ବିଜେଡିରେ ସାମିଲ ହେଲେ ବାଣପୁର ବ୍ଲକ ଓ NAC ର ବହୁ ବିଜେପି କର୍ମୀ

The Sakala Picture
Published On

ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକ ଓ NAC ର ବହୁ କର୍ମୀ ବିଜେପି ଛାଡି ବିଜେଡିରେ ଯୋଗ ଦେଇଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରି ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡି ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ଏହ ମିଶ୍ରମ ପର୍ବ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଥିଲା। ବିଜେଡି ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ, ଲୋକାଭିମୁଖୀ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ସେମାନେ ବିଜେଡିରେ […]

ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକ ଓ NAC ର ବହୁ କର୍ମୀ ବିଜେପି ଛାଡି ବିଜେଡିରେ ଯୋଗ ଦେଇଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରି ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡି ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ଏହ ମିଶ୍ରମ ପର୍ବ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଥିଲା।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ବିଜେଡି ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ, ଲୋକାଭିମୁଖୀ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ସେମାନେ ବିଜେଡିରେ ସାମିଲ ହୋଇଛନ୍ତି। ସେମାନଙ୍କ ଯୋଗଦାନ ଯୋଗୁଁ ବିଜେଡି ସଂଗଠନ ଆହୁରି ମଜବୁତ ହେବ। ବାଣପୁର NAC ରୁ ବିଜେପିର ପୂର୍ବତନ କାଉନସିଲର ପ୍ରଣତି ମାର୍ଥା, ପୂର୍ବତନ କାଉନସିଲର ରବି ପ୍ରଧାନ, ୱାର୍ଡ ସଭାପତି ବିଶ୍ୱନାଥ ଦଳେଇ, ବିଜେପରି ବରିଷ୍ଠ ନେତ୍ରୀ ପ୍ରତିମା ମଲ୍ଲିକଙ୍କ ସମେତ ଅନେକ ନେତା ଓ ବିଜେପି କର୍ମୀ ଛାଡି ବିଜେଡିରେ ଯୋଗ ଦେଇଛନ୍ତି। ସେମାନଙ୍କ ନେତୃତ୍ୱରେ ଆହୁରି ଅନେକ ଲୋକ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ଆହୁରି ସଶକ୍ତ ଓ ସୁଦୃଢ ହେବ ବୋଲି ଚିଲିକା ବିଜେଡି ପର୍ଯ୍ୟବେକ୍ଷକ ରାଜା ଚକ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମଦିନ। ସେ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ସେ ସାଢେ ଚାରି କୋଟି ଓଡ଼ିଆଙ୍କ ମଉଡମଣୀ ଓ ଜଣେ ବିରଳ ବ୍ୟକ୍ତିତ୍ୱ। ଆଜି ଏହିଭଳି ଏକ ଦିନରେ ଆମ ଚିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ ହୋଇଥିବାରୁ ଆମେ ନିଜକୁ ଖୁସି ଓ ଗର୍ବ ଅନୁଭବ କରୁଛୁ । ଏଭଳି ଦିନରେ ଆମେ ଏକାଠି ହୋଇଛୁ। ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛୁ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ସେ ଏହିପରି ସେବା କରି ଚାଲନ୍ତୁ। ତାହା ହିଁ ପ୍ରାର୍ଥନା ବୋଲି ବିଜେଡି ସାଂସଦ ମାନସ ରଞ୍ଜନ ମଙ୍ଗରାଜ କହିଥିଲେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର