ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ୨୪ ଘଣ୍ଟା ମଧ୍ୟରେ ହେବ ଆହୁରି ଘନୀଭୂତ

The Sakala Picture
Published On

ଭୁବନେଶ୍ୱର: ଅବପାତର ରୂପ ନେଲା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ବର୍ତ୍ତମାନ ପାରାଦୀପ ଠାରୁ ଦକ୍ଷିଣରେ ୬୧୦ କିମ ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପନେବା ସମ୍ଭାବନା ରହିଛି। ଆଜି ମଧ୍ୟାହ୍ନ ଠାରୁ ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗରେ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ମୂହାଁ ହେବା ସମ୍ଭାବନା । ଅବପାତଟି ଗଭୀର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି କହିଛନ୍ତି […]

ଭୁବନେଶ୍ୱର: ଅବପାତର ରୂପ ନେଲା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ବର୍ତ୍ତମାନ ପାରାଦୀପ ଠାରୁ ଦକ୍ଷିଣରେ ୬୧୦ କିମ ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପନେବା ସମ୍ଭାବନା ରହିଛି। ଆଜି ମଧ୍ୟାହ୍ନ ଠାରୁ ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗରେ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ମୂହାଁ ହେବା ସମ୍ଭାବନା । ଅବପାତଟି ଗଭୀର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ତେବେ ଓଡ଼ିଶାରେ ଏହା ବିଶେଷ ପ୍ରଭାବ ପକାଇବ ନାହିଁ । ଅର୍ଥାତ୍ ରାଜ୍ୟରେ ବଡ଼ ବର୍ଷା କିମ୍ବା ପବନ ସମ୍ଭାବନା କମ୍ ।

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି ବେଦାନ୍ତ

ତଥାପି ଲଘୁଚାପ ଯୋଗୁଁ ଉପକୂଳ ଓଡ଼ିଶାରେ ଏହାର ପ୍ରଭାବ କିଛି ମାତ୍ରାରେ ପଡ଼ିପାରେ । ନବମୀ ଓ ଦଶମୀରେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୁତି ସାମାନ୍ୟ ବଢ଼ିବ। ତେବେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୭ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ପାର୍ବଣ ବାତାବରଣ କିଛି ମାତ୍ରାରେ ଫିକା ପଡ଼ିପାରେ ।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ରାଜଧାନୀ; ଦିନ ଦ୍ୱିପ୍ରହରରେ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

22 Oct 2023 By The Sakala

ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ୨୪ ଘଣ୍ଟା ମଧ୍ୟରେ ହେବ ଆହୁରି ଘନୀଭୂତ

ଭୁବନେଶ୍ୱର: ଅବପାତର ରୂପ ନେଲା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ବର୍ତ୍ତମାନ ପାରାଦୀପ ଠାରୁ ଦକ୍ଷିଣରେ ୬୧୦ କିମ ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପନେବା ସମ୍ଭାବନା ରହିଛି। ଆଜି ମଧ୍ୟାହ୍ନ ଠାରୁ ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗରେ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ମୂହାଁ ହେବା ସମ୍ଭାବନା । ଅବପାତଟି ଗଭୀର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ତେବେ ଓଡ଼ିଶାରେ ଏହା ବିଶେଷ ପ୍ରଭାବ ପକାଇବ ନାହିଁ । ଅର୍ଥାତ୍ ରାଜ୍ୟରେ ବଡ଼ ବର୍ଷା କିମ୍ବା ପବନ ସମ୍ଭାବନା କମ୍ ।

ତଥାପି ଲଘୁଚାପ ଯୋଗୁଁ ଉପକୂଳ ଓଡ଼ିଶାରେ ଏହାର ପ୍ରଭାବ କିଛି ମାତ୍ରାରେ ପଡ଼ିପାରେ । ନବମୀ ଓ ଦଶମୀରେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୁତି ସାମାନ୍ୟ ବଢ଼ିବ। ତେବେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୭ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ପାର୍ବଣ ବାତାବରଣ କିଛି ମାତ୍ରାରେ ଫିକା ପଡ଼ିପାରେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର