ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୭୦୦୨ ପଜିଟିଭ

The Sakala Picture
Published On

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯୨୧ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୦୮୧ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୧୩ ହଜାର ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୮୦୩୧ଜଣ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯୨୧ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୦୮୧ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୧୩ ହଜାର ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୮୦୩୧ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୨୦୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୧୧୬୭ ସଂକ୍ରମିତ । ସେହିଭଳି କଟକରୁ ୭୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଅନୁଗୁଳରୁ ୩୩୮, ବାଲେଶ୍ୱରରୁ ୩୩୧, ବରଗଡ଼ ୧୧୭, ଭଦ୍ରକ ୨୬୭, ବଲାଙ୍ଗୀର ୮୯, ବୌଦ୍ଧ ୧୩୪, କଟକ ୮୬୮, ଦେବଗଡ଼ ୬୪, ଢେଙ୍କାନାଳ ୧୦୬, ଗଜପତି ୪୮, ଗଞ୍ଜାମ ୭୪, ଜଗତସିଂହପୁର ୨୩୨, ଯାଜପୁର ୪୮୬, ଝାରସୁଗୁଡ଼ା ୯୭, କଳାହାଣ୍ଡି ୧୦୩ , କନ୍ଧମାଳ ୩, କେନ୍ଦ୍ରାପନା ୧୮୮, କେନ୍ଦୁଝର ୧୫୮, କୋରାପୁଟ ୧୫୮, ମାଲକାନଗିରି ୯୫, ମୟୂରଭଞ୍ଜ ୩୭୦, ନବରଙ୍ଗପୁର ୧୯୮, ନୟାଗଡ଼ ୧୯୬, ନୂଆପଡ଼ା ୨୮, ପୁରୀ ୩୦୬, ରାୟଗଡ଼ା ୨୨୨, ସମ୍ୱଲପୁର ୧୦୭, ସୋନପୁର ୫୯, ସୁନ୍ଦରଗଡ଼ ୨୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର