ପଞ୍ଚୁକର ୪ର୍ଥ ଦିନ: ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

The Sakala Picture
Published On

ପୁରୀ: ଆଜି ମହାକାର୍ତ୍ତିକମାସର ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି। ଆଜି ପଞ୍ଚୁକର ୪ର୍ଥ ଦିନରେ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏହି ବେଶରେ ଶ୍ରୀ ବିଗ୍ରହମାନେ ଶ୍ରୀଭୁଜ, ଶ୍ରୀପୟର ସମେତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି । ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଆଜି ରାତି ୩ଟା ୪୫ରେ ଶ୍ରୀମନ୍ଦିର ଦ୍ୱାରଫିଟା ପରେ ଭୋର ୪ଟା ୪୦ରେ ମଙ୍ଗଳ ଆରତୀ, […]

ପୁରୀ: ଆଜି ମହାକାର୍ତ୍ତିକମାସର ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି। ଆଜି ପଞ୍ଚୁକର ୪ର୍ଥ ଦିନରେ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏହି ବେଶରେ ଶ୍ରୀ ବିଗ୍ରହମାନେ ଶ୍ରୀଭୁଜ, ଶ୍ରୀପୟର ସମେତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି । ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ଆଜି ରାତି ୩ଟା ୪୫ରେ ଶ୍ରୀମନ୍ଦିର ଦ୍ୱାରଫିଟା ପରେ ଭୋର ୪ଟା ୪୦ରେ ମଙ୍ଗଳ ଆରତୀ, ପରେ ଅବକାଶ ନୀତି ବଢିବା ପରେ ଠାକୁରଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ସଜ୍ଜିତ କରାଯିବ । ଠାକୁରଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହି ପଞ୍ଚୁକ ଯାତ୍ରା ଅନ୍ୟତମ । ଆସନ୍ତାକାଲି ପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କୁ ରାଜ ରାଜେଶ୍ୱର ବେଶ ବା ସୁନାବେଶରେ ସଜ୍ଜିତ କରାଯିବ । ବିଶ୍ବାସ ରହିଛି ଆଜିର ଦିନରେ ମହାପ୍ରଭୁଙ୍କର ଏହି ଦୁର୍ଲଭ ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ଫଳ ପ୍ରାପ୍ତି ହୋଇଥାଏ ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

26 Nov 2023 By The Sakala

ପଞ୍ଚୁକର ୪ର୍ଥ ଦିନ: ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଆଜି ମହାକାର୍ତ୍ତିକମାସର ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି। ଆଜି ପଞ୍ଚୁକର ୪ର୍ଥ ଦିନରେ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏହି ବେଶରେ ଶ୍ରୀ ବିଗ୍ରହମାନେ ଶ୍ରୀଭୁଜ, ଶ୍ରୀପୟର ସମେତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି । ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି ।

ଆଜି ରାତି ୩ଟା ୪୫ରେ ଶ୍ରୀମନ୍ଦିର ଦ୍ୱାରଫିଟା ପରେ ଭୋର ୪ଟା ୪୦ରେ ମଙ୍ଗଳ ଆରତୀ, ପରେ ଅବକାଶ ନୀତି ବଢିବା ପରେ ଠାକୁରଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ସଜ୍ଜିତ କରାଯିବ । ଠାକୁରଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହି ପଞ୍ଚୁକ ଯାତ୍ରା ଅନ୍ୟତମ । ଆସନ୍ତାକାଲି ପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କୁ ରାଜ ରାଜେଶ୍ୱର ବେଶ ବା ସୁନାବେଶରେ ସଜ୍ଜିତ କରାଯିବ । ବିଶ୍ବାସ ରହିଛି ଆଜିର ଦିନରେ ମହାପ୍ରଭୁଙ୍କର ଏହି ଦୁର୍ଲଭ ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ଫଳ ପ୍ରାପ୍ତି ହୋଇଥାଏ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର