ସୃଷ୍ଟି ହେଲା ଲଘୁଚାପ, ଆସୁଛି ବଡ଼ ବର୍ଷା

The Sakala Picture
Published On

ଭୁବନେଶ୍ବର: ଉଭୟ ଆରବସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଦୁଇଟି ଲଘୁଚାପ କ୍ଷେତ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓ୍ବେଲମାର୍କ ଲୋପ୍ରେସର ରୂପ ନେବ। ଧୀରେ ଧୀରେ ଘନୀଭୂତ ହୋଇ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ମୁହାଁ ହେବ । ଏହାରି ପ୍ରଭାବରେ ଆଜି ଠାରୁ ଭିଜିବ ଓଡ଼ିଶା ।  ଆଜି ଉତ୍ତର ଓଡିଶା ଓ ଏହାର ସଂଲଗ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ସମ୍ଭାବନା ରହିଛି।  ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, […]

ଭୁବନେଶ୍ବର: ଉଭୟ ଆରବସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଦୁଇଟି ଲଘୁଚାପ କ୍ଷେତ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓ୍ବେଲମାର୍କ ଲୋପ୍ରେସର ରୂପ ନେବ। ଧୀରେ ଧୀରେ ଘନୀଭୂତ ହୋଇ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ମୁହାଁ ହେବ । ଏହାରି ପ୍ରଭାବରେ ଆଜି ଠାରୁ ଭିଜିବ ଓଡ଼ିଶା ।  ଆଜି ଉତ୍ତର ଓଡିଶା ଓ ଏହାର ସଂଲଗ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ସମ୍ଭାବନା ରହିଛି।  ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିବା ବେଳ  ପୁରୀ, କଟକ, ଖୋର୍ଦ୍ଧା, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିିଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ରାଜ୍ୟରେ ୩୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ୩୦ରେ ବର୍ଷାର ବିସ୍ତୃତି ଓ ଅଧିକ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ପରବର୍ତ୍ତୀ ଦୁଇ ଦିନ ଅର୍ଥାତ୍‌‌ ୧ ଓ ୨ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର