ଲୋକପ୍ରିୟ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ଭିମସାରରେ ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା […]
ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ଭିମସାରରେ ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଲୋକପ୍ରିୟ ଅଭିନେତା ତଥା ନାଟ୍ୟକାର ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ‘ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ— Naveen Patnaik (@Naveen_Odisha) June 5, 2021
ଆହୁରି ପଢ଼ନ୍ତୁ: ରେଳଧାରଣାରୁ ପୋଲିସ ASIଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ସୂଚାନୁଯାୟୀ, ଗତକାଲି ବିଳମ୍ବିତ ରାତି ୩ଟା ୪୫ରେ ଲୋକପ୍ରିୟ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଶଲାବୁଢ଼ା, ଆଦିମ ବିଚାର, ଶଲାବୁଢାର ବଦଲାରେ ମୁଖ୍ୟ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ଥିଲେ ଅଟଳ ବିହାରୀ ପଣ୍ଡା। ଏହାସହ ସମ୍ବଲପୁରୀ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ । ବାର୍ଦ୍ଧକ୍ୟ ଜନିତ କାରଣରୁ ତାଙ୍କ ବିୟୋଗ ହୋଇଛ। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା ।






