ଜିଲ୍ଲାରେ ଥିବା ୪୫ ବର୍ଷ ବୟସରୁ ଊର୍ଦ୍ଧ୍ବ ଲୋକଙ୍କ ଟିକାକରଣ କାର୍ଯ୍ୟ ଜୋରଦାର କରିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

The Sakala Picture
Published On

ଛତ୍ରପୁର: କରୋନାର ଦ୍ୱିତୀୟ ଲହର ପ୍ରାଦୁର୍ଭାବକୁ ପ୍ରତିହତ କରିବା ନିମନ୍ତେ ଟିକା କରଣ ଏକାନ୍ତ ଅପରିହାର୍ଯ୍ୟ। ମୋବାଇଲ୍‍ ଟିମ୍‍ ଗଠନ କରି ଦୁର୍ଗମ ପାହାଡିଆ ଅଞ୍ଚଳ, ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୪୫ ବର୍ଷରୁ ଊର୍ଦ୍ଧ୍ବର ବୁଲା ବିକାଳୀ, ପରିବା ବିକ୍ରେତା, ସେଲୁନ୍‍ ବାଲା, ତେଜରାତି ଦୋକାନୀ, ଗ୍ୟାରେଜରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଚିହ୍ନଟ କରି ଟିକାକରଣ କାର୍ଯ୍ୟକୁ ତ୍ୱରାନିତ କରିବା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଆଜି ଅପରାହ୍ନରେ ସମସ୍ତ ବିଡିଓ ଓ କାର୍ଯ୍ୟନିର୍ବାହୀ […]

ଛତ୍ରପୁର: କରୋନାର ଦ୍ୱିତୀୟ ଲହର ପ୍ରାଦୁର୍ଭାବକୁ ପ୍ରତିହତ କରିବା ନିମନ୍ତେ ଟିକା କରଣ ଏକାନ୍ତ ଅପରିହାର୍ଯ୍ୟ। ମୋବାଇଲ୍‍ ଟିମ୍‍ ଗଠନ କରି ଦୁର୍ଗମ ପାହାଡିଆ ଅଞ୍ଚଳ, ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୪୫ ବର୍ଷରୁ ଊର୍ଦ୍ଧ୍ବର ବୁଲା ବିକାଳୀ, ପରିବା ବିକ୍ରେତା, ସେଲୁନ୍‍ ବାଲା, ତେଜରାତି ଦୋକାନୀ, ଗ୍ୟାରେଜରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଚିହ୍ନଟ କରି ଟିକାକରଣ କାର୍ଯ୍ୟକୁ ତ୍ୱରାନିତ କରିବା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଆଜି ଅପରାହ୍ନରେ ସମସ୍ତ ବିଡିଓ ଓ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଦୁର୍ନୀତି ମାମଲାରେ ଭିଜିଲାନ୍ସର କଡା କାର୍ଯ୍ୟାନୁଷ୍ଠାନ: ବାରିପଦା ଜଳସେଚନ ଏସ୍‌ଇ ଅଫିସର ପୂର୍ବତନ କର୍ମଚାରୀଙ୍କୁ ୩ବର୍ଷ ଜେଲ

ଜିଲ୍ଲାର ଜନଗହଳି ପୂର୍ଣ୍ଣ ଅଞ୍ଚଳ, ଛକଜାଗା, ଘନ ବସତି ଅଞ୍ଚଳ, ଦୂର୍ଗମ ଅଞ୍ଚଳରେ ନିର୍ବାଚନ ଢାଞ୍ଚାରେ ଟିକା କରଣ କେନ୍ଦ୍ର କରି ଜନ ସାଧାରଣଙ୍କୁ ଟିକାକରଣ କରାଇବେ। ଗ୍ରାମାଞ୍ଚଳ ଗୁଡ଼ିକରେ ସ୍ଥାନୀୟ ସରପଞ୍ଚ ଓ ସହରାଞ୍ଚଳରେ କାଉନସିଲରମାନଙ୍କ ସହ ମିଶି ଟିକା ନେବାକୁ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ଦିନକ ପୂର୍ବରୁ ଚିରୁକୁଟି ଦେବା ପାଇଁ ଜିଲ୍ଲାପାଳ କହିଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଦୈନିକ ଏହାର ସମୀକ୍ଷା କରିବା ସହ ତଦାରଖ କରିବା ପାଇଁ ଜିଲ୍ଲାପାଳ କହିଥିଲେ।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

କରୋନା ଚେନ୍‍ ରୋକିବା ନିମନ୍ତେ ତହସିଲଦାରମାନେ ପୂର୍ବାହ୍ନ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଦୋକାନ ବଜାର ଗୁଡ଼ିକରେ ସାମାଜିକ ଦୂରତ୍ୱ ରକ୍ଷା କରାଯାଉଛି କି ନାହିଁ ତାହା ତଦାରଖ କରିବା ପାଇଁ ଜିଲ୍ଲାପାଳ କହିଥିଲେ। ବୃଦ୍ଧ, ବୃଦ୍ଧା ଓ ଅକର୍ମଣ୍ୟ ବ୍ୟକ୍ତି ବିଶେଷଙ୍କୁ ଗାଡିରେ ଆଣି ଟିକାକରଣ କରାଇବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଅନ୍‍ ଲାଇନ୍‍ ଓ ଅଫ୍‍ଲାଇନ୍‍ରେ ରେଜିଷ୍ଟ୍ରସନ କରିଥିବା ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଟିକା ଦିଆଯିବ। ଟିକାକରଣ କାର୍ଯ୍ୟ ଜିଲ୍ଲାରେ ଯେପରି ଶତପ୍ରତିଶତ ସଫଳତା ହାସଲ କରିବ ସେଥିପ୍ରତି ସମସ୍ତ ଅଧିକାରୀ, କର୍ମଚାରୀମାନେ ତତ୍ପରତା ପ୍ରକାଶ କରିବାକୁ ଜିଲ୍ଲାପାଳ କହିଥିଲେ।

ଆହୁରି ପଢ଼ନ୍ତୁ: ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଝିଆରୀ ସମେତ ୮ ଗିରଫ

ବୈଠକରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସିନେ୍ଧ ଦତ୍ତାତ୍ରେୟ ଭାଉ ସାହେବ, ବ୍ରହ୍ମପୁର ମହାନଗର ନିଗମ କମିଶନର୍‍ ଡ.ସିଦ୍ଧେଶ୍ବର ବଳିରାମ ବୋନ୍ଦାର, ବ୍ରହ୍ମପୁର ଉପଜିଲ୍ଲାପାଳ ଭି.କୀର୍ତ୍ତିଭାସନ, ଡୁଡା ପ୍ରକଳ୍ପ ନିର୍ଦ୍ଦେଶକ ସୁଦାମ ଚରଣ ମଣ୍ଡଳ, ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସା, ଅମୀୟ କୁମାର ସାହୁ, ଉପଜିଲ୍ଲାପାଳ ଛତ୍ରପୁର ପ୍ରିୟ ରଞ୍ଜନ ପୃଷ୍ଟି, ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଉମା ଶଂକର ମିଶ୍ର, ଜାତୀୟ ସ୍ୱାସ୍ଥ୍ୟ ମିଶନ୍‍ ପ୍ରକଳ୍ପ ସଂଯୋଜକ ଶ୍ୟାମ ସୁନ୍ଦର ତ୍ରିପାଠୀ ଉପସ୍ଥିତ ଥିଲେ

03 Jun 2021 By The Sakala

ଜିଲ୍ଲାରେ ଥିବା ୪୫ ବର୍ଷ ବୟସରୁ ଊର୍ଦ୍ଧ୍ବ ଲୋକଙ୍କ ଟିକାକରଣ କାର୍ଯ୍ୟ ଜୋରଦାର କରିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଛତ୍ରପୁର: କରୋନାର ଦ୍ୱିତୀୟ ଲହର ପ୍ରାଦୁର୍ଭାବକୁ ପ୍ରତିହତ କରିବା ନିମନ୍ତେ ଟିକା କରଣ ଏକାନ୍ତ ଅପରିହାର୍ଯ୍ୟ। ମୋବାଇଲ୍‍ ଟିମ୍‍ ଗଠନ କରି ଦୁର୍ଗମ ପାହାଡିଆ ଅଞ୍ଚଳ, ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୪୫ ବର୍ଷରୁ ଊର୍ଦ୍ଧ୍ବର ବୁଲା ବିକାଳୀ, ପରିବା ବିକ୍ରେତା, ସେଲୁନ୍‍ ବାଲା, ତେଜରାତି ଦୋକାନୀ, ଗ୍ୟାରେଜରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଚିହ୍ନଟ କରି ଟିକାକରଣ କାର୍ଯ୍ୟକୁ ତ୍ୱରାନିତ କରିବା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଆଜି ଅପରାହ୍ନରେ ସମସ୍ତ ବିଡିଓ ଓ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ନିର୍ଦ୍ଦେଶ ଦେଇଛନ୍ତି।

ଜିଲ୍ଲାର ଜନଗହଳି ପୂର୍ଣ୍ଣ ଅଞ୍ଚଳ, ଛକଜାଗା, ଘନ ବସତି ଅଞ୍ଚଳ, ଦୂର୍ଗମ ଅଞ୍ଚଳରେ ନିର୍ବାଚନ ଢାଞ୍ଚାରେ ଟିକା କରଣ କେନ୍ଦ୍ର କରି ଜନ ସାଧାରଣଙ୍କୁ ଟିକାକରଣ କରାଇବେ। ଗ୍ରାମାଞ୍ଚଳ ଗୁଡ଼ିକରେ ସ୍ଥାନୀୟ ସରପଞ୍ଚ ଓ ସହରାଞ୍ଚଳରେ କାଉନସିଲରମାନଙ୍କ ସହ ମିଶି ଟିକା ନେବାକୁ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ଦିନକ ପୂର୍ବରୁ ଚିରୁକୁଟି ଦେବା ପାଇଁ ଜିଲ୍ଲାପାଳ କହିଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଦୈନିକ ଏହାର ସମୀକ୍ଷା କରିବା ସହ ତଦାରଖ କରିବା ପାଇଁ ଜିଲ୍ଲାପାଳ କହିଥିଲେ।

କରୋନା ଚେନ୍‍ ରୋକିବା ନିମନ୍ତେ ତହସିଲଦାରମାନେ ପୂର୍ବାହ୍ନ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଦୋକାନ ବଜାର ଗୁଡ଼ିକରେ ସାମାଜିକ ଦୂରତ୍ୱ ରକ୍ଷା କରାଯାଉଛି କି ନାହିଁ ତାହା ତଦାରଖ କରିବା ପାଇଁ ଜିଲ୍ଲାପାଳ କହିଥିଲେ। ବୃଦ୍ଧ, ବୃଦ୍ଧା ଓ ଅକର୍ମଣ୍ୟ ବ୍ୟକ୍ତି ବିଶେଷଙ୍କୁ ଗାଡିରେ ଆଣି ଟିକାକରଣ କରାଇବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଅନ୍‍ ଲାଇନ୍‍ ଓ ଅଫ୍‍ଲାଇନ୍‍ରେ ରେଜିଷ୍ଟ୍ରସନ କରିଥିବା ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଟିକା ଦିଆଯିବ। ଟିକାକରଣ କାର୍ଯ୍ୟ ଜିଲ୍ଲାରେ ଯେପରି ଶତପ୍ରତିଶତ ସଫଳତା ହାସଲ କରିବ ସେଥିପ୍ରତି ସମସ୍ତ ଅଧିକାରୀ, କର୍ମଚାରୀମାନେ ତତ୍ପରତା ପ୍ରକାଶ କରିବାକୁ ଜିଲ୍ଲାପାଳ କହିଥିଲେ।

ବୈଠକରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସିନେ୍ଧ ଦତ୍ତାତ୍ରେୟ ଭାଉ ସାହେବ, ବ୍ରହ୍ମପୁର ମହାନଗର ନିଗମ କମିଶନର୍‍ ଡ.ସିଦ୍ଧେଶ୍ବର ବଳିରାମ ବୋନ୍ଦାର, ବ୍ରହ୍ମପୁର ଉପଜିଲ୍ଲାପାଳ ଭି.କୀର୍ତ୍ତିଭାସନ, ଡୁଡା ପ୍ରକଳ୍ପ ନିର୍ଦ୍ଦେଶକ ସୁଦାମ ଚରଣ ମଣ୍ଡଳ, ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସା, ଅମୀୟ କୁମାର ସାହୁ, ଉପଜିଲ୍ଲାପାଳ ଛତ୍ରପୁର ପ୍ରିୟ ରଞ୍ଜନ ପୃଷ୍ଟି, ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଉମା ଶଂକର ମିଶ୍ର, ଜାତୀୟ ସ୍ୱାସ୍ଥ୍ୟ ମିଶନ୍‍ ପ୍ରକଳ୍ପ ସଂଯୋଜକ ଶ୍ୟାମ ସୁନ୍ଦର ତ୍ରିପାଠୀ ଉପସ୍ଥିତ ଥିଲେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର