ପୁରୀରେ ପହଞ୍ଚିଲେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ, ମହାପ୍ରଭୁଙ୍କୁ କରିବେ ଦର୍ଶନ

The Sakala Picture
Published On

ଭୁବନେଶ୍ବର: ପୁରୀରେ ପହଞ୍ଚିଛନ୍ତି ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିଛନ୍ତି। ଆସନ୍ତା ୩୧ ତାରିଖରେ (ମଙ୍ଗଳବାର) ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରଘୁବର ଦାସ ପୁରୀ ରାଜଭବନକୁ ଯାଇଛନ୍ତି। ସେଠାରୁ ପୂର୍ବାହ୍ନ ୯ଟାରେ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ମନ୍ଦିରରେ ପ୍ରାୟ ୧ଘଣ୍ଟା ପୂଜାର୍ଚ୍ଚନା କରି […]

ଭୁବନେଶ୍ବର: ପୁରୀରେ ପହଞ୍ଚିଛନ୍ତି ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିଛନ୍ତି। ଆସନ୍ତା ୩୧ ତାରିଖରେ (ମଙ୍ଗଳବାର) ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ରଘୁବର ଦାସ ପୁରୀ ରାଜଭବନକୁ ଯାଇଛନ୍ତି। ସେଠାରୁ ପୂର୍ବାହ୍ନ ୯ଟାରେ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ମନ୍ଦିରରେ ପ୍ରାୟ ୧ଘଣ୍ଟା ପୂଜାର୍ଚ୍ଚନା କରି ପୁଣି ପୁରୀ ରାଜଭବନ ଅଭିମୁଖେ ଯିବେ। ସେଠାରୁ ୧୨ଟା ୧୫ରେ ଭୁବନେଶ୍ବରସ୍ଥିତ ରାଜଭବନ ଅଭିମୁଖେ ଆସିବେ। ଏଠାରେ ସୋମବାର ରାତ୍ରିଯାପନ କରିବେ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

ମଙ୍ଗଳବାର ସକାଳ ୮ଟା ୪୫ରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯିବେ। ସେଠାରେ ବି ପ୍ରାୟ ୧ଘଣ୍ଟା କାଳ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିବେ। ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲ୍‌ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ।

ଆହୁରି ପଢ଼ନ୍ତୁ: ଓଡ଼ିଶା ସରକାର ଆନ୍ଧ୍ର ନିକଟରେ ଆତ୍ମସମର୍ପଣ କରିଛନ୍ତି: ବିଜେଡି

ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନୂଆ ରାଜ୍ୟପାଳ ତାଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସାଙ୍ଗରେ ପ୍ରାୟ ୮୦ଜଣ ବନ୍ଧୁ ଓ ପରିବାରବର୍ଗଙ୍କୁ ଆଣୁଛନ୍ତି। ସମସ୍ତେ ଟ୍ରେନ୍‌ରେ ଏକସଙ୍ଗେ ଝାଡ଼ଖଣ୍ଡରୁ ପୁରୀ ଆସିବେ। ରାଜ୍ୟପାଳଙ୍କୁ ଜେଡ୍‌+ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଛି।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର