ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି

The Sakala Picture
Published On

କଟକ: ଶପଥ ନେଲେ ଦୁଇ ନୂଆ ବିଚାରପତି । ହାଇକୋର୍ଟର ଦୁଇ ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍‌ ଶିବ ଶଙ୍କର ମିଶ୍ର ଓ ଜଷ୍ଟିସ୍‌ ଆନନ୍ଦ୍ର ଚନ୍ଦ୍ର ବେହେରା । ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି । ଏଥିସହ ହାଇକୋର୍ଟରେ ମୋଟ ବିଚାରପତି ସଂଖ୍ୟା ୨୨ରେ ପହଞ୍ଚିଛି । ଖବର ଅନୁଯାୟୀ, ଆଇନଜୀବୀ ଶିବ ଶଙ୍କର ମିଶ୍ର ୧୯୯୧ ମସିହାରେ ଓକିଲାତି ପେସାକୁ ଆପଣେଇ ଥିଲେ । ଆଇନଜୀବୀ ଭାବେ ତାଙ୍କର […]

କଟକ: ଶପଥ ନେଲେ ଦୁଇ ନୂଆ ବିଚାରପତି । ହାଇକୋର୍ଟର ଦୁଇ ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍‌ ଶିବ ଶଙ୍କର ମିଶ୍ର ଓ ଜଷ୍ଟିସ୍‌ ଆନନ୍ଦ୍ର ଚନ୍ଦ୍ର ବେହେରା । ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି । ଏଥିସହ ହାଇକୋର୍ଟରେ ମୋଟ ବିଚାରପତି ସଂଖ୍ୟା ୨୨ରେ ପହଞ୍ଚିଛି ।

ଆହୁରି ପଢ଼ନ୍ତୁ: ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ସହ ପୁଲିସର ମାଡ଼ ଅଭିଯୋଗ, ପ୍ରତିବାଦରେ ସରକାରୀ କାର୍ଯ୍ୟରେ ଅସହଯୋଗ କରିବାକୁ ସରପଞ୍ଚ ସଂଘର ଚେତାବନୀ

ଖବର ଅନୁଯାୟୀ, ଆଇନଜୀବୀ ଶିବ ଶଙ୍କର ମିଶ୍ର ୧୯୯୧ ମସିହାରେ ଓକିଲାତି ପେସାକୁ ଆପଣେଇ ଥିଲେ । ଆଇନଜୀବୀ ଭାବେ ତାଙ୍କର ୩୦ ବର୍ଷର ଅନୁଭୂତି ରହିଛି । ଦେୱାନୀ, ଫୌଜଦାରୀ ଓ ଚାକିରି ସଂପର୍କିତ ଆଇନରେ ତାଙ୍କ ସ୍ବତନ୍ତ୍ର ଦକ୍ଷତା ରହିଛି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ଆଇନଜୀବୀ ଭାବେ ମାମଲା ପରିଚାଳନା କରୁଛନ୍ତି । ତାଙ୍କର ଅତି ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି । ଶିବ ଶଙ୍କର ମିଶ୍ର ଜୟପୁର ଠାରେ ୧୯୬୮, ମେ’ ୩ରେ ଜନ୍ମଗ୍ରହଣ କରିଥିଲେ । କୋରାପୁଟର ଜୟପୁର ଲ’ କଲେଜରୁ ସେ ଏଲଏଲବି ଡିଗ୍ରି ହାସଲ କରିଥିଲେ । ୧୯୯୧ରୁ ସେ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି । ଆନନ୍ଦ ଚନ୍ଦ୍ର ବେହେରା ୧୯୬୪, ମେ’ ୨୩ରେ ବାଲେଶ୍ଵରରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକରେ ବିଜେଡିର ଶୋକ

ସେହିଭଳି ଆନନ୍ଦ ଚନ୍ଦ୍ର ବେହେରା ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ୟ୍ୟ କରିଛନ୍ତି । ତାଙ୍କର ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି । ଆନନ୍ଦ ଚନ୍ଦ୍ର ବେହେରା ୧୯୬୪, ମେ’ ୨୩ରେ ବାଲେଶ୍ଵରରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ୨୦୦୪ରେ ସେ ଫାଷ୍ଟଟ୍ରାକ୍ ବିଚାରପତି ଭାବେ ଯୋଗ ଦେଇଥିଲେ । ୨୦୧୩ରେ ଜିଲ୍ଲା ଜଜ୍ ରେଗୁଲାର କ୍ୟାଡ଼ରରେ ଯୋଗ ଦେଇଥିଲେ । କଟକ, ଭୁବନେଶ୍ୱର, ସୁନ୍ଦରଗଡ଼, ରାଉରକେଲା, ଧର୍ମଗଡ଼ରେ ଅତିରିକ୍ତ ଜିଲ୍ଲା ଜଜ୍ ଭାବେ କାର୍ଯ୍ୟ କରିଛନ୍ତି । ସେ ଜଗତସିଂହପୁର ଓ ବ୍ରହ୍ମପୁରରେ ଜିଲ୍ଲା ଜଜ୍ ଭାବେ ଦାୟିତ୍ବ ନିର୍ବାହ କରିଛନ୍ତି । ରାଜ୍ୟରେ ଜଣେ ଲୋକପ୍ରିୟ ବିଚାର ବିଭାଗୀୟ ଅଧିକାରୀ ଭାବେ ତାଙ୍କର ସୁନାମ ରହିଛି ।

ଆହୁରି ପଢ଼ନ୍ତୁ: ଆଜି ପହିଲି ରଜ: ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ, ଘରେ ଘରେ ପିଠାପଣାର ମହକ

05 Sep 2023 By The Sakala

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ: ଶପଥ ନେଲେ ଦୁଇ ନୂଆ ବିଚାରପତି । ହାଇକୋର୍ଟର ଦୁଇ ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍‌ ଶିବ ଶଙ୍କର ମିଶ୍ର ଓ ଜଷ୍ଟିସ୍‌ ଆନନ୍ଦ୍ର ଚନ୍ଦ୍ର ବେହେରା । ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି । ଏଥିସହ ହାଇକୋର୍ଟରେ ମୋଟ ବିଚାରପତି ସଂଖ୍ୟା ୨୨ରେ ପହଞ୍ଚିଛି ।

ଖବର ଅନୁଯାୟୀ, ଆଇନଜୀବୀ ଶିବ ଶଙ୍କର ମିଶ୍ର ୧୯୯୧ ମସିହାରେ ଓକିଲାତି ପେସାକୁ ଆପଣେଇ ଥିଲେ । ଆଇନଜୀବୀ ଭାବେ ତାଙ୍କର ୩୦ ବର୍ଷର ଅନୁଭୂତି ରହିଛି । ଦେୱାନୀ, ଫୌଜଦାରୀ ଓ ଚାକିରି ସଂପର୍କିତ ଆଇନରେ ତାଙ୍କ ସ୍ବତନ୍ତ୍ର ଦକ୍ଷତା ରହିଛି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ଆଇନଜୀବୀ ଭାବେ ମାମଲା ପରିଚାଳନା କରୁଛନ୍ତି । ତାଙ୍କର ଅତି ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି । ଶିବ ଶଙ୍କର ମିଶ୍ର ଜୟପୁର ଠାରେ ୧୯୬୮, ମେ’ ୩ରେ ଜନ୍ମଗ୍ରହଣ କରିଥିଲେ । କୋରାପୁଟର ଜୟପୁର ଲ’ କଲେଜରୁ ସେ ଏଲଏଲବି ଡିଗ୍ରି ହାସଲ କରିଥିଲେ । ୧୯୯୧ରୁ ସେ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି । ଆନନ୍ଦ ଚନ୍ଦ୍ର ବେହେରା ୧୯୬୪, ମେ’ ୨୩ରେ ବାଲେଶ୍ଵରରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି ।

ସେହିଭଳି ଆନନ୍ଦ ଚନ୍ଦ୍ର ବେହେରା ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ୟ୍ୟ କରିଛନ୍ତି । ତାଙ୍କର ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି । ଆନନ୍ଦ ଚନ୍ଦ୍ର ବେହେରା ୧୯୬୪, ମେ’ ୨୩ରେ ବାଲେଶ୍ଵରରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ୨୦୦୪ରେ ସେ ଫାଷ୍ଟଟ୍ରାକ୍ ବିଚାରପତି ଭାବେ ଯୋଗ ଦେଇଥିଲେ । ୨୦୧୩ରେ ଜିଲ୍ଲା ଜଜ୍ ରେଗୁଲାର କ୍ୟାଡ଼ରରେ ଯୋଗ ଦେଇଥିଲେ । କଟକ, ଭୁବନେଶ୍ୱର, ସୁନ୍ଦରଗଡ଼, ରାଉରକେଲା, ଧର୍ମଗଡ଼ରେ ଅତିରିକ୍ତ ଜିଲ୍ଲା ଜଜ୍ ଭାବେ କାର୍ଯ୍ୟ କରିଛନ୍ତି । ସେ ଜଗତସିଂହପୁର ଓ ବ୍ରହ୍ମପୁରରେ ଜିଲ୍ଲା ଜଜ୍ ଭାବେ ଦାୟିତ୍ବ ନିର୍ବାହ କରିଛନ୍ତି । ରାଜ୍ୟରେ ଜଣେ ଲୋକପ୍ରିୟ ବିଚାର ବିଭାଗୀୟ ଅଧିକାରୀ ଭାବେ ତାଙ୍କର ସୁନାମ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର