ଆଜି ଦିଲ୍ଲୀରେ ହେବ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ

The Sakala Picture
Published On

ଭୁବନେଶ୍ୱର: ଆଜି ଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ସୂଚନା ଅନୁସାରେ ଆମେରିକାରୁ ଗୀତାଙ୍କ ପୁଅ ଆଦିତ୍ୟ ସିଂହ ମେହେଟ୍ଟା ଆସି ଦିଲ୍ଲୀରେ ପହଂଚିଛନ୍ତି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କର ଗତ ଶନିବାର ରାତିରେ ୮୦ ବର୍ଷ ବୟସରେ ଦିଲ୍ଲୀସ୍ଥିତ ବାସଭବନରେ ଦେହାନ୍ତ ହୋଇଥିଲା । ଗତକାଲି ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବଡ଼ ଭଉଣୀଙ୍କ ଶେଷ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ […]

ଭୁବନେଶ୍ୱର: ଆଜି ଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ସୂଚନା ଅନୁସାରେ ଆମେରିକାରୁ ଗୀତାଙ୍କ ପୁଅ ଆଦିତ୍ୟ ସିଂହ ମେହେଟ୍ଟା ଆସି ଦିଲ୍ଲୀରେ ପହଂଚିଛନ୍ତି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କର ଗତ ଶନିବାର ରାତିରେ ୮୦ ବର୍ଷ ବୟସରେ ଦିଲ୍ଲୀସ୍ଥିତ ବାସଭବନରେ ଦେହାନ୍ତ ହୋଇଥିଲା । ଗତକାଲି ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବଡ଼ ଭଉଣୀଙ୍କ ଶେଷ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଗୀତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରବିବାର ସକାଳୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯାଇଥିଲେ। ସେଠାରେ ସେ ବଡ଼ ଭଉଣୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଏହି ଘଟଣା ତାଙ୍କୁ ଗଭୀର ଭାବେ ମର୍ମାହତ କରିଛି ବୋଲି କହିଥିଲେ। ଏହାସହ ଯେଉଁମାନେ ଏଭଳି ଦୁଃଖଦ ସମୟରେ ତାଙ୍କ ପରିବାର ସହିତ ଠିଆ ହୋଇଛନ୍ତି ଓ ଶୋକବ୍ୟକ୍ତ କରିଛନ୍ତି, ସେମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

18 Sep 2023 By The Sakala

ଆଜି ଦିଲ୍ଲୀରେ ହେବ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ଆଜି ଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ସୂଚନା ଅନୁସାରେ ଆମେରିକାରୁ ଗୀତାଙ୍କ ପୁଅ ଆଦିତ୍ୟ ସିଂହ ମେହେଟ୍ଟା ଆସି ଦିଲ୍ଲୀରେ ପହଂଚିଛନ୍ତି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କର ଗତ ଶନିବାର ରାତିରେ ୮୦ ବର୍ଷ ବୟସରେ ଦିଲ୍ଲୀସ୍ଥିତ ବାସଭବନରେ ଦେହାନ୍ତ ହୋଇଥିଲା । ଗତକାଲି ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବଡ଼ ଭଉଣୀଙ୍କ ଶେଷ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଗୀତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରବିବାର ସକାଳୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯାଇଥିଲେ। ସେଠାରେ ସେ ବଡ଼ ଭଉଣୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଏହି ଘଟଣା ତାଙ୍କୁ ଗଭୀର ଭାବେ ମର୍ମାହତ କରିଛି ବୋଲି କହିଥିଲେ। ଏହାସହ ଯେଉଁମାନେ ଏଭଳି ଦୁଃଖଦ ସମୟରେ ତାଙ୍କ ପରିବାର ସହିତ ଠିଆ ହୋଇଛନ୍ତି ଓ ଶୋକବ୍ୟକ୍ତ କରିଛନ୍ତି, ସେମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର