ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୨ ଦିନ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ସମୁଦ୍ରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାର […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ସମୁଦ୍ରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଲଘୁଚାପର ସର୍ବାଧିକ ପ୍ରଭାବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ପଡ଼ିବ । ପ୍ରଭାବରେ ଆଜି ପାଇଁ ୧୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ୯ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ , ଅନୁଗୁଳରେ ବର୍ଷା ହେବ । ୧୨୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ୨୧ତାରିଖରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

19 Sep 2023 By The Sakala

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୨ ଦିନ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ସମୁଦ୍ରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଲଘୁଚାପର ସର୍ବାଧିକ ପ୍ରଭାବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ପଡ଼ିବ । ପ୍ରଭାବରେ ଆଜି ପାଇଁ ୧୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ୯ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ , ଅନୁଗୁଳରେ ବର୍ଷା ହେବ । ୧୨୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ୨୧ତାରିଖରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

https://www.thesakala.in/latest-odisha-news/low-pressure-formed-in-bay-of-bengal-heavy-rainfall-in-next-two-days/article-25575
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର