ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କଲା ବିଜେଡି, ଆସନ୍ତାକାଲି ଦାଖଲ କରିବେ ପ୍ରାର୍ଥିପତ୍ର

The Sakala Picture
Published On

ଭୁବନେଶ୍ବର : ପ୍ରମିଳା ମଲ୍ଲିକ ହେଲେ ବିଜୁ ଜନତା ଦଳର ବାଚସ୍ପତି ପ୍ରାର୍ଥୀ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି ଶାସକ ବିଜେଡି। ଆସନ୍ତାକାଲି ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରମିଳା ମଲ୍ଲିକ। ୨୨ ତାରିଖ ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ ହୋଇଥିବା ବେଳେ ସେ ରାଜ୍ୟର ପ୍ରଥମ ମହିଳା ବାଚସ୍ପତି ହେବେ। କାରଣ ଏହା […]

ଭୁବନେଶ୍ବର : ପ୍ରମିଳା ମଲ୍ଲିକ ହେଲେ ବିଜୁ ଜନତା ଦଳର ବାଚସ୍ପତି ପ୍ରାର୍ଥୀ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି ଶାସକ ବିଜେଡି। ଆସନ୍ତାକାଲି ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରମିଳା ମଲ୍ଲିକ। ୨୨ ତାରିଖ ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ ହୋଇଥିବା ବେଳେ ସେ ରାଜ୍ୟର ପ୍ରଥମ ମହିଳା ବାଚସ୍ପତି ହେବେ। କାରଣ ଏହା ପୂର୍ବରୁ ରାଜ୍ୟ ବିଧାନସଭାରେ କୌଣସି ମହିଳା ବାଚସ୍ପତି ପଦରେ ବସିନାହାନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

୨୧ ତାରିଖରେ ବାଚସ୍ପତି ନିର୍ବାଚନ ପାତଁ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହିଦିନ ସକାଳ ୯ଟା ୩୦ରେ ବାଚସ୍ପତି ନିର୍ବାଚନ ହେବ।ଏହାପରେ ବିଧାନସଭା ଅଧିବେଶନ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ମେ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେବା ପରଠାରୁ ଖାଲି ରହିଛି ବିଧାନସଭାର ବାଚସ୍ପତି ପଦବୀ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ବିଜୁ ଜନତା ଦଳର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇସାରିଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ରହିଛନ୍ତି।୧୯୯୦ ମସିହାରୁ ଓଡ଼ିଶାବିଧାନ ସଭାକୁ ନିର୍ବାଚତ ହୋଇଆସୁଛନ୍ତି ପ୍ରମିଳା ମଲ୍ଲିକ।ପ୍ରମିଳା ମଲ୍ଲିକ ପ୍ରଥମେ ଜନତା ଦଳ ସହ ରାଜନୀତିରେ ସକ୍ରିୟ ଥିଲେ । ସେ ୧୯୯୦ ନିର୍ବାଚନରେ ପ୍ରଥମ ପାଇଁ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଜନତା ଦଳର ପ୍ରତିନିଧି ଭାବରେ ସେ ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଏହପରେ ସେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ୨୦୦୦ ମସିହାରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ପୁଣିଥରେ ବିଞ୍ଝାରପୁରରୁ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାକୁ, ୨୦୦୯ ମସିହାରେ ୧୪ଶ ଓଡ଼ିଶା ବିଧାନ ସଭାକୁ ଏବଂ ୨୦୧୪ ମସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚିତ ହୋଇଥିଲେ । ଏହାପରେ ପୁଣି ୨୦୧୯ରେ ୧୬ଶ ଓଡ଼ିଶା ବିଧାନ ସଭାକୁ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ ପ୍ରମିଳା।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

ଅନ୍ୟପଟେ ବିଜୁ ଜନତା ଦଳର ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ହେବା ପରେ ଖୁସି ବ୍ୟକ୍ତ କରିଛନ୍ତି ପ୍ରମିଳା ମଲ୍ଲିକ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି। ପ୍ରମିଳା ଆହୁରି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ସର୍ବଦା ତାଙ୍କ ଉପରେ ଭରସା କରିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଏହି ଭରସାକୁ ନିଷ୍ଠାର ସହ ପାଳନ କରିବି ବୋଲି କହିଛନ୍ତି।

20 Sep 2023 By The Sakala

ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କଲା ବିଜେଡି, ଆସନ୍ତାକାଲି ଦାଖଲ କରିବେ ପ୍ରାର୍ଥିପତ୍ର

ଭୁବନେଶ୍ବର : ପ୍ରମିଳା ମଲ୍ଲିକ ହେଲେ ବିଜୁ ଜନତା ଦଳର ବାଚସ୍ପତି ପ୍ରାର୍ଥୀ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି ଶାସକ ବିଜେଡି। ଆସନ୍ତାକାଲି ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରମିଳା ମଲ୍ଲିକ। ୨୨ ତାରିଖ ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ ହୋଇଥିବା ବେଳେ ସେ ରାଜ୍ୟର ପ୍ରଥମ ମହିଳା ବାଚସ୍ପତି ହେବେ। କାରଣ ଏହା ପୂର୍ବରୁ ରାଜ୍ୟ ବିଧାନସଭାରେ କୌଣସି ମହିଳା ବାଚସ୍ପତି ପଦରେ ବସିନାହାନ୍ତି।

୨୧ ତାରିଖରେ ବାଚସ୍ପତି ନିର୍ବାଚନ ପାତଁ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହିଦିନ ସକାଳ ୯ଟା ୩୦ରେ ବାଚସ୍ପତି ନିର୍ବାଚନ ହେବ।ଏହାପରେ ବିଧାନସଭା ଅଧିବେଶନ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ମେ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେବା ପରଠାରୁ ଖାଲି ରହିଛି ବିଧାନସଭାର ବାଚସ୍ପତି ପଦବୀ।

ବିଜୁ ଜନତା ଦଳର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇସାରିଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ରହିଛନ୍ତି।୧୯୯୦ ମସିହାରୁ ଓଡ଼ିଶାବିଧାନ ସଭାକୁ ନିର୍ବାଚତ ହୋଇଆସୁଛନ୍ତି ପ୍ରମିଳା ମଲ୍ଲିକ।ପ୍ରମିଳା ମଲ୍ଲିକ ପ୍ରଥମେ ଜନତା ଦଳ ସହ ରାଜନୀତିରେ ସକ୍ରିୟ ଥିଲେ । ସେ ୧୯୯୦ ନିର୍ବାଚନରେ ପ୍ରଥମ ପାଇଁ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଜନତା ଦଳର ପ୍ରତିନିଧି ଭାବରେ ସେ ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଏହପରେ ସେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ୨୦୦୦ ମସିହାରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ପୁଣିଥରେ ବିଞ୍ଝାରପୁରରୁ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାକୁ, ୨୦୦୯ ମସିହାରେ ୧୪ଶ ଓଡ଼ିଶା ବିଧାନ ସଭାକୁ ଏବଂ ୨୦୧୪ ମସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚିତ ହୋଇଥିଲେ । ଏହାପରେ ପୁଣି ୨୦୧୯ରେ ୧୬ଶ ଓଡ଼ିଶା ବିଧାନ ସଭାକୁ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ ପ୍ରମିଳା।

ଅନ୍ୟପଟେ ବିଜୁ ଜନତା ଦଳର ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ହେବା ପରେ ଖୁସି ବ୍ୟକ୍ତ କରିଛନ୍ତି ପ୍ରମିଳା ମଲ୍ଲିକ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି। ପ୍ରମିଳା ଆହୁରି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ସର୍ବଦା ତାଙ୍କ ଉପରେ ଭରସା କରିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଏହି ଭରସାକୁ ନିଷ୍ଠାର ସହ ପାଳନ କରିବି ବୋଲି କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର