ଆଜି ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ; ୩ ଜିଲ୍ଲାରେ ଅତିପ୍ରବଳ ଏବଂ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଫଳରେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ରାଜ୍ୟର ୩ଟି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ (୭ରୁ ୨୦ ସେଣ୍ଟିମିଟର) ବର୍ଷା ସମ୍ଭାବନା ଥିବାବେଳେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା(୭ରୁ ୧୧ ସେଣ୍ଟିମିଟର) ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର […]
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଫଳରେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ରାଜ୍ୟର ୩ଟି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ (୭ରୁ ୨୦ ସେଣ୍ଟିମିଟର) ବର୍ଷା ସମ୍ଭାବନା ଥିବାବେଳେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା(୭ରୁ ୧୧ ସେଣ୍ଟିମିଟର) ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି। ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ପୂର୍ବାନୁମାନ ଅନୁଯାୟୀ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ତୀବ୍ର-ବୃଷ୍ଟିପାତ ଲାଗିରହିଥିବା କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅପରପକ୍ଷେ ୫ ତାରିଖ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର,ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର ଏବଂ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।