ବର୍ଷା-ଅନୁଭବ ବିବାହ ବିଚ୍ଛେଦ ପ୍ରସଙ୍ଗ: ପରିବାର ଅଦାଲତ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନୁଭବ

The Sakala Picture
Published On

କଟକ: ତାରକା-ଦମ୍ପତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲା ହାଇକୋର୍ଟରେ ପହଞ୍ଚିଛି। ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ ହୋଇଥିବା ଆବେଦନକୁ ଗତ ସେପ୍ଟେମ୍ବର ୨୨ ତାରିଖରେ କଟକ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଛାଡ଼ପତ୍ର ପାଇଁ ଆବେଦନ କରିବା ସହ ଯେଉଁ କାରଣ ଦର୍ଶାଇ କଟକ ପରିବାର ଅଦାଲତ ଏହାକୁ ଖାରଜ କରିଛନ୍ତି, ତାହା ଆଇନ […]

କଟକ: ତାରକା-ଦମ୍ପତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲା ହାଇକୋର୍ଟରେ ପହଞ୍ଚିଛି। ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ ହୋଇଥିବା ଆବେଦନକୁ ଗତ ସେପ୍ଟେମ୍ବର ୨୨ ତାରିଖରେ କଟକ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଛାଡ଼ପତ୍ର ପାଇଁ ଆବେଦନ କରିବା ସହ ଯେଉଁ କାରଣ ଦର୍ଶାଇ କଟକ ପରିବାର ଅଦାଲତ ଏହାକୁ ଖାରଜ କରିଛନ୍ତି, ତାହା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ଅନୁଭବ ଦର୍ଶାଇ ଏହି ମାମଲା ରୁଜୁ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ପ୍ରକାଶଥାଉ କି, ବିବାହ ବିଚ୍ଛେଦ ପାଇଁ ଅନୁଭବ ଯେଉଁ କାରଣ ଦର୍ଶାଇଥିଲେ, ତାହାକୁ କଟକ ପରିବାର ଅଦାଲତ ଗ୍ରହଣଯୋଗ୍ୟ ନୁହେଁ ବୋଲି ଦର୍ଶାଇ ଆବେଦନକୁ ଅଗ୍ରାହ୍ୟ କରିଦେଇଥିଲେ। ଏହି ରାୟ ପ୍ରକାଶ ପରେ ଅନୁଭବ ସୋସିଆଲ ମିଡିଆରେ ବିବାହ ବିଚ୍ଛେଦ ପାଇଁ ବର୍ଷାଙ୍କୁ ନିବେଦନ କରିଥିଲେ। ଏପରିକି ସୋସିଆଲ ମିଡିଆରେ ଟିପ୍ପଣୀକୁ ବିରୋଧ କରି ବର୍ଷା ମଧ୍ୟ ଏସ୍‌‌ଡିଜେଏମ୍‌‌ଙ୍କ ଅଦାଲତରେ ଏକ ପିଟିସନ୍‌ ଦାୟର କରିଥିଲେ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ସୂଚନାଯୋଗ୍ୟ, ବର୍ଷାଙ୍କ ପକ୍ଷରୁ ପତି-ପତ୍ନୀ ହୋଇ ଏକତ୍ର ରହିବା ପାଇଁ ପରିବାର ଅଦାଲତରେ ହୋଇଥିବା ଆବେଦନ ମଧ୍ୟ ଖାରଜ ହୋଇଯାଇଥିଲା। ଗତ ଜୁଲାଇ ୧୩ରେ ଛାଡ଼ପତ୍ର ମାମଲାର ଶୁଣାଣି ୩ମାସ ମଧ୍ୟରେ ଶେଷ କରିବା ପାଇଁ ପରିବାର ଅଦାଲତକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଣୁ ପରିବାର ଅଦାଲତ ଗତ ସେପ୍ଟେମ୍ବର ୨୨ରେ ମାମଲାରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ

17 Oct 2023 By The Sakala

ବର୍ଷା-ଅନୁଭବ ବିବାହ ବିଚ୍ଛେଦ ପ୍ରସଙ୍ଗ: ପରିବାର ଅଦାଲତ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନୁଭବ

କଟକ: ତାରକା-ଦମ୍ପତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲା ହାଇକୋର୍ଟରେ ପହଞ୍ଚିଛି। ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ ହୋଇଥିବା ଆବେଦନକୁ ଗତ ସେପ୍ଟେମ୍ବର ୨୨ ତାରିଖରେ କଟକ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଛାଡ଼ପତ୍ର ପାଇଁ ଆବେଦନ କରିବା ସହ ଯେଉଁ କାରଣ ଦର୍ଶାଇ କଟକ ପରିବାର ଅଦାଲତ ଏହାକୁ ଖାରଜ କରିଛନ୍ତି, ତାହା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ଅନୁଭବ ଦର୍ଶାଇ ଏହି ମାମଲା ରୁଜୁ କରିଛନ୍ତି।

ପ୍ରକାଶଥାଉ କି, ବିବାହ ବିଚ୍ଛେଦ ପାଇଁ ଅନୁଭବ ଯେଉଁ କାରଣ ଦର୍ଶାଇଥିଲେ, ତାହାକୁ କଟକ ପରିବାର ଅଦାଲତ ଗ୍ରହଣଯୋଗ୍ୟ ନୁହେଁ ବୋଲି ଦର୍ଶାଇ ଆବେଦନକୁ ଅଗ୍ରାହ୍ୟ କରିଦେଇଥିଲେ। ଏହି ରାୟ ପ୍ରକାଶ ପରେ ଅନୁଭବ ସୋସିଆଲ ମିଡିଆରେ ବିବାହ ବିଚ୍ଛେଦ ପାଇଁ ବର୍ଷାଙ୍କୁ ନିବେଦନ କରିଥିଲେ। ଏପରିକି ସୋସିଆଲ ମିଡିଆରେ ଟିପ୍ପଣୀକୁ ବିରୋଧ କରି ବର୍ଷା ମଧ୍ୟ ଏସ୍‌‌ଡିଜେଏମ୍‌‌ଙ୍କ ଅଦାଲତରେ ଏକ ପିଟିସନ୍‌ ଦାୟର କରିଥିଲେ।

ସୂଚନାଯୋଗ୍ୟ, ବର୍ଷାଙ୍କ ପକ୍ଷରୁ ପତି-ପତ୍ନୀ ହୋଇ ଏକତ୍ର ରହିବା ପାଇଁ ପରିବାର ଅଦାଲତରେ ହୋଇଥିବା ଆବେଦନ ମଧ୍ୟ ଖାରଜ ହୋଇଯାଇଥିଲା। ଗତ ଜୁଲାଇ ୧୩ରେ ଛାଡ଼ପତ୍ର ମାମଲାର ଶୁଣାଣି ୩ମାସ ମଧ୍ୟରେ ଶେଷ କରିବା ପାଇଁ ପରିବାର ଅଦାଲତକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଣୁ ପରିବାର ଅଦାଲତ ଗତ ସେପ୍ଟେମ୍ବର ୨୨ରେ ମାମଲାରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର