ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଆଜି ଶପଥ ନେବେ ରଘୁବର ଦାସ
ଭୁବନେଶ୍ୱର: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଆଜି ଶପଥ ନେବେ ରଘୁବର ଦାସ। ନୂଆ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ହାଇକୋର୍ଟର ମୁଖ୍ୟ ବିଚାରପତି । ରାଜଭବନ ଅଭିଷେକ ହଲରେ ସକାଳ ୧୧ଟା ୪୫ମିନିଟରେ ହେବ ଶପଥ ଗ୍ରହଣ ଉତ୍ସବ । ସକାଳ ୧୦ ଟାରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପରେ ରାଜ୍ୟପାଳ ଭାବେ ଶପଥ ନେବେ । ପ୍ରଫେସର ଗଣେଶୀ […]
ଭୁବନେଶ୍ୱର: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଆଜି ଶପଥ ନେବେ ରଘୁବର ଦାସ। ନୂଆ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ହାଇକୋର୍ଟର ମୁଖ୍ୟ ବିଚାରପତି । ରାଜଭବନ ଅଭିଷେକ ହଲରେ ସକାଳ ୧୧ଟା ୪୫ମିନିଟରେ ହେବ ଶପଥ ଗ୍ରହଣ ଉତ୍ସବ । ସକାଳ ୧୦ ଟାରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପରେ ରାଜ୍ୟପାଳ ଭାବେ ଶପଥ ନେବେ । ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ସରିବା ପରେ ରଘୁବରଙ୍କୁ ନୂଆ ନିଯୁକ୍ତି ମିଳିଛି ।
ଗତକାଲି ରାଜଭବନକୁ ଆସିଛନ୍ତି ରଘୁବର ଦାସ । ରାଜ୍ୟପାଳଙ୍କ ସମେତ ୧୦୦ରୁ ଅଧିକ ଅତିଥି ରାଜଭବନ ଆସିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ । ରାଜଭବନରେ ସମସ୍ତଙ୍କୁ ଗାର୍ଡଅଫଅନର ପ୍ରଦାନ କରାଯାଇଥିଲା । ଏହା ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ନୂଆ ରାଜ୍ୟପାଳ ।
ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ସେ ପାଞ୍ଚ ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ । ୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ । ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ । ୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ । ଜାମସେଦପୁର ପୂର୍ବ ବିଧାନସଭା ଆସନରୁ ବିଧାନସଭାକୁ ୧୯୯୫ରେନିର୍ବାଚିତ ହୋଇଥିଲେ ।
୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ । ୨୦୦୫ରେ ଅର୍ଜୁନ ମୁଣ୍ଡାଙ୍କ ନେତୃତ୍ୱାଧୀନ ଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ନିଯୁକ୍ତି ପାଇଥିଲେ । ୨୦୦୯ରେ ସେ ଶିବୁ ସୋରେନଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇଥିଲେ । ୨୦୧୪ରେ ସେ ବିଜେପି ଜାତୀୟ କମିଟିରେ ସ୍ଥାନ ପାଇଥିଲେ ଓ ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ପଦ ମିଳିଥିଲା । ମାତ୍ର ରାଜ୍ୟରେ ସେହିବର୍ଷ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବରେ ରଘୁବର ଦାସ ଅଧିଷ୍ଠିତ ହୋଇଥିଲେ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ ରଘୁବର ଦାସ ।