲ୍ଲା ପର୍ଯ୍ୟବେକ୍ଷକ। ଆଗକୁ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅଛି । କାର୍ଯ୍ୟକ୍ରମର ରୂପରେଖ ନେଇ ପ୍ରସ୍ତୁତ କରାଯାଉଛି ରଣନୀତି । ପର୍ଯ୍ୟବେକ୍ଷକଙ୍କ ଜରିଆରେ ଏହାକୁ ତୃଣମୂଳ ସ୍ତରକୁ ନିଆଯିବ । ତୃଣମୂଳ ସ୍ତରର ବିଜେଡି ନେତା ଓ କର୍ମୀମାନଙ୍କୁ ପାଇଁ ବାର୍ତ୍ତା କ’ଣ ରହିବ ତା’ର ମନ୍ତ୍ର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେଇଥିବା ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର