ଆଜି ଓଡ଼ିଶାରେ ପୁଣି ୩୯ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷିବ, ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ ଜାରି

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୯୮ ହଜାର ୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୨ ହଜାର ୬୭୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୧୩ ହଜାର ୦୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୯୧୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଏସଟି ଏବଂ ଏସସି ବିଭାଗର ୨ ଅଡିଟର, ୧୪ ଲକ୍ଷରୁ ଊର୍ଦ୍ଧ୍ୱ ସନ୍ଦିଗ୍ଧ ଲାଞ୍ଚ ଟଙ୍କା ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର