ସ୍ବେଚ୍ଛାକୃତ ଅବସର ନେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ

The Sakala Picture
Published On

ଭୁବନେଶ୍ବର: ସ୍ୱେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ। ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଭିକେ ପାଣ୍ଡିଆନଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ମିଳିଛି । ଗତ ୨୦ତାରିଖରେ ସେ ସ୍ୱେଚ୍ଛାକୃତ ଅବସର ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଆଜି କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ଭିକେ ପାଣ୍ଡିଆନଙ୍କ ସ୍ୱେଚ୍ଛାକୃତ ଅବସର ନେବା ନେଇ କେନ୍ଦ୍ର […]

ଭୁବନେଶ୍ବର: ସ୍ୱେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ। ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଭିକେ ପାଣ୍ଡିଆନଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ମିଳିଛି । ଗତ ୨୦ତାରିଖରେ ସେ ସ୍ୱେଚ୍ଛାକୃତ ଅବସର ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଆଜି କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

ଭିକେ ପାଣ୍ଡିଆନଙ୍କ ସ୍ୱେଚ୍ଛାକୃତ ଅବସର ନେବା ନେଇ କେନ୍ଦ୍ର ସରକାରଙ୍କ କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୁପିନ୍ଦର ପାଲ ସିଂ ଏ ସଂକ୍ରାନ୍ତରେ ପତ୍ର ଲେଖି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବଙ୍କୁ ଅବଗତ କରିଛନ୍ତି।ଗତ ୨୦ ତାରିଖ ଦିନ ଭି କେ ପାଣ୍ଡିଆନ୍ ସ୍ବେଚ୍ଛାକୃତ ଅବସର ଲାଗି ଆବେଦନ କରିଥିଲେ ଓ ରାଜ୍ୟ ସରକାର ଏହାକୁ ଗ୍ରହଣ କରିବା ସହ କେନ୍ଦ୍ରର ଅନୁମୋଦନ ଲାଗି ପଠାଇଥିଲେ। ଏହାପରେ ଓଡ଼ିଶା କ୍ୟାଡରର ୨୦୦୦ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ପାଣ୍ଡିଆନଙ୍କ ସ୍ବେଚ୍ଛାକୃତ ଅବସର ନେଇ କେନ୍ଦ୍ର ସରକାର ସାଧାରଣ ପ୍ରଶାସନ ବିଭାଗକୁ ଜଣାଇଛନ୍ତି। ଶ୍ରୀ ପାଣ୍ଡିଆନ୍‌ଙ୍କ ପ୍ରସ୍ତାବ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ଦ୍ବାରା ଗୃହୀତ ହୋଇଥିବା କେନ୍ଦ୍ର କାର୍ମିକ ବିଭାଗ ଆଜି ଜଣାଇଛି।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ମହାସମାରୋହରେ ଚାଲିଛି ଦ୍ୱିତୀୟ ବାଲିଯାତ୍ରା: ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବଣ୍ଟାଯାଉଛି ଟଙ୍କ ତୋରାଣି

୨୦୦୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ଭି କାର୍ତ୍ତିକେୟ ପାଣ୍ଡିଆନ୍‌ ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ଆରମ୍ଭ କରିଥିଲେ। ଏହାପରେ ୨୦୦୫ରୁ ୨୦୦୭ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ନିଯୁକ୍ତ ହୋଇଥିଲେ । ୨୦୦୭ରୁ ୨୦୧୧ ଗଞ୍ଜାମ ଜିଲ୍ଲାପାଳ ମଧ୍ୟ ଥିଲେ ଭି.କେ ପାଣ୍ଡିଆନ । ତେବେ ୨୦୧୧ ପରଠୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ତୁଲାଉଥିଲେ ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

23 Oct 2023 By The Sakala

ସ୍ବେଚ୍ଛାକୃତ ଅବସର ନେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ

ଭୁବନେଶ୍ବର: ସ୍ୱେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ। ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଭିକେ ପାଣ୍ଡିଆନଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ମିଳିଛି । ଗତ ୨୦ତାରିଖରେ ସେ ସ୍ୱେଚ୍ଛାକୃତ ଅବସର ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଆଜି କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି ।

ଭିକେ ପାଣ୍ଡିଆନଙ୍କ ସ୍ୱେଚ୍ଛାକୃତ ଅବସର ନେବା ନେଇ କେନ୍ଦ୍ର ସରକାରଙ୍କ କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୁପିନ୍ଦର ପାଲ ସିଂ ଏ ସଂକ୍ରାନ୍ତରେ ପତ୍ର ଲେଖି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବଙ୍କୁ ଅବଗତ କରିଛନ୍ତି।ଗତ ୨୦ ତାରିଖ ଦିନ ଭି କେ ପାଣ୍ଡିଆନ୍ ସ୍ବେଚ୍ଛାକୃତ ଅବସର ଲାଗି ଆବେଦନ କରିଥିଲେ ଓ ରାଜ୍ୟ ସରକାର ଏହାକୁ ଗ୍ରହଣ କରିବା ସହ କେନ୍ଦ୍ରର ଅନୁମୋଦନ ଲାଗି ପଠାଇଥିଲେ। ଏହାପରେ ଓଡ଼ିଶା କ୍ୟାଡରର ୨୦୦୦ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ପାଣ୍ଡିଆନଙ୍କ ସ୍ବେଚ୍ଛାକୃତ ଅବସର ନେଇ କେନ୍ଦ୍ର ସରକାର ସାଧାରଣ ପ୍ରଶାସନ ବିଭାଗକୁ ଜଣାଇଛନ୍ତି। ଶ୍ରୀ ପାଣ୍ଡିଆନ୍‌ଙ୍କ ପ୍ରସ୍ତାବ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ଦ୍ବାରା ଗୃହୀତ ହୋଇଥିବା କେନ୍ଦ୍ର କାର୍ମିକ ବିଭାଗ ଆଜି ଜଣାଇଛି।

୨୦୦୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ଭି କାର୍ତ୍ତିକେୟ ପାଣ୍ଡିଆନ୍‌ ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ଆରମ୍ଭ କରିଥିଲେ। ଏହାପରେ ୨୦୦୫ରୁ ୨୦୦୭ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ନିଯୁକ୍ତ ହୋଇଥିଲେ । ୨୦୦୭ରୁ ୨୦୧୧ ଗଞ୍ଜାମ ଜିଲ୍ଲାପାଳ ମଧ୍ୟ ଥିଲେ ଭି.କେ ପାଣ୍ଡିଆନ । ତେବେ ୨୦୧୧ ପରଠୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ତୁଲାଉଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର