ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ; ୧୬ ସୁଦ୍ଧା ଅବପାତରେ ପରିଣତ ସମ୍ଭାବନା, ଗୁରୁବାର ୬ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ

The Sakala Picture
Published On

ଭୁବନେଶ୍ୱର: ଆଜି ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୧୬ ସୁଦ୍ଧା ଏକ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ୧୫ ତାରିଖ ଅପରାହ୍ଣରୁ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୧୬ ତାରିଖରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବାର ଆଶଙ୍କା କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୧୬ରେ […]

ଭୁବନେଶ୍ୱର: ଆଜି ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୧୬ ସୁଦ୍ଧା ଏକ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ୧୫ ତାରିଖ ଅପରାହ୍ଣରୁ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୧୬ ତାରିଖରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବାର ଆଶଙ୍କା କରାଯାଇଛି।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୧୬ରେ ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଆଦି ୬ ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବା ସହିତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୫୦-୬୦ କିମି ବେଗରେ ପ୍ରବାହିତ ହେବ। ୧୬ ଓ ୧୭ରେ ଏହି ସ୍ଥିତି ଯୋଗୁଁ ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ଆସନ୍ତା ୧୬ ତାରିଖରୁ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କ ୧୫ ତାରିଖ ରାତି ସୁଦ୍ଧା କୂଳକୁ ଫେରି ଆସିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ପାଣିପାଗ କେନ୍ଦ୍ରର ପରାମର୍ଶ ଆଧାରରେ ରାଜ୍ୟର ୬ ଟି ଉପକୂଳବର୍ତ୍ତୀ ଜିଲ୍ଲା ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ମତ୍ସ୍ୟଜୀବୀଙ୍କୁ ସତର୍କ କରାଇବା ପାଇଁ ଏସ୍‌‌ଆର୍‌‌ସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି। ମତ୍ସ୍ୟ ବିଭାଗ ପକ୍ଷରୁ ଆବଶ୍ୟକୀୟ ସତର୍କତାମୂଳକ ପଦକ୍ଷେପ ଦ୍ୱାରା ମତ୍ସ୍ୟଜୀବୀଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

14 Nov 2023 By The Sakala

ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ; ୧୬ ସୁଦ୍ଧା ଅବପାତରେ ପରିଣତ ସମ୍ଭାବନା, ଗୁରୁବାର ୬ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ

ଭୁବନେଶ୍ୱର: ଆଜି ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୧୬ ସୁଦ୍ଧା ଏକ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ୧୫ ତାରିଖ ଅପରାହ୍ଣରୁ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୧୬ ତାରିଖରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବାର ଆଶଙ୍କା କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୧୬ରେ ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଆଦି ୬ ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବା ସହିତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୫୦-୬୦ କିମି ବେଗରେ ପ୍ରବାହିତ ହେବ। ୧୬ ଓ ୧୭ରେ ଏହି ସ୍ଥିତି ଯୋଗୁଁ ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ଆସନ୍ତା ୧୬ ତାରିଖରୁ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କ ୧୫ ତାରିଖ ରାତି ସୁଦ୍ଧା କୂଳକୁ ଫେରି ଆସିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ପାଣିପାଗ କେନ୍ଦ୍ରର ପରାମର୍ଶ ଆଧାରରେ ରାଜ୍ୟର ୬ ଟି ଉପକୂଳବର୍ତ୍ତୀ ଜିଲ୍ଲା ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ମତ୍ସ୍ୟଜୀବୀଙ୍କୁ ସତର୍କ କରାଇବା ପାଇଁ ଏସ୍‌‌ଆର୍‌‌ସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି। ମତ୍ସ୍ୟ ବିଭାଗ ପକ୍ଷରୁ ଆବଶ୍ୟକୀୟ ସତର୍କତାମୂଳକ ପଦକ୍ଷେପ ଦ୍ୱାରା ମତ୍ସ୍ୟଜୀବୀଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର