‘ଆମ ଓଡିଶା ନବୀନ ଓଡିଶା’ ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି : ୫ଟି ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ

The Sakala Picture
Published On

ଭୁବନେଶ୍ବର : : ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ବେଳେ ଏଥିରେ ପର୍ଯ୍ୟାୟ କ୍ରମେ ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ । […]

ଭୁବନେଶ୍ବର : : ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ବେଳେ ଏଥିରେ ପର୍ଯ୍ୟାୟ କ୍ରମେ ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ । ଏହି କାର୍ଯ୍ୟକ୍ରମରେ ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏଥି ପାଇଁ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଦିଆଯିବ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଗତ ୧୦ ତାରିଖରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପ୍ରଥମେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଶୁଭାରମ୍ଭ ହୋଇଥିଲା । ପରେ ପୁରୀ, ନୟାଗଡ଼, ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼, କଟକ, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲା ପରେ ଆଜି ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଆରମ୍ଭ ହୋଇଛି। ତେବେ ଆଜି ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’  ଶୁଭାରମ୍ଭ କାର୍ଯ୍ୟକ୍ରମରେ ୫ଟି ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ କହିଛନ୍ତି ଯେ ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି । ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ଓ ଦେଶ ପାଇଁ ଆଦର୍ଶ ହେବ । ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ପାଣ୍ଡିଆନ କହିଛନ୍ତି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

୫ଟି ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ଦୁଇଟି ଜିଲ୍ଲାର ୩୫ଟି ଗୁରୁତ୍ବପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୩୪.୪୩ କୋଟି ମଞ୍ଜୁର କରିଛନ୍ତି, ଅନେକ ମଠ, ମନ୍ଦିର, ଶିକ୍ଷାନୁଷ୍ଠାନ ସାମିଲ, ଗଣ୍ଡ ସମାଜକୁ ଭୁବନେଶ୍ୱରରେ ଜମି, ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ସମାଧାନ ହୋଇଥିବା ବେଳେ ସେମାନଙ୍କୁ ପଟ୍ଟା ମଧ୍ୟ ମିଳିବ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାୟଗଡ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀକୁ ୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି।  ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରାୟଗଡ, ଗୁଣୁପୁର ଓ ବିଷମକଟକ । ଏହିସବୁ ନିର୍ବାଚନମଣ୍ଡଳୀର ୧୧ଟି ବ୍ଲକ୍‌‌ର ୧୮୨ଟି ଗ୍ରାମ ପଞ୍ଚାୟତରେ ୨୬୧୩ଟି ପ୍ରକଳ୍ପ କାମ ହେବ। ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୪.୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ମଝିଘରିଆଣୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ, ରାୟଗଡ ଜଗନ୍ନାଥ ମନ୍ଦିରର ଉନ୍ନତିକରଣ, କାଶିପୁର କୁମାଖାଲରେ ୧୨୦ ଆସନ ବିଶିଷ୍ଟ ଏକ ହଷ୍ଟେଲ, ରାୟଗଡ ମଡେଲ ଡିଗ୍ରୀ କଲେଜ, ରାୟଗଡ ଅଟୋନମସ୍ କଲେଜ ଆଦିର ଉନ୍ନତିକରଣ ।

ସେହିପରି ବିଷମକଟକ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୮.୫୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚଟିକଣା ଶିବ ମନ୍ଦିରର ଉନ୍ନତିକରଣ, ନେଳିଆ ବନ୍ଧର ସୌନ୍ଦର୍ଯ୍ୟକରଣ ଓ ବିକାଶ, ଖଜୁରୀ ଗାଁ ଗଡଗଡା ଜଳପ୍ରପାତ ପର୍ଯ୍ୟଟନ କ୍ଷେତ୍ରର ବିକାଶ। ସେହିପରି ଗୁଣୁପୁର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮୨.୮୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାମେଶ୍ୱର ମହାଶମ୍ଭୁ ଶିବ ମନ୍ଦିରର ଉନ୍ନତିକରଣ, ମାତରବନମ ସଉରା ମନ୍ଦିରର ସୌନ୍ଦର୍ଯ୍ୟକରଣ, ବଂଶଧାରା ନଦୀ ଉପରେ ସେତୁ । ଏହିପରି ଜିଲ୍ଲାରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୬.୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ସଉରା ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଅନ୍ୟପଟେ ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଝାରସୁଗୁଡା ଓ ବ୍ରଜରାଜ ନଗର। ଏଥିରେ ୫ଟି ବ୍ଲକ୍‌ର ୭୮ଟି ଗ୍ରାମପଞ୍ଚାୟତରେ ୯୫୭ ଟି ପ୍ରକଳ୍ପ କରାଯିବ। ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୪୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨.୭୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଲାଇକେରାସ୍ଥିତ ଜଂଘାଲିଙ୍ଗ ମନ୍ଦିର । ଏହା ସହିତ ଝାରସୁଗୁଡାର ଗଣ୍ଡ ସମାଜ ପାଇଁ ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ୫୦ ଡେସିମିଲ ଜମି ଦିଆଯାଇଛି। ଏହା ଦ୍ୱାରା ଗଣ୍ଡ ସମାଜର ରାଜଧାନୀରେ ରହିବା ସୁବିଧା ସହିତ ସେମାନଙ୍କ କଳା ଓ ସଂସ୍କୃତିର ପ୍ରଚାର ପ୍ରସାରରେ ସୁବିଧା ହେବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ବ୍ରଜରାଜ ନଗର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୮ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୮.୦୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୪୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରାମଚଣ୍ଡୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ। ଏହା ଦ୍ୱାରା ବର୍ଷକୁ ଏହି ମନ୍ଦିରକୁ ଅତି କମ୍‌ରେ ୫୦ ହଜାର ଭକ୍ତ ଆସି ସୁବିଧାରେ ଦର୍ଶନ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ସେହିପରି ହୀରାକୁଦ ବିସ୍ଥାପିତମାନଙ୍କ ପାଇଁ ଦୀର୍ଘ ବର୍ଷର ସମସ୍ୟାକୁ ସମାଧାନ କରି ରାଜ୍ୟ ସରକାର ସେମାନଙ୍କୁ ଜମି ପଟ୍ଟା ଦେବାର ବ୍ୟବସ୍ଥା କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ୧୮୦୦ରୁ ଅଧିକ ପରିବାରକୁ ୩୧୩୦ ଏକରରୁ ଅଧିକ ଜମି ପାଇଁ ପଟ୍ଟା ଯୋଗାଇଦିଆଯିବ। ଫେବୃଆରୀ ସୁଦ୍ଧା ସମସ୍ତଙ୍କୁ ପଟ୍ଟା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ। ଜିଲ୍ଲାରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

30 Oct 2023 By The Sakala

https://www.thesakala.in/latest-odisha-news/village-transformation-in-ama-odisha-nabin-odisha-will-show-the-way-to-the-whole-country-said-vk-pandian/article-26847
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର