ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ଓଡ଼ିଶାରେ ବଡ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର : ଓଡ଼ିଶାରେ ବଡ ବର୍ଷା ସମ୍ଭାବନା । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତା ୭୨ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୁତ । ପ୍ରଭାବରେ ୧୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଘଡଘଡି ବିଜୁଳି ସହ ବର୍ଷା ନେଇ ୨୫ ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରବଳ […]

ଭୁବନେଶ୍ୱର : ଓଡ଼ିଶାରେ ବଡ ବର୍ଷା ସମ୍ଭାବନା । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତା ୭୨ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୁତ । ପ୍ରଭାବରେ ୧୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଘଡଘଡି ବିଜୁଳି ସହ ବର୍ଷା ନେଇ ୨୫ ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲିଠୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି ।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ଘଡଘଡି ବିଜୁଳି ସହ ବର୍ଷା ନେଇ ରାୟଗଡା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ, ସୁନ୍ଦରଗଡ ଏବଂ ଢେଙ୍କାନାଳ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୧୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ଗଞ୍ଜାମ, ନୟାଗଡ, ବୌଦ୍ଧ, କନ୍ଧମାଳ, କଳହାଣ୍ଡି, କଟକ ଏବଂ ଅନୁଗୁଳ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

୧୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା, ୧୫ ରେ ୮ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟାର ପରିସ୍ଥିତି ଦେଖାଦେବ । ବର୍ଷା ସମୟରେ ଦୃଶ୍ୟମାନ କ୍ଷମତା କମିବା ସହ ଯାତାୟତରେ ବାଧା ସୃଷ୍ଟି ହେବ । କଚ୍ଚା ଘର ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପର ପ୍ରଭାବ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ରହିବ ବୋଲି ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସିମେଣ୍ଟ ମିକ୍ସଚର ଟ୍ରକ୍ ଧକ୍କାରେ ବାପା ଓ ଝିଅଙ୍କ ମୃତ୍ୟୁ

11 Sep 2023 By The Sakala

ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ଓଡ଼ିଶାରେ ବଡ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଓଡ଼ିଶାରେ ବଡ ବର୍ଷା ସମ୍ଭାବନା । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତା ୭୨ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୁତ । ପ୍ରଭାବରେ ୧୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଘଡଘଡି ବିଜୁଳି ସହ ବର୍ଷା ନେଇ ୨୫ ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲିଠୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି ।

ଘଡଘଡି ବିଜୁଳି ସହ ବର୍ଷା ନେଇ ରାୟଗଡା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ, ସୁନ୍ଦରଗଡ ଏବଂ ଢେଙ୍କାନାଳ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୧୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ଗଞ୍ଜାମ, ନୟାଗଡ, ବୌଦ୍ଧ, କନ୍ଧମାଳ, କଳହାଣ୍ଡି, କଟକ ଏବଂ ଅନୁଗୁଳ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଛି ।

୧୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା, ୧୫ ରେ ୮ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟାର ପରିସ୍ଥିତି ଦେଖାଦେବ । ବର୍ଷା ସମୟରେ ଦୃଶ୍ୟମାନ କ୍ଷମତା କମିବା ସହ ଯାତାୟତରେ ବାଧା ସୃଷ୍ଟି ହେବ । କଚ୍ଚା ଘର ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପର ପ୍ରଭାବ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ରହିବ ବୋଲି ଆକଳନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର