ରାଜଭବନରେ ପହଞ୍ଚିଲେ ନୂଆ ରାଜ୍ୟପାଳ, ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଶ୍ରୀଜିଉଙ୍କୁ ଦର୍ଶନ ପରେ ଭୁବନେଶ୍ବରସ୍ଥିତ ରାଜଭବନରେ ପହଞ୍ଚିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ । ନବନିଯୁକ୍ତ ରାଜ୍ୟପାଳଙ୍କୁ ରାଜଭବନରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସଙ୍କୁ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି। ଖବର ଅନୁଯାୟୀ, ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆଜି ଭୋରରୁ ପୁରୀରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତିି। ମନ୍ଦିରରେ ପ୍ରାୟ ୧ଘଣ୍ଟା ପୂଜାର୍ଚ୍ଚନା କରିଥିଲେ। କାଲି ଦିନ […]

ଭୁବନେଶ୍ବର: ଶ୍ରୀଜିଉଙ୍କୁ ଦର୍ଶନ ପରେ ଭୁବନେଶ୍ବରସ୍ଥିତ ରାଜଭବନରେ ପହଞ୍ଚିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ । ନବନିଯୁକ୍ତ ରାଜ୍ୟପାଳଙ୍କୁ ରାଜଭବନରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସଙ୍କୁ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ଖବର ଅନୁଯାୟୀ, ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆଜି ଭୋରରୁ ପୁରୀରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତିି। ମନ୍ଦିରରେ ପ୍ରାୟ ୧ଘଣ୍ଟା ପୂଜାର୍ଚ୍ଚନା କରିଥିଲେ। କାଲି ଦିନ ୧୧ଟା ୪୫ରେ ସେ ରାଜ୍ୟପାଳ ଭାବେ ଶପଥ ନେବେ ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ସୂଚନା ଅନୁଯାୟୀ, ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିଥିଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଆସନ୍ତା ୩୧ ତାରିଖରେ (ମଙ୍ଗଳବାର) ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ମଙ୍ଗଳବାର ସକାଳ ୮ଟା ୪୫ରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯିବେ। ସେଠାରେ ବି ପ୍ରାୟ ୧ଘଣ୍ଟା କାଳ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିବେ। ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲ୍‌ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନୂଆ ରାଜ୍ୟପାଳ ତାଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସାଙ୍ଗରେ ପ୍ରାୟ ୮୦ଜଣ ବନ୍ଧୁ ଓ ପରିବାରବର୍ଗଙ୍କୁ ଆସିଛନ୍ତି। ସମସ୍ତେ ଟ୍ରେନ୍‌ରେ ଏକସଙ୍ଗେ ଝାଡ଼ଖଣ୍ଡରୁ ପୁରୀ ଆସିଛନ୍ତି। ରାଜ୍ୟପାଳଙ୍କୁ ଜେଡ୍‌+ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଛି।

30 Oct 2023 By The Sakala

ରାଜଭବନରେ ପହଞ୍ଚିଲେ ନୂଆ ରାଜ୍ୟପାଳ, ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶ୍ରୀଜିଉଙ୍କୁ ଦର୍ଶନ ପରେ ଭୁବନେଶ୍ବରସ୍ଥିତ ରାଜଭବନରେ ପହଞ୍ଚିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ । ନବନିଯୁକ୍ତ ରାଜ୍ୟପାଳଙ୍କୁ ରାଜଭବନରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସଙ୍କୁ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।

ଖବର ଅନୁଯାୟୀ, ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆଜି ଭୋରରୁ ପୁରୀରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତିି। ମନ୍ଦିରରେ ପ୍ରାୟ ୧ଘଣ୍ଟା ପୂଜାର୍ଚ୍ଚନା କରିଥିଲେ। କାଲି ଦିନ ୧୧ଟା ୪୫ରେ ସେ ରାଜ୍ୟପାଳ ଭାବେ ଶପଥ ନେବେ ।

ସୂଚନା ଅନୁଯାୟୀ, ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିଥିଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଆସନ୍ତା ୩୧ ତାରିଖରେ (ମଙ୍ଗଳବାର) ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ମଙ୍ଗଳବାର ସକାଳ ୮ଟା ୪୫ରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯିବେ। ସେଠାରେ ବି ପ୍ରାୟ ୧ଘଣ୍ଟା କାଳ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିବେ। ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲ୍‌ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ।

ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନୂଆ ରାଜ୍ୟପାଳ ତାଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସାଙ୍ଗରେ ପ୍ରାୟ ୮୦ଜଣ ବନ୍ଧୁ ଓ ପରିବାରବର୍ଗଙ୍କୁ ଆସିଛନ୍ତି। ସମସ୍ତେ ଟ୍ରେନ୍‌ରେ ଏକସଙ୍ଗେ ଝାଡ଼ଖଣ୍ଡରୁ ପୁରୀ ଆସିଛନ୍ତି। ରାଜ୍ୟପାଳଙ୍କୁ ଜେଡ୍‌+ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର