ରାଜ୍ୟରେ ଲଘୁଚାପ ବର୍ଷା ଜାରି; ଆଉ ୨ଦିନ ପ୍ରବଳ ବର୍ଷା ଆଶଙ୍କା, ଆଜି ୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିବା ସହ ୨ ଦିନ ଯାଏ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତକାଲିର ଲଘୁଚାପ ଘନୀଭୂତ ହୋଇ ଶନିବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ […]

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିବା ସହ ୨ ଦିନ ଯାଏ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତକାଲିର ଲଘୁଚାପ ଘନୀଭୂତ ହୋଇ ଶନିବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଥିବା ବେଳେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ରବିବାର ବିଶେଷ କରି ବଲାଙ୍ଗିର, ବରଗଡ଼, ଝାରସୁଗୁଡା, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷାର ପ୍ରକୋପ ଅଧିକ ଆଶଙ୍କା କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେମି ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରୀ କରିଛି। ସେହିପରି ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କଟକ, ଯାଜପୁର, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରୀ କରିଛି। ସୋମବାର ପଶ୍ଚିମଓଡ଼ିଶା ସହିତ କିଛି କେନ୍ଦ୍ରୀୟ ଜିଲ୍ଲାରେ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ସହରାଞ୍ଚଳରେ କୃତ୍ରିମ ବନ୍ୟା ସହ ଟ୍ରାଫିକ ସମସ୍ୟା ଦେଖାଦେବ।
ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ୧୧୩ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଘଷିପୁରା ୯୫, ବାଣପୁର ୯୫, ରଣପୁର ୮୦, ଭୁବନ ୮୦, ବରି ୭୩ ଓ ପଟ୍ଟାମୁଣ୍ଡାଇରେ ୭୨ ମିମି ବର୍ଷା ରେକର୍ଡ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର