ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା, ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ସୋନୁପର, ବଲାଙ୍ଗୀର, ଝାରସୁଗୁଡା,ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି […]

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ସୋନୁପର, ବଲାଙ୍ଗୀର, ଝାରସୁଗୁଡା,ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ଝାଡ଼ଖଣ୍ଡ ଓ ଗାଙ୍ଗେୟ ଉପତ୍ୟାକା ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହି ଲଘୁଚାପ ଦକ୍ଷିଣ ପଶ୍ଟିମ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଉପରେ ସକ୍ରିୟ ରହିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଓଡ଼ିଶାଠାରୁ ଲଘୁଚାପଟି ଦୂରକୁ ଯିବା ଯୋଗୁଁ ରାଜ୍ୟରେ ବର୍ଷାର ପ୍ରକୋପ ହ୍ରାସ ପାଇବ। ମାତ୍ର ଆସନ୍ତା ଦୁଇ ଦିନ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ପରେ ପାଗ ଶୁଖିଲା ରହିବ ବୋଲି ସୂଚନା ରହିଛି ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ଅନ୍ୟପଟେ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଜାରି ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଜମ୍ମୁ-କଶ୍ମୀର-ଲଦାଖ୍‌‌-ଗିଲ୍‌‌ଗିଟ୍‌‌-ବାଲଟିସ୍ଥାନ- ହିମାଞ୍ଚଳ ପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମ ଉତ୍ତରପ୍ରଦେଶ ଓ ରାଜସ୍ଥାନର ଅବଶିଷ୍ଟ ଅଞ୍ଚଳ ଏବଂ ପଶ୍ଚିମ ମଧ୍ୟପ୍ରଦେଶ ଓ ଗୁଜରାଟର କିଛି କିଛି ଅଞ୍ଚଳରୁ ମୌସୁମୀ ଫେରିଯିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର