ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୬ରୁ ବୃଦ୍ଧି ପାଇବ ବର୍ଷାର ପ୍ରକୋପ

The Sakala Picture
Published On

ଭୁବନେଶ୍ବର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୧୬ ସୁଦ୍ଧା ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ ତାରିଖ ଅପରାହ୍ଣରୁ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୧୬ ତାରିଖରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବାର ଆଶଙ୍କା କରାଯାଇଛି। […]

ଭୁବନେଶ୍ବର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୧୬ ସୁଦ୍ଧା ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ ତାରିଖ ଅପରାହ୍ଣରୁ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୧୬ ତାରିଖରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବାର ଆଶଙ୍କା କରାଯାଇଛି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ୧୬ରେ ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଆଦି ୬ ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡରରେ ପିଟି ହେଲା ସ୍କର୍ପିଓ, ଶାଶୂ ଓ ଜ୍ୱାଇଁଙ୍କ ମୃତ୍ୟୁ

ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବା ସହିତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୫୦-୬୦ କିମି ବେଗରେ ପ୍ରବାହିତ ହେବ। ୧୬ ଓ ୧୭ରେ ଏହି ସ୍ଥିତି ଯୋଗୁଁ ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ଆସନ୍ତା ୧୬ ତାରିଖରୁ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କ ୧୫ ତାରିଖ ରାତି ସୁଦ୍ଧା କୂଳକୁ ଫେରି ଆସିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ପାଣିପାଗ କେନ୍ଦ୍ରର ପରାମର୍ଶ ଆଧାରରେ ରାଜ୍ୟର ୬ ଟି ଉପକୂଳବର୍ତ୍ତୀ ଜିଲ୍ଲା ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ମତ୍ସ୍ୟଜୀବୀଙ୍କୁ ସତର୍କ କରାଇବା ପାଇଁ ଏସ୍‌‌ଆର୍‌‌ସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି। ମତ୍ସ୍ୟ ବିଭାଗ ପକ୍ଷରୁ ଆବଶ୍ୟକୀୟ ସତର୍କତାମୂଳକ ପଦକ୍ଷେପ ଦ୍ୱାରା ମତ୍ସ୍ୟଜୀବୀଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର