ଜନ ଅଭିଯୋଗ ଶୁଣାଣିରେ ଆସିଥିବା ଅଭିଯୋଗ ସମାଧାନର ଅଗ୍ରଗତି ନେଇ ସମୀକ୍ଷା କଲେ ୫ଟି ସଚିବ

The Sakala Picture
Published On

ଭୁବନେଶ୍ବର: ଜନ ଅଭିଯୋଗ ଶୁଣାଣିରେ ଆସିଥିବା ଅଭିଯୋଗ ସମାଧାନର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆ । ସିଏମଓ କରିଥିବା ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣିରେ ଲୋକ ଜଣାଇଥିବା ଅଭିଯୋଗ ସମ୍ପର୍କରେ ସବୁ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଛନ୍ତି ୫ଟି ସଚିବ। ପାନୀୟ ଜଳ ପ୍ରକଳ୍ପ, ମଠ, ମନ୍ଦିର, ମସଜିଦର ଉନ୍ନତିକରଣ , ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ , ଅନୁମୋଦିତ ପ୍ରକଳ୍ପର କାର୍ଯ୍ୟାକାରିତା ଆଦି ପ୍ରସଙ୍ଗରେ ଆଲୋଚନା କରାଯାଇଛି। ଗତ ୬ମାସ ଧରି ମୁଖ୍ୟମନ୍ତ୍ରୀ ନବୀନ […]

ଭୁବନେଶ୍ବର: ଜନ ଅଭିଯୋଗ ଶୁଣାଣିରେ ଆସିଥିବା ଅଭିଯୋଗ ସମାଧାନର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆ । ସିଏମଓ କରିଥିବା ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣିରେ ଲୋକ ଜଣାଇଥିବା ଅଭିଯୋଗ ସମ୍ପର୍କରେ ସବୁ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଛନ୍ତି ୫ଟି ସଚିବ। ପାନୀୟ ଜଳ ପ୍ରକଳ୍ପ, ମଠ, ମନ୍ଦିର, ମସଜିଦର ଉନ୍ନତିକରଣ , ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ , ଅନୁମୋଦିତ ପ୍ରକଳ୍ପର କାର୍ଯ୍ୟାକାରିତା ଆଦି ପ୍ରସଙ୍ଗରେ ଆଲୋଚନା କରାଯାଇଛି। ଗତ ୬ମାସ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭିକେ ପାଣ୍ଡିଆନ ୩୦ ଜିଲ୍ଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ ସହିତ ଲୋକଙ୍କଠାରୁ ଅଭିଯୋଗ ଶୁଣିଥିଲେ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ଏହି ସମୟରେ ମୋଟ ୫୭ ହଜାର ୮୫ଟି ଅଭିଯୋଗ ଆସିଥିବାବେଳେ ସେଥିରୁ ୩୭ହଜାର ୫୧୩ଟି ବା ୬୫ଦଶମିକ ୭୧ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି। ସମସ୍ୟାର ସମାଧାନ କ୍ଷେତ୍ରରେ ଲୋକଙ୍କଠୁ ଫିଡବ୍ୟାକ ନେଉଛି ସିଏମଓ । ୨୪ ହଜାର ୭୨୨ ଲୋକଙ୍କୁ ସରକାର ଚିଠି ଲେଖି ଫିଡବ୍ୟାକ ନେଇଥିବାବେଳେ ଓ ୨୨ ହଜାର ୪୦୭ ଜଣଙ୍କଠୁ ଫୋନ ଯୋଗେ ପ୍ରତିକ୍ରିୟା ନିଆଯାଇଛି। ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ସମ୍ପର୍କିତ ଅଭିଯୋଗର ତୁରନ୍ତ ସମାଧାନ ପାଇଁ ୫ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡ଼ା ଧାର୍ମିକ ପୀଠର ରୂପାନ୍ତରଣ ଓ ୫ଟି ଉପକ୍ରମରେ କଲେଜର ନବକଳେବର ନେଇ ଆଲୋଚନା କରାଯାଇଛି। ଗୁଣାବତ୍ତାକୁ ଆଧାର କରି ଟାର୍ଗେଟ ସମୟ ମଧ୍ୟରେ ସବୁ ପ୍ରକଳ୍ପ କାମ ସାରିବାକୁ ଗୁରୁତ୍ବ ଦିଆଯାଇଛି । ୫ଟି ନୀତିକୁ ଉପଯୋଗ କରି ଜନତାଙ୍କ ମୌଳିକ ସୁବିଧାକୁ ପୂରଣ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର