ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତିନାମା ସ୍ବାକ୍ଷରିତ, ୪ ବର୍ଷରେ ସରିବ କାମ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଚୁକ୍ତିନାମା ସ୍ବାକ୍ଷରିତ କରିଛନ୍ତି । ଦିଲ୍ଲୀ ମେଟ୍ରୋ ରେଳ ନିଗମ ସହ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ୬୨୫୫ କୋଟିର ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟସରକାର । ରାଜ୍ୟର ଭିତ୍ତିଭୂମି ପ୍ରକଳ୍ପରେ ସବୁଠୁ ବଡ଼ ଅର୍ଥ ବିନିଯୋଗ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ଗଡ଼ିବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନ୍‌ ( BMRC ) ଓ  ଦିଲ୍ଲୀ ମେଟ୍ରୋ […]

ଭୁବନେଶ୍ବର: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଚୁକ୍ତିନାମା ସ୍ବାକ୍ଷରିତ କରିଛନ୍ତି । ଦିଲ୍ଲୀ ମେଟ୍ରୋ ରେଳ ନିଗମ ସହ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ୬୨୫୫ କୋଟିର ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟସରକାର । ରାଜ୍ୟର ଭିତ୍ତିଭୂମି ପ୍ରକଳ୍ପରେ ସବୁଠୁ ବଡ଼ ଅର୍ଥ ବିନିଯୋଗ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ଗଡ଼ିବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନ୍‌ ( BMRC ) ଓ  ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC )ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ହୋଇଛି। ୪ ବର୍ଷରେ ସରିବ ମେଟ୍ରୋ ପ୍ରକଳ୍ପ । ଗମାନା ଗମନ କ୍ଷେତ୍ରରେ ମେଟ୍ରୋ ପ୍ରକଳ୍ପ ଏକ ମାଇଲଖୁଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୦୧୯ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ହେଉଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ‘୫-ଟି’ ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ମେଟ୍ରୋ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହି ପ୍ରକଳ୍ପର ଟର୍ଣ୍ଣ-କି ପରାମର୍ଶଦାତା ରହିବେ। ଗତ ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‌‌ ବୈଠକରେ ଏହି ପ୍ରସ୍ତାବ ଉପରେ ମୋହର ବାଜିଛି। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୫୯୨୯ କୋଟି ୩୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ଓ ୪ ବର୍ଷ ମଧ୍ୟରେ ପ୍ରକଳ୍ପକୁ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘୫-ଟି’ ଉପକ୍ରମରେ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରି ମିଳିଛି। ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଓ ପୁରୀ ସହରର ଗମନାଗମନ ବ୍ୟବସ୍ଥାକୁ ନାଗରିକମାନଙ୍କ ପାଇଁ ସହଜ, ସରଳ ଓ ସୁଗମ କରିବା ପାଇଁ ମେଟ୍ରୋ ରେଳ ବ୍ୟବସ୍ଥାର ଆବଶ୍ୟକତା ଥିବା ଅନୁଭବ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ୍‌‌ ୨୦ ଟି ଷ୍ଟେସନ ନିର୍ମାଣ କରାଯିବା ନେଇ ଯୋଜନା ରହିଛି। ଏହି କାର୍ଯ୍ୟକୁ ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ୱାବଧାନରେ ଦ୍ଲିଲୀ ମେଟ୍ରୋ ରେଳ ନିଗମ (ଟର୍ଣ୍ଣ-କି ପରାମର୍ଶଦାତା) ଦ୍ୱାରା ନିର୍ମାଣ କରିବାକୁ ନିଷ୍ପତ୍ତି ହୋଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର