ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟା
ନୂଆଦିଲ୍ଲୀ: ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟା । ନୂଆଦିଲ୍ଲୀ ସ୍ଥିତ ଲୋଧି ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୀୟକଙ୍କ ବଡ ଉଭଣୀ ଗୀତା ମେହେଟ୍ଟା । ମୁଖାଗ୍ନି ଦେଇଛନ୍ତି ପୁଅ। ଅନ୍ତିମ ସଂସ୍କାରରେ ଦୁଇ ଭାଇ ପ୍ରେମ ପଟ୍ଟନାୟକ ଓ ନବୀନ ପଟ୍ଟନାୟଙ୍କ ସହ ପରିବାରର ଅନ୍ୟ ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ। ଭଉଣୀଙ୍କୁ ଶେଷ ବିଦାୟ […]
ନୂଆଦିଲ୍ଲୀ: ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟା । ନୂଆଦିଲ୍ଲୀ ସ୍ଥିତ ଲୋଧି ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୀୟକଙ୍କ ବଡ ଉଭଣୀ ଗୀତା ମେହେଟ୍ଟା । ମୁଖାଗ୍ନି ଦେଇଛନ୍ତି ପୁଅ। ଅନ୍ତିମ ସଂସ୍କାରରେ ଦୁଇ ଭାଇ ପ୍ରେମ ପଟ୍ଟନାୟକ ଓ ନବୀନ ପଟ୍ଟନାୟଙ୍କ ସହ ପରିବାରର ଅନ୍ୟ ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ। ଭଉଣୀଙ୍କୁ ଶେଷ ବିଦାୟ ବେଳେ ଭାବବିହ୍ବଳ ହୋଇପଡିଥିଲେ ମୁଖ୍ୟମନ୍ତ୍ରୀ। ଅନ୍ତିମ ସଂସ୍କାରରେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ, ଅନଙ୍ଗ ଉଦୟ ସିଂଦେଓ, ସାଂସଦ ମାନସ ମଙ୍ଗରାଜ, ସାଂସଦ ମୁନା ଖାଁ, ସାଂସଦ ଅମର ପଟ୍ଟନାୟକ, ସାଂସଦ ପୀନାକି ମିଶ୍ର ଉପସ୍ଥିତ ଥିଲେ।
ଦିଲ୍ଲୀ ସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ଶନିବାର ପରଲୋକ ଘଟିଥିଲା। ଗୀତା ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଥିଲେ । ୧୯୪୩ରେ ଜନ୍ମିତ ଗୀତା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ । ସେ କେମ୍ବ୍ରିଜ ବିଶ୍ବବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ତାଙ୍କର କେତେକ ପ୍ରଖ୍ୟାତ ପୁସ୍ତକ ହେଉଛି- କର୍ମା କୋଲା, ସ୍ନେକ ଆଣ୍ଡ ଲ୍ୟାଡର୍ସ, ଏ ରିଭର ସୂତ୍ର, ଦ ଏଟରନାଲ ଗଣେଶ ଇତ୍ୟାଦି । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ଗୀତା ଚର୍ଚ୍ଚାକୁ ଆସିଥିଲେ ।
ଗୀତାଙ୍କର ସ୍ବାମୀ ସୋନୀ ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା । ୪୦ ବର୍ଷର ସାହିତ୍ୟ ଜୀବନରେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଥିଲେ ।