ଐତିହାସିକ କଟକ ବାଲିଯାତ୍ରା ପାଇଁ ୧୧ରୁ ଆରମ୍ଭ ହେବ ପ୍ଲଟ ବୁକିଂ ପ୍ରକ୍ରିୟା

The Sakala Picture
Published On

କଟକ: ଆସନ୍ତା ନଭେମ୍ବର ୨୭ରୁ ଐତିହାସିକ କଟକ ବାଲିଯାତ୍ରା ଅନୁଷ୍ଠିତ ହେବ। ଚଳିତ ବର୍ଷ ନଭେମ୍ବର ୨୭ ତାରିଖରୁ ଡିସେମ୍ବର ୪ ପର୍ଯ୍ୟନ୍ତ ୮ ଦିନ ଧରି ଚାଲିବ ଐତିହାସିକ ବାଲିଯାତ୍ରା। ତଳ ଓ ଉପର ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହେବ । ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ଲଟ ନିଲାମ ହେବ। ବର୍ଗଫୁଟ ପ୍ରତି ସର୍ବନିମ୍ନ ୫୦ ଟଙ୍କା ଧାର୍ଯ୍ୟ କରାଯାଇଛି। ପୃଷ୍ଠପୋଷକ ମାନଙ୍କ ପାଇଁ ୩୦ ଅକ୍ଟୋବର ରୁ ୩ ନଭେମ୍ବର ପଞ୍ଜିକରଣ ହେବ। ବିଗତ […]

କଟକ: ଆସନ୍ତା ନଭେମ୍ବର ୨୭ରୁ ଐତିହାସିକ କଟକ ବାଲିଯାତ୍ରା ଅନୁଷ୍ଠିତ ହେବ। ଚଳିତ ବର୍ଷ ନଭେମ୍ବର ୨୭ ତାରିଖରୁ ଡିସେମ୍ବର ୪ ପର୍ଯ୍ୟନ୍ତ ୮ ଦିନ ଧରି ଚାଲିବ ଐତିହାସିକ ବାଲିଯାତ୍ରା। ତଳ ଓ ଉପର ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହେବ । ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ଲଟ ନିଲାମ ହେବ। ବର୍ଗଫୁଟ ପ୍ରତି ସର୍ବନିମ୍ନ ୫୦ ଟଙ୍କା ଧାର୍ଯ୍ୟ କରାଯାଇଛି। ପୃଷ୍ଠପୋଷକ ମାନଙ୍କ ପାଇଁ ୩୦ ଅକ୍ଟୋବର ରୁ ୩ ନଭେମ୍ବର ପଞ୍ଜିକରଣ ହେବ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ବିଗତ ବର୍ଷ ତୁଳନାରେ ଚଳିତ ବର୍ଷର ବାଲିଯାତ୍ରାକୁ ଅଧ‌ିକ ଚିତାକର୍ଷକ, ସୁରକ୍ଷିତ ଓ ଜନାଦୃତ କରିବା ସହ ଉତ୍ତମ ସମନ୍ଵୟ ରକ୍ଷା କରିବା ଉପରେ ଗୁରୁତ୍ବାରୋପ ଦିଆଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲିଯାତ୍ରାକୁ ଜାତୀୟ ଉତ୍ସବର ମାନ୍ୟତା ପ୍ରଦାନ ନିମନ୍ତେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଦ୍ବାରା ଅନୁରୋଧ କରିଥିଲେ । ବିଗତ ବାଲିଯାତ୍ରା ସମୟରେ ଇଣ୍ଡୋନେସିଆର ବାଲିଦ୍ୱୀପରେ ଉପସ୍ଥିତଥିବା ପ୍ରଧାନମନ୍ତ୍ରୀ କଟକ ବାଲିଯାତ୍ରାର ଅବତାରଣା କରି ଭୂୟସୀ ପ୍ରଶଂସା କରିଥିଲେ । କଟକ ମହାନଗର ନିଗମ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ‘କାଗଜ ଡଙ୍ଗା ତିଆରି କାର୍ଯ୍ୟକ୍ରମ’ ଗିନିଜ୍ ବୁକ୍ ଅଫ ୱାଲ୍ଡ ରେକର୍ଡରେ ସ୍ଥାନୀତ ହୋଇଥିବା ଏବଂ କଟକ ମହାନଗର ନିଗମର ଆୟୁକ୍ତ ନିଖିଲ ପୱନ କଲ୍ୟାଣ ବାଲିଯାତ୍ରା ସମ୍ବନ୍ଧିତ ସମସ୍ତ କାର୍ଯ୍ୟକୁ ସୁଚାରୂରୂପେ ପରିଚାଳନା କରିବା, ଏକ ଆନନ୍ଦର ବିଷୟ । ଚଳିତ ବାଲିଯାତ୍ରାକୁ ଅଧିକରୁ ଅଧ‌ିକ ଆକର୍ଷଣୀୟ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବାଲିଯାତ୍ରା ପାଇଁ ଅନୁଷ୍ଠିତ ପ୍ରଥମ ପ୍ରସ୍ତୁତି ବୈଠକରେ କଟକ ମହାନଗର ନିଗମ ମେୟର ସୁବାସ ଚନ୍ଦ୍ର ସିଂହ କହିଥିଲେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

 

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର