ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା

The Sakala Picture
Published On

ଭୁବନେଶ୍ବର : ଅନ୍ତର୍ଜାତୀୟ ସ୍ତରର ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ। ଆଜି ନୂଆଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ୮୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଗୀତା ମେହେଟ୍ଟା ହେଉଛନ୍ତି ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ । ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା ଅନେକ ପୁସ୍ତକ ରଚନା କରି ପ୍ରସିଦ୍ଧି ଅର୍ଜନ କରିଥିଲେ। ୨୦୧୯ରେ ପଦ୍ମ ପୁରସ୍କାର ପାଇଁ ସେ ମନୋନୀତ ହୋଇଥିଲେ । କିନ୍ତୁ ତାହାକୁ […]

ଭୁବନେଶ୍ବର : ଅନ୍ତର୍ଜାତୀୟ ସ୍ତରର ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ। ଆଜି ନୂଆଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ୮୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଗୀତା ମେହେଟ୍ଟା ହେଉଛନ୍ତି ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ । ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା ଅନେକ ପୁସ୍ତକ ରଚନା କରି ପ୍ରସିଦ୍ଧି ଅର୍ଜନ କରିଥିଲେ। ୨୦୧୯ରେ ପଦ୍ମ ପୁରସ୍କାର ପାଇଁ ସେ ମନୋନୀତ ହୋଇଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ସେ ଚର୍ଚ୍ଚାକୁ ଆସିଥିଲେ ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ ଗୀତା ମେହେଟ୍ଟା ଜଣେ ଲେଖିକା ସହିତ ପ୍ରାମାଣିକ ଚଳଚିତ୍ର ମଧ୍ୟ ନିର୍ମାଣ କରିଛନ୍ତି।ଗୀତା ମେହେଟ୍ଟା ଇଂଲଣ୍ଡ, ୟୁରୋପ ଏବଂ ଆମେରିକା ପାଇଁ ୧୪ଟି ଦୂରଦର୍ଶନ ପ୍ରାମାଣିକ ଚଳଚ୍ଚିତ୍ରର ନିର୍ମାଣ କରିଥିଲେ । ୧୯୭୦-୧୯୭୧ ମସିହା ମଧ୍ୟରେ ସେ ଆମେରିକା ଦୂରଦର୍ଶନ ଏନ ବି ସି ପାଇଁ ଯୁଦ୍ଧ ସମ୍ବାଦଦାତା ଭାବରେ କାର୍ଯ୍ୟ କରିଥିଲେ । ତାଙ୍କର ଚଳଚ୍ଚିତ୍ର ‘କମ୍ପାଇଲେସନ ଅଫ ଦି ବାଙ୍ଗଲାଦେଶ ରିଭୋଲୁସନ, ଡେଡଲାଇନ ବାଙ୍ଗଲାଦେଶ, ଉଭୟ ଭାରତ ଏବଂ ବିଦେଶର ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଗୀତା ମେହେଟ୍ଟା ୧୯୪୩ରେ ଜନ୍ମି ଗ୍ରହଣ କରିଥିଲେ। ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ସେ ଭାରତ ପରେ ଇଂଲଣ୍ଡର କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟରୁ ନିଜର ଶିକ୍ଷା ଶେଷ କରିଥିଲେ। ଏଥି ସହିତ ୪୦ ବର୍ଷ ଧରି ସାହିତ୍ୟ ଜଗତରେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଥିଲେ ଗୀତା ମେହେଟ୍ଟା। ସେ ଆଲଫ୍ରେଡ୍ ଏ. ନୋଫ୍ ପବ୍ଲିସିଂ ହାଉସର ପୂର୍ବତନ ମୁଖ୍ୟ ସୋନି ମେହେଟ୍ଟାଙ୍କୁ ୧୯୬୫ ରେ ବିବାହ କରିଥିଲେ । ସେମାନଙ୍କର ଆଦିତ୍ୟ ସିଂ ମେହେଟ୍ଟା ନାମକ ଏକ ପୁତ୍ର ସନ୍ତାନ ଅଛନ୍ତି । ସୋନୀ ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

16 Sep 2023 By The Sakala

ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା

ଭୁବନେଶ୍ବର : ଅନ୍ତର୍ଜାତୀୟ ସ୍ତରର ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ। ଆଜି ନୂଆଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ୮୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଗୀତା ମେହେଟ୍ଟା ହେଉଛନ୍ତି ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ । ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା ଅନେକ ପୁସ୍ତକ ରଚନା କରି ପ୍ରସିଦ୍ଧି ଅର୍ଜନ କରିଥିଲେ। ୨୦୧୯ରେ ପଦ୍ମ ପୁରସ୍କାର ପାଇଁ ସେ ମନୋନୀତ ହୋଇଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ସେ ଚର୍ଚ୍ଚାକୁ ଆସିଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ ଗୀତା ମେହେଟ୍ଟା ଜଣେ ଲେଖିକା ସହିତ ପ୍ରାମାଣିକ ଚଳଚିତ୍ର ମଧ୍ୟ ନିର୍ମାଣ କରିଛନ୍ତି।ଗୀତା ମେହେଟ୍ଟା ଇଂଲଣ୍ଡ, ୟୁରୋପ ଏବଂ ଆମେରିକା ପାଇଁ ୧୪ଟି ଦୂରଦର୍ଶନ ପ୍ରାମାଣିକ ଚଳଚ୍ଚିତ୍ରର ନିର୍ମାଣ କରିଥିଲେ । ୧୯୭୦-୧୯୭୧ ମସିହା ମଧ୍ୟରେ ସେ ଆମେରିକା ଦୂରଦର୍ଶନ ଏନ ବି ସି ପାଇଁ ଯୁଦ୍ଧ ସମ୍ବାଦଦାତା ଭାବରେ କାର୍ଯ୍ୟ କରିଥିଲେ । ତାଙ୍କର ଚଳଚ୍ଚିତ୍ର ‘କମ୍ପାଇଲେସନ ଅଫ ଦି ବାଙ୍ଗଲାଦେଶ ରିଭୋଲୁସନ, ଡେଡଲାଇନ ବାଙ୍ଗଲାଦେଶ, ଉଭୟ ଭାରତ ଏବଂ ବିଦେଶର ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିଲା ।

ଗୀତା ମେହେଟ୍ଟା ୧୯୪୩ରେ ଜନ୍ମି ଗ୍ରହଣ କରିଥିଲେ। ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ସେ ଭାରତ ପରେ ଇଂଲଣ୍ଡର କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟରୁ ନିଜର ଶିକ୍ଷା ଶେଷ କରିଥିଲେ। ଏଥି ସହିତ ୪୦ ବର୍ଷ ଧରି ସାହିତ୍ୟ ଜଗତରେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଥିଲେ ଗୀତା ମେହେଟ୍ଟା। ସେ ଆଲଫ୍ରେଡ୍ ଏ. ନୋଫ୍ ପବ୍ଲିସିଂ ହାଉସର ପୂର୍ବତନ ମୁଖ୍ୟ ସୋନି ମେହେଟ୍ଟାଙ୍କୁ ୧୯୬୫ ରେ ବିବାହ କରିଥିଲେ । ସେମାନଙ୍କର ଆଦିତ୍ୟ ସିଂ ମେହେଟ୍ଟା ନାମକ ଏକ ପୁତ୍ର ସନ୍ତାନ ଅଛନ୍ତି । ସୋନୀ ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର