ଓଡିଶାକୁ ନାହିଁ ବାତ୍ୟା ବିପଦ, ବାଂଲାଦେଶ ଆଡ଼େ ମୁହାଁଇବା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଆଉ କିଛି ଘଣ୍ଟା ପରେ ବଙ୍ଗୋପସାଗରରେ ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି । ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୧୩ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଅଗ୍ରସର ହେଉଛି ଗଭୀର ଅବପାତ । ଏହା ବର୍ତମାନ ପାରାଦୀପ ଠାରୁ ଦକ୍ଷିଣ ଦିଗରେ ୩୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଅଛି […]

ଭୁବନେଶ୍ୱର: ଆଉ କିଛି ଘଣ୍ଟା ପରେ ବଙ୍ଗୋପସାଗରରେ ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି । ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୧୩ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଅଗ୍ରସର ହେଉଛି ଗଭୀର ଅବପାତ । ଏହା ବର୍ତମାନ ପାରାଦୀପ ଠାରୁ ଦକ୍ଷିଣ ଦିଗରେ ୩୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଅଛି । ଆସନ୍ତା ୨୫ ସଂଧ୍ୟାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହି ବାତ୍ୟାର ନାମ ‘ହମୁନ’ ରହିଛି । ଇରାନ ଏହି ବତ୍ୟାର ନାମକରଣ କରିଛି ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

ତେବେ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବ । ପାରାଦୀପ ଓ କୁଜଙ୍ଗ ଅଞ୍ଜଳରେ ବର୍ଷା ହୋଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର