ବିଏମସିର ନୂଆ ପଦକ୍ଷେପ: ଫୋନ କଲେ ଘରେ ପହଞ୍ଚିବ ଅକ୍ସିଜେନ କନସେନଟ୍ରେଟର, ବିଦେଶରେ ପାଠପଢୁଥିବା ଛାତ୍ରଛାତ୍ରୀଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

The Sakala Picture
Published On

ଭୁବନେଶ୍ୱର: ରାଜଧାନୀରେ ହ୍ରାସ ପାଇଛି କରୋନା ସଂକ୍ରମିତଙ୍କ ସଂଖ୍ଯା। ଲକଡାଉନ୍ ଓ ସଟଡାଉନ୍ ପାଇଁ ସଫଳ ହୋଇପାରିଛି । ଏଥି ପାଇଁ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂ । ବିଏମସି ଅଞ୍ଚଳରେ ମାର୍କେଟ ଏରିଆରେ ଗହଳି ସ୍ଥାନରେ ଆରଟିପିସିଆର ଓ ଆଣ୍ଟିଜେନ ଟେଷ୍ଟ କରାଯାଉଛି । ଆଗାମୀ ଦିନରେ ଅନ୍ୟ ଗହଳି ସ୍ଥାନରେ ମୋବାଇଲ ଭ୍ୟାନ ଜରିଆରେ ବାଧ୍ୟତାମୂଳକ ଟେଷ୍ଟିଂ କରାଯିବ । ସେପଟେ ଭୁବନେଶ୍ୱର ହସ୍ପିଟାଲରେ ବେଡ ଉପରୁ ଚାପ ହ୍ରାସ […]

ଭୁବନେଶ୍ୱର: ରାଜଧାନୀରେ ହ୍ରାସ ପାଇଛି କରୋନା ସଂକ୍ରମିତଙ୍କ ସଂଖ୍ଯା। ଲକଡାଉନ୍ ଓ ସଟଡାଉନ୍ ପାଇଁ ସଫଳ ହୋଇପାରିଛି । ଏଥି ପାଇଁ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂ । ବିଏମସି ଅଞ୍ଚଳରେ ମାର୍କେଟ ଏରିଆରେ ଗହଳି ସ୍ଥାନରେ ଆରଟିପିସିଆର ଓ ଆଣ୍ଟିଜେନ ଟେଷ୍ଟ କରାଯାଉଛି । ଆଗାମୀ ଦିନରେ ଅନ୍ୟ ଗହଳି ସ୍ଥାନରେ ମୋବାଇଲ ଭ୍ୟାନ ଜରିଆରେ ବାଧ୍ୟତାମୂଳକ ଟେଷ୍ଟିଂ କରାଯିବ । ସେପଟେ ଭୁବନେଶ୍ୱର ହସ୍ପିଟାଲରେ ବେଡ ଉପରୁ ଚାପ ହ୍ରାସ ପାଇଥିବା କହିଛନ୍ତି କମିଶନର ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ବର୍ତ୍ତମାନ ୨ହଜାରରୁ ଅଧିକ ବେଡ ଖାଲି ରହିଛି । ୭୫ରୁ ଅଧିକ ଆଇସିୟୁ ବେଡ ମଧ୍ୟ ଖାଲି ରହୁଛି । ବିଏମସିକୁ ସରକାର ୧୦୦ ଟି ଅକ୍ସିଜେନ କନସେନଟ୍ରେଟର ଦେଇଛନ୍ତି । ଏଥିପାଇଁ ଏକ ଆପ ପ୍ରସ୍ତୁତ କରାଯାଇଛି । ଲୋକେ ଫୋନ କରି ବୁକ କଲେ ବିଏମସି ତରଫରୁ ଘରେ ଅକ୍ସିଜେନ କନସେନଟ୍ରେଟର ଯୋଗାଇଦିଆଯିବ । ଦୈନିକ ୪ହଜାରରୁ ଅଧିକ ଟେଷ୍ଟ ହେଉଛି । ୬୦ ବର୍ଷରୁ ଅଧିକ, ଗର୍ଭବତୀ ଓ ଭିନ୍ନକ୍ଷମଙ୍କୁ ଡୋର ଷ୍ଟେପ ଟେଷ୍ଟିଂ ଚାଲୁଛି । ଜୁନ୍ ୪ ତାରିଖ ସୁଦ୍ଧା ୮ ଲକ୍ଷ ୫୭ ହଜାର ୩୩୦ ଟିକା ଦିଆସରିଥିବା ସୂଚନା ଦେଇଛନ୍ତି ବିଏମସି କମିଶନର ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ବୟସ୍କ ଲୋକଙ୍କ ଟିକାକରଣ ପାଇଁ ପିକ୍ ଅପ୍ ବ୍ୟବସ୍ଥା କାର୍ଯ୍ଯ କରୁଛି । ବିଦେଶରେ ପାଠପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ୧୯୨୯ରେ ପଂଜିକରଣ କରାଯିବ । ଏହି ଛାତ୍ରଛାତ୍ରୀମାନେ ବିଦେଶକୁ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ତାଙ୍କ ପାଇଁ ଏହି କାର୍ଯ୍ଯକ୍ରମ ଆସନ୍ତାକାଲିଠାରୁ ଆରମ୍ଭ ହେବ । ଏହି ଛାତ୍ରଛାତ୍ରୀଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବା ନେଇ ପଦକ୍ଷେପ ନେଇଛି ବିଏମସି ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୂଜା ଗେଟ୍ ଏବଂ ତୋରଣ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର